ଦିଲ୍ଲୀ-ପଞ୍ଜାବ-କେରଳରେ କରୋନାର ଦୋହରା ମାଡ଼: ପାର୍ବଣଋତୁରେ ଅଧିକ ସଂକ୍ରମଣ ଆଶଙ୍କା

ନୂଆଦିଲ୍ଲୀ, ୧।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ିଚାଲିଛି। ଇତିମଧ୍ୟରେ ଦିଲ୍ଲୀ, ପଞ୍ଜାବ ଏବଂ କେରଳରେ କରୋନାର ଦୋହରା ମାଡ଼ ଆରମ୍ଭ ହୋଇଥିବା ବିଶେଷଜ୍ଞ ମତପୋଷଣ କରିଛନ୍ତି। ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୩ ଲକ୍ଷ ୧୨ ହଜାର ୫୮୫ରେ ପହଞ୍ଚିଛି। ସେହିପରି ମୃତକଙ୍କ ସଂଖ୍ୟା ୯୮ ହଜାର ୬୭୮ ଛୁଇଁଛି। ୫୨ ଲକ୍ଷ ୭୩ ହଜାର ୨୦୨ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୯ ଲକ୍ଷ ୪୦ ହଜାର ୭୦୫ ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି। ଆଗକୁ ପାର୍ବଣଋତୁ ଆସୁଛି। ଏହି ସମୟରେ କରୋନା ସଂକ୍ରମଣ ଅଧିକ ହେବାର ଆଶଙ୍କା ରହିଛି ବୋଲି ହେଲଥ୍‌ ଫାଉଣ୍ଡେଶନ୍‌ ଅଫ୍‌ ଇଣ୍ଡିଆର ଅଧ୍ୟକ୍ଷ ଶ୍ରୀନାଥ ରେଡ୍ଡୀ କହିଛନ୍ତି। ଦୁର୍ଗା ପୂଜା,ଛଠ୍‌ ଏବଂ ଦୀପାବଳି ଆଦି ପର୍ବ ସମୟରେ ଲୋକେ ସଚେତନତା ମାର୍ଗଦର୍ଶିକା ପାଳନ କରିବା ନେଇ ସନ୍ଦେହ ସୃଷ୍ଟି ହେଉଥିବା ସେ କହିଛନ୍ତି। ଏପରି ହେଲେ ଦୀପାବଳି ବେଳକୁ ଦେଶରେ କରୋନା ସଂକ୍ରମଣ ଅଣାୟତ ହେବ। ଏହି ସମୟରେ କରୋନା ବୋମା ପୁଣି ଫୁଟିବ ବୋଲି ସେ କହିଛନ୍ତି। ଦିଲ୍ଲୀରେ ଜୁନ୍‌ରେ କରୋନା ସଂକ୍ରମଣ ଶୀର୍ଷରେ ପହଞ୍ଚିଥିଲା। ପରବର୍ତ୍ତୀ ସମୟରେ ଜୁଲାଇରେ ଏଠାରେ ସଂକ୍ରମଣ କମିଥିଲା। ତେବେ ସେପ୍ଟେମ୍ବରରେ ପୁଣି ଏଠାରେ କରୋନା ସଂକ୍ରମଣ ବଢ଼ିଛି। ସେହିପରି ପଞ୍ଜାବରେ ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। କେରଳରେ ସେପ୍ଟେମ୍ବର ପ୍ରଥମ ସପ୍ତାହରେ ସଂକ୍ରମଣ ଥମିଥିଲା। ତେବେ ଏବେ ଏଠାରେ ସଂକ୍ରମଣ ବଢ଼ିବାରେ ଲାଗିଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri