ବିନା ହେଲ୍‌ମେଟରେ ଗାଡ଼ି ଚଳାଇଲେ ଦୁଇ ଗୁଣା ଜରିମାନା

ଭୁବନେଶ୍ୱର,୯ା୮(ବ୍ୟୁରୋ)-ବିନା ହେଲ୍‌ମେଟରେ ଗାଡ଼ି ଚଳାଇଲେ ଏବେ ଦୁଇଗୁଣା ଜରିମାନା ଦେବାକୁ ହେବ। ପୂର୍ବରୁ ୫୦୦ ଟଙ୍କା ଦେବାକୁ ପଡୁଥିଲା। କିନ୍ତୁ ବର୍ତ୍ତମାନ ୧୦୦୦ ଟଙ୍କା ଦେବାକୁ ପଡିବ। ଏ ନେଇ ଅଗଷ୍ଟ ୧୬ରୁ ୩୦ ତାରିଖ ଯାଏ ରାଜ୍ୟ ପରିବହନ କର୍ତ୍ତୃପକ୍ଷ(ଏସ୍‌ଟିଏ) ପକ୍ଷରୁ ସ୍ପେଶାଲ୍‌ ଡ୍ରାଇଭ୍‌ ଆରମ୍ଭ କରାଯିବ। ସେହିପରି ପିଲଅନ୍‌ ରାଇଡର ହେଲମେଟ୍‌ ପିନ୍ଧି ନ ଥିଲେ ଚାଳକଙ୍କ ଲାଇସେନ୍ସ ୩ ମାସ ପାଇଁ ବାତିଲ କରାଯିବ ବୋଲି ଏସ୍‌ଟିଏ ପକ୍ଷରୁ ସ୍ପଷ୍ଟ କରାଯାଇଛି। ରାଜ୍ୟ ଦେଇ ଯାଇଥିବା ସମସ୍ତ ଜାତୀୟ ରାଜପଥ ଓ ରାଜ୍ୟ ରାଜପଥରେ ଏସ୍‌ଟିଏ ପକ୍ଷରୁ ଏହି ସ୍ପେଶାଲ ଡ୍ରାଇଭ୍‌ କରାଯିବ। ଏହି ସ୍ବତନ୍ତ୍ର ଅଭିଯାନ ବେଳେ ବାଇକ୍‌ରେ ୩ ଜଣ ଯିବା ଧରାପଡ଼ିଲେ ଦଣ୍ଡିତ ହେବାକୁ ପଡ଼ିବ। ସେହିପରି ୧୮ ବର୍ଷରୁ କମ୍‌ ବୟସର ପିଲା ଗାଡ଼ି ଚଳାଉଥିଲେ ସେମାନେ ମଧ୍ୟ ଦଣ୍ଡିତ ହେବେ। ଏଠାରେ ସୂଚନାଯୋଗ୍ୟ, ୨୦୨୧ରେ ବାଇକ୍‌ ଦୁର୍ଘଟଣାରେ ୧୩୦୮ ଜଣଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ଭିତରୁ ୮୬୮ ଜଣ ବାଇକ୍‌ ଚାଳକ ହୋଇଥିବା ବେଳେ ୪୪୦ ଜଣ ପିଲଅନ୍‌। ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ସମସ୍ତ ବ୍ୟକ୍ତି ହେଲ୍‌ମେଟ୍‌ ପିନ୍ଧି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନଭେମ୍ବରରେ ଦ୍ୱିତୀୟ ମାସ ପାଇଁ ପାଇକାରୀ ମୁଦ୍ରାସ୍ଫୀତି ନକାରାତ୍ମକ

ନୂଆଦିଲ୍ଲୀ,୧୫।୧୨: ସରକାରୀ ତଥ୍ୟ ଅନୁଯାୟୀ, ନଭେମ୍ବର ୨୦୨୫ରେ ପାଇକାରୀ ମୂଲ୍ୟ ସୂଚକାଙ୍କ (WPI) ଭିତ୍ତିକ ମୁଦ୍ରାସ୍ଫୀତି ହାର କ୍ରମାଗତ ଦ୍ୱିତୀୟ ମାସ ପାଇଁ (-) ୦.୩୨...

ଏପରି ଗାଁ, ଯେଉଁଠି କାହା ଘରେ ନାହିଁ ରୋଷେଇ ଘର: ଖାଇବା ଶୈଳୀ ଜାଣିଲେ ଉଡ଼ିଯିବ ହୋଶ୍‌

ଶତାବ୍ଦୀ ଧରି ଭାରତୀୟ ଗ୍ରାମଗୁଡ଼ିକ ସେମାନଙ୍କର ସରଳତା ଏବଂ ପରମ୍ପରା ପାଇଁ ଜଣାଶୁଣା। ସମୟ ବଦଳିଛି ଏବଂ ସୁବିଧାସୁଯୋଗ ବୃଦ୍ଧି ପାଇଛି। କିନ୍ତୁ ଆଜି ମଧ୍ୟ...

ଗମ୍ଭୀରଙ୍କ ଅଦ୍ଭୁତ ଷ୍ଟ୍ରାଟେଜି: ଶେଷ ଓଭରରେ କଲେ ଏମିତି ମିଳିଲା ତୁରନ୍ତ ସଫଳତା

ଧର୍ମଶାଳା,୧୫।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚରେ ଭାରତୀୟ ଦଳର ମୁଖ୍ୟ କୋଚ୍ ଗୌତମ ଗମ୍ଭୀରଙ୍କ ଏକ ଅଦ୍ଭୁତ ରଣନୀତି...

ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ଦାୟିତ୍ବ ନେଲେ ନିତିନ ନବୀନ

ନୂଆଦିଲ୍ଲୀ,୧୫।୧୨:  ଭାଜପାର ନୂତନ କାର୍ଯ୍ୟକାରୀ ସଭାପତି ଭାବେ ଦାୟିତ୍ବ ନେଲେ ନୀତିନ ନବୀନ । ସଭାପତି ଜେପି ନଡ୍ଡା ଓ ଗୃହ ମନ୍ତ୍ରୀ ଅମିତ ଶାହଙ୍କ...

ନିଜ ହାତରେ ରାସ୍ତା ଖୋଳିଲେ ଭାଜପା ବିଧାୟକ: ଗୁଣବତ୍ତାର ଖୋଲିଲା ପୋଲ୍‌

ଭୋପାଳ,୧୫।୧୨: ମଧ୍ୟପ୍ରଦେଶର ଦିଣ୍ଡୋରୀର ଶାହପୁରା ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ତଥା ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ଓମ ପ୍ରକାଶ ଧୁର୍ଭେ ବିଭାଗୀୟ କର୍ମଚାରୀଙ୍କ ପର୍ଦ୍ଦାଫାସ କରୁଛନ୍ତି।...

ମୋକିମ୍‌ଙ୍କ ପାଇଁ ବାହାରି ପଡ଼ିଲେ ନିରଞ୍ଜନ: କହିଲେ କଟକରେ କେବଳ ତାଙ୍କ ପାଇଁ…

ଭୁବନେଶ୍ୱର, ୧୫।୧୨: ମହମଦ୍‌ ମୋକିମ୍‌ଙ୍କୁ ନେଇ ମୁହଁ ଖୋଲିଲେ ନିରଞ୍ଜନ ପଟ୍ଟନାୟକ। ନିରଞ୍ଜନ କହିଛନ୍ତି, ମୋକିମଙ୍କର କଂଗ୍ରେସ ପ୍ରତି ଅବଦାନ ବହୁତ। ୧୯୮୦ ପରଠୁ କଟକରେ...

ଭୁବନେଶ୍ୱରରେ ହେବ ଭିସା ସେଣ୍ଟର, ଆଉ ଯିବାକୁ ପଡିବ ନାହିଁ ଦିଲ୍ଲୀ, କୋଲକତା

ଭୁବନେଶ୍ୱର,୧୫।୧୨: ଭୁବନେଶ୍ୱରରେ ହେବ ଗ୍ଲୋବାଲ ଭିସା ଆପ୍ଲିକେଶନ ସେଣ୍ଟର। ଏନେଇ ରାଜ୍ୟ ସରକାର ୩ ହଜାର ବର୍ଗ ଫୁଟର ଜାଗା ଯୋଗାଇ ଦେବେ। ବରମୁଣ୍ଡା ବସ...

ବଞ୍ଚିବାକୁ ରାହା ଖୋଜୁଛନ୍ତି ବେସାହାରା ଭଉଣୀ-ଭାଇ

ଗଞ୍ଜାମ,୧୫।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ରାମଗଡ଼ ପଞ୍ଚାୟତ ଗଜପତି ନଗର ତିନି ନମ୍ବର ସାହିରେ ସ୍ବର୍ଗତ ଦିନେଶ୍ୱର ବେହେରାଙ୍କ ଘର l ଦିନେଶ୍ୱର ମତ୍ସ୍ୟଜୀବି ପରିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri