ଓଡ଼ିଶାରେ ପହଞ୍ଚିଲା ଡବଲ ଡେକର ବସ୍‌, ଏଥିରେ ରହିଛି ଏସବୁ ସୁବିଧା

ବ୍ରହ୍ମପୁର,୨ା୧: ଡବଲ ଡେକର ଇଲେକ୍ଟ୍ରିକ୍‌ ବସ୍‌ ମହାରାଷ୍ଟ୍ରରୁ ଆସି ଗୁରୁବାର ବ୍ରହ୍ମପୁରରେ ପହଞ୍ଚିଛି। ଏହି ଡବଲ ଡେକରର ଡିଜାଇନରେ ଓଡିଶାର କଳା ଏବଂ ସଂସ୍କୃତି ରହିଛି। ଏହାଦ୍ୱାରା ଟ୍ବିନ୍‌ ସିଟି ଏବଂ ପୁରୀରେ ଅଧିକ ଆରାମଦାୟକ ଯାତ୍ରା କରିବାକୁ ସକ୍ଷମ ହେବେ କାରଣ ଡବଲ-ଡେକର୍‌ ଇଲେକ୍ଟ୍ରିକ ଏସି ବସ୍‌ ଯାତ୍ରୀମାନଙ୍କୁ ନିଜ ଗନ୍ତବ୍ୟ ସ୍ଥାନକୁ ନେଇଯିବ।

ଏହି ବସ୍‌ ସର୍ବ ଭାରତରେ ପ୍ରଥମ ବୋଲି ଜଣାଯାଇଛି। ଥରେ ବିଦ୍ୟୁତ୍‌ ସଂଯୋଗ କଲେ ଏହା ପ୍ରାୟ ୨୫୦ରୁ ୩ଶହ କିମି ପର୍ଯ୍ୟନ୍ତ ଯାଇ ପାରିବ । ବସ୍‌ଟି ୫୫ ସିଟ୍‌ ବିଶିଷ୍ଟ ହୋଇଥିବା ବେଳେ ଏହାର ବେଗ ୪୫ କିମି ରହିଛି। ଏହା ଶୀତତାପ ନିୟନ୍ତ୍ରୀତ ବସ୍‌ ହୋଇଥିବାବେଳେ ତାହା ସବୁବେଳେ ସିସିଟିଭି ନଜରରେ ରହିବ । ଏଥିସହ ଏହାର ସିଟ୍‌କୁ ବି ଯାତ୍ରୀଙ୍କ ନିମନ୍ତେ ଆରାମଦାୟକ କରାଯାଇଛି।

ସବୁଜ ଶକ୍ତି ବୃଦ୍ଧି ତଥା ଅଙ୍ଗାରକାମ୍ଳ ହ୍ରାସ ପାଇଁ ସରକାରଙ୍କ ଉଦ୍ୟମର ଏକ ଅଂଶ ଭାବରେ ଭୁବନେଶ୍ୱର, କଟକ ଏବଂ ପୁରୀରେ ଡବଲ ଡେକର ଚାଲିବ ବୋଲି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ପୂର୍ବରୁ ଘୋଷଣା କରିଥିଲେ। ଏହା ମଧ୍ୟ ଏହି ସହରଗୁଡିକରେ ଟ୍ରାଫିକ ଚାପକୁ ହ୍ରାସ କରିବ।

ଯଦି ଏହି ସହରଗୁଡିକରେ ଡବଲ-ଡେକର୍‌ ଯୋଗାଇବା ସଫଳ ହୁଏ, ତେବେ ଏହି ସୁବିଧା ଅନ୍ୟ ସହରାଞ୍ଚଳକୁ ବିସ୍ତାର ହେବ ବୋଲି ମନ୍ତ୍ରୀ କହିଛନ୍ତି। CRUT ସରକାରୀ ସୂତ୍ରରୁ ପ୍ରକାଶ ଯେ, ପ୍ରଥମ ପର୍ଯ୍ୟାୟରେ ଖୋର୍ଦ୍ଧା, ପୁରୀ ଏବଂ କଟକ ଜିଲା ପାଇଁ ପାଞ୍ଚଟି ଡବଲ ଡେକର ଏସି ଇଲେକ୍ଟ୍ରିକ ବସ୍‌ କ୍ରୟ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri