ମହିଳାଙ୍କୁ ସୁରକ୍ଷା ଦେବାରେ ଡବଲ ଇଞ୍ଜିନ ସରକାର ଫେଲ୍‌: ଗାଦି ଛାଡ଼ନ୍ତୁ ମୁଖ୍ୟମନ୍ତ୍ରୀ

ପାଟଣା,୭।୮(ବୀର କିଶୋର ଦାଶ):ରାଜ୍ୟରେ ଛାତ୍ରୀ ଓ ମହିଳା ହିଂସା ବଢିଚାଲିଛି। ବିପର୍ଯ୍ୟସ୍ତ ଆଇନ ପ୍ରତିବାଦରେ ଗୁରୁବାର କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ବିଜେଡି ଛାତ୍ର ଜନତା ଦଳ ପକ୍ଷରୁ ଶୋଭାଯାତ୍ରା ଓ ବିକ୍ଷୋଭ ପ୍ରଦର୍ଶନ ଅନୁଷ୍ଠିତ ହୋଯାଇଛି। ଆୟୋଜିତ ପ୍ରତିବାଦ ଶୋଭାଯାତ୍ରା ଛାତ୍ର ବିଜେଡି ବ୍ଲକ ସଭାପତି ପରମେଶ୍ୱର ପଲେଇଙ୍କ ନେତୃତ୍ୱରେ ସମ୍ପନ୍ନ ହୋଇଛି। ପ୍ରଥମେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ସ୍ବାମ ପାଟଣାରୁ ଏକ ବିରାଟ ଶୋଭାଯାତ୍ରାରେ ଛାତ୍ରୀଛାତ୍ରମାନେ ବାହାରି ପାଟଣା ବଜାର ପରିକ୍ରମା କରିବା ସହ ପାଟଣା ଥାନା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ।

ଶୋଭାଯାତ୍ରାରେ ରାଜ୍ୟ ସରକାରଙ୍କ ବିରୋଧରେ ବିଭିନ୍ନ ସ୍ଲୋଗାନ ଦେଇ ନାରାବାଜି କରିଥିଲେ। ଛାତ୍ରୀ ଓ ମହିଳାଙ୍କୁ ସୁରକ୍ଷା ସହ ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ସୁଧାର ଆଣିବା ପାଇଁ ଡିଜିଙ୍କ ଉଦ୍ଦେଶ୍ୟରେ ପାଟଣା ଥାନା ଅଧିକାରୀ ମାନସ କୁମାର ମହାକୁଡ଼ ଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମରେ ପୂର୍ବତନ ପାଟଣା ବିଧାୟକ ଜଗନ୍ନାଥ ନାଏକ ବିକ୍ଷୋଭ ସମାବେଶରେ ଯୋଗଦେଇ ଆଜି ମା’ ବାପା କଲେଜ ସ୍କୁଲକୁ ଝିଅକୁ ପଠାଉଛନ୍ତି ସତ କିନ୍ତୁ ସେମାନଙ୍କ ସୁରକ୍ଷା ନେଇ ଚିନ୍ତାରେ ରହୁଛନ୍ତି। ରାଜ୍ୟରେ ଡବଲ ଇଞ୍ଜିନ ସରକାରରେ ଆଇନଶୃଙ୍ଖଳା ଚରମ ବିପର୍ଯ୍ୟସ୍ତରେ ପହଞ୍ଚିଛି । ଏଣୁ ମୁଖ୍ୟମନ୍ତ୍ରୀ ଗାଦି ଛାଡନ୍ତୁ ବୋଲି ସେ ଆହ୍ବାନ ଦେଇଥିଲେ।
ଏହି ବିକ୍ଷୋଭ ସମାବେଶରେ ୨୯ନମ୍ବର ଜୋନ ଜିଲା ପରିଷଦ ସଦସ୍ୟ ବୁଦ୍ଧଦେବ ମହାକୁଡ଼, ୨୨ ନମ୍ବର ଜୋନ ସୌଭାଗ୍ୟ ମଞ୍ଜରୀ ନାଏକ, ୨୩ନମ୍ବର ଜୋନ ରୁନୁ ମହାନ୍ତ, ପାଟଣା ବ୍ଲକ ବିଜେଡି ସଭାପତି ମାଧବାନନ୍ଦ ପୃଷ୍ଟି, ସାହାରପଡା ବ୍ଲକ ବିଜେଡି ସଭାପତି ଦିଲ୍ଲୀପ କୁମାର ସାହୁ, ଚମ୍ପୁଆ ବ୍ଲକ ବିଜେଡି ସଭାପତି ଭାଗିରଥି ଦାଶ, ରାଜ୍ୟ ଛାତ୍ର ବିଜେଡି ସଭାପତି ସୌମ୍ୟ ରାଉତଙ୍କ ସହ ହଜାର ହଜାର ଛାତ୍ରୀଛାତ୍ର ସାମିଲ ହୋଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?