ମହିଳାଙ୍କୁ ସୁରକ୍ଷା ଦେବାରେ ଡବଲ ଇଞ୍ଜିନ ସରକାର ଫେଲ୍‌: ଗାଦି ଛାଡ଼ନ୍ତୁ ମୁଖ୍ୟମନ୍ତ୍ରୀ

ପାଟଣା,୭।୮(ବୀର କିଶୋର ଦାଶ):ରାଜ୍ୟରେ ଛାତ୍ରୀ ଓ ମହିଳା ହିଂସା ବଢିଚାଲିଛି। ବିପର୍ଯ୍ୟସ୍ତ ଆଇନ ପ୍ରତିବାଦରେ ଗୁରୁବାର କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ବିଜେଡି ଛାତ୍ର ଜନତା ଦଳ ପକ୍ଷରୁ ଶୋଭାଯାତ୍ରା ଓ ବିକ୍ଷୋଭ ପ୍ରଦର୍ଶନ ଅନୁଷ୍ଠିତ ହୋଯାଇଛି। ଆୟୋଜିତ ପ୍ରତିବାଦ ଶୋଭାଯାତ୍ରା ଛାତ୍ର ବିଜେଡି ବ୍ଲକ ସଭାପତି ପରମେଶ୍ୱର ପଲେଇଙ୍କ ନେତୃତ୍ୱରେ ସମ୍ପନ୍ନ ହୋଇଛି। ପ୍ରଥମେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ସ୍ବାମ ପାଟଣାରୁ ଏକ ବିରାଟ ଶୋଭାଯାତ୍ରାରେ ଛାତ୍ରୀଛାତ୍ରମାନେ ବାହାରି ପାଟଣା ବଜାର ପରିକ୍ରମା କରିବା ସହ ପାଟଣା ଥାନା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ।

ଶୋଭାଯାତ୍ରାରେ ରାଜ୍ୟ ସରକାରଙ୍କ ବିରୋଧରେ ବିଭିନ୍ନ ସ୍ଲୋଗାନ ଦେଇ ନାରାବାଜି କରିଥିଲେ। ଛାତ୍ରୀ ଓ ମହିଳାଙ୍କୁ ସୁରକ୍ଷା ସହ ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ସୁଧାର ଆଣିବା ପାଇଁ ଡିଜିଙ୍କ ଉଦ୍ଦେଶ୍ୟରେ ପାଟଣା ଥାନା ଅଧିକାରୀ ମାନସ କୁମାର ମହାକୁଡ଼ ଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମରେ ପୂର୍ବତନ ପାଟଣା ବିଧାୟକ ଜଗନ୍ନାଥ ନାଏକ ବିକ୍ଷୋଭ ସମାବେଶରେ ଯୋଗଦେଇ ଆଜି ମା’ ବାପା କଲେଜ ସ୍କୁଲକୁ ଝିଅକୁ ପଠାଉଛନ୍ତି ସତ କିନ୍ତୁ ସେମାନଙ୍କ ସୁରକ୍ଷା ନେଇ ଚିନ୍ତାରେ ରହୁଛନ୍ତି। ରାଜ୍ୟରେ ଡବଲ ଇଞ୍ଜିନ ସରକାରରେ ଆଇନଶୃଙ୍ଖଳା ଚରମ ବିପର୍ଯ୍ୟସ୍ତରେ ପହଞ୍ଚିଛି । ଏଣୁ ମୁଖ୍ୟମନ୍ତ୍ରୀ ଗାଦି ଛାଡନ୍ତୁ ବୋଲି ସେ ଆହ୍ବାନ ଦେଇଥିଲେ।
ଏହି ବିକ୍ଷୋଭ ସମାବେଶରେ ୨୯ନମ୍ବର ଜୋନ ଜିଲା ପରିଷଦ ସଦସ୍ୟ ବୁଦ୍ଧଦେବ ମହାକୁଡ଼, ୨୨ ନମ୍ବର ଜୋନ ସୌଭାଗ୍ୟ ମଞ୍ଜରୀ ନାଏକ, ୨୩ନମ୍ବର ଜୋନ ରୁନୁ ମହାନ୍ତ, ପାଟଣା ବ୍ଲକ ବିଜେଡି ସଭାପତି ମାଧବାନନ୍ଦ ପୃଷ୍ଟି, ସାହାରପଡା ବ୍ଲକ ବିଜେଡି ସଭାପତି ଦିଲ୍ଲୀପ କୁମାର ସାହୁ, ଚମ୍ପୁଆ ବ୍ଲକ ବିଜେଡି ସଭାପତି ଭାଗିରଥି ଦାଶ, ରାଜ୍ୟ ଛାତ୍ର ବିଜେଡି ସଭାପତି ସୌମ୍ୟ ରାଉତଙ୍କ ସହ ହଜାର ହଜାର ଛାତ୍ରୀଛାତ୍ର ସାମିଲ ହୋଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri