‘ଦରଦାମ ନିୟନ୍ତ୍ରଣ କରିବାରେ ଡବଲ ଇଞ୍ଜିନ ସରକାର ବିଫଳ’

ବାରିପଦା,୧୨ା୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ରାଜ୍ୟରେ ଖାଉଟି ସାମଗ୍ରୀର ଅହେତୁକ ଦରଦାମ ବୃଦ୍ଧିକୁ ବିରୋଧ କରି ଭାରତ ଟ୍ରେଡ୍‌ ୟୁନିୟନ (ସିଆଇଟିୟୁ)ର ମୟୁରଭଞ୍ଜ ଜିଲା କମିଟି ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏନେଇ ୧୫ ଦଫା ସମ୍ବଳିତ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲାପାଳଙ୍କୁ ପ୍ରଦାନ କରାଯାଇଛି।
ନିତ୍ୟ ବ୍ୟବହାର୍ଯ୍ୟ ଦ୍ରବ୍ୟର ଆକାଶଛୁଅଁା ଦରଦାମ ବୃଦ୍ଧିକୁ ନେଇ ଗରିବଙ୍କ ସମେତ ମଧ୍ୟବିତ୍ତ ପରିବାର ଗୁଜୁରାଣ ମେଣ୍ଟାଇବା କଷ୍ଟକର ହୋଇ ପଡୁଛି। ସବୁ ଜାଣି ସୁଦ୍ଧା ଭାଜପାର ଡବଲ ଇଞ୍ଜିନ ସରକାର ଦରଦାମ ନିୟନ୍ତ୍ରଣରେ ବିଫଳ ହୋଇଛନ୍ତି। ନୂତନ ସରକାର ଗଠନ ହେବା ପରେ ଚାଉଳ, ଡାଲି, ତେଲ, ଆଳୁ, ପିଆଜ, ପନିପରିବାଠାରୁ ଆରମ୍ଭ କରି ସମସ୍ତ ଅତ୍ୟାବଶ୍ୟକୀୟ ଖାଉଟି ସାମଗ୍ରୀର ଦର ଅହେତୁକ ବୃଦ୍ଧି ପାଇବାରେ ଲାଗିଛି।
କେନ୍ଦ୍ର ସରକାର କ୍ଷୀର ଦର ଦାମ ୨ ଟଙ୍କା ବଢ଼ାଇ ସହ ଟୋଲ୍‌ଗେଟରେ ୫ଭାଗ ଟିକସ ବୃଦ୍ଧି କରିଛନ୍ତି। ଏଥି ସହିତ ନିର୍ବାଚନ ପୂର୍ବରୁ ଜୀବନ ରକ୍ଷାକାରୀ ଔଷଧ ସମେତ ବିଭିନ୍ନ ପ୍ରକାର ଔଷଧର ମୂଲ୍ୟ ବହୁଗୁଣ ବୃଦ୍ଧି ପାଇଛି ବୋଲି ସିଆଇଟିୟୁ ଅଭିଯୋଗ କରିଛି।
ବିକ୍ଷୋଭ ସମୟରେ ସିଆଇଟିୟୁ ପକ୍ଷରୁ ରବି ଗୋସ୍ବାମୀ, ବିକର୍ତ୍ତନ କବି ଓ ଅମଳ ଦେ ଏବଂ ଏଆଇସିୟୁଟୁ ପକ୍ଷରୁ କାହ୍ନୁଚରଣ ବେହେରା, ସିପିଆଇ(ଏମ୍‌) ଜିଲା ନେତା ମୃତ୍ୟୁଞ୍ଜୟ ବେହେରା, ପାଚିକା ସଂଘର ରାଜ୍ୟ ଉପ ସାଧାରଣ ସମ୍ପାଦିକା କ୍ଷୀରମଣି ମହାନ୍ତ, ମାଧୁରୀ ସିନ୍ଧୁ, ସାରାଣୀ ବେହେରା, ମାଳତି ମହାନ୍ତ, କୁଞ୍ଜଲତା ମହାନ୍ତ, ଓଡ଼ିଶା କ୍ଷେତ ମଜଦୂର ୟୁନିୟନ ସଂଘର କର୍ମକର୍ତ୍ତା ପ୍ରମୁଖଙ୍କ ସମେତ ଅନ୍ୟାନ୍ୟ ଅନେକ ସଦସ୍ୟ ଉପସ୍ଥିତ ଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

୩୦ରେ ଇଣ୍ଡିଆ ବ୍ଲକ୍‌ର ବୈଠକ, ହେବ ବଡ଼ ଆଲୋଚନା

ନୂଆଦିଲ୍ଲୀ,୨୬ା୯: ନିର୍ବାଚନ କମିଶନରେ ମତଭେଦ ଏବଂ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ଦେଖାଦେଇଥିବା ଉଦ୍‌ବେଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ…

ନାଗାଲାଣ୍ଡରେ ମଦମୃତ୍ୟୁ: ୨ ଦିନରେ ଗଲାଣି ୧୯ଜଣଙ୍କ ଜୀବନ

କୋହିମା,୨୬ା୯; ନାଗାଲାଣ୍ଡରେ ବିଷାକ୍ତ ମଦ ପିଇ ୨ ଦିନରେ ୧୯ଜଣ ପ୍ରାଣ ହରାଇଛନ୍ତି। ମୃତ୍ୟୁର କାରଣ ଏବଂ ରାଜ୍ୟରେ ମଦ ଅପମିଶ୍ରଣର ଯୋଗାଣ ଶୃଙ୍ଖଳକୁ ଠାବ କରିବା…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?