ବିନା ହେଲ୍‌ମେଟରେ ଗାଡ଼ି ଚଳାଇଲେ ଦୁଇ ଗୁଣା ଜରିମାନା

ଭୁବନେଶ୍ୱର,୯ା୮(ବ୍ୟୁରୋ)-ବିନା ହେଲ୍‌ମେଟରେ ଗାଡ଼ି ଚଳାଇଲେ ଏବେ ଦୁଇଗୁଣା ଜରିମାନା ଦେବାକୁ ହେବ। ପୂର୍ବରୁ ୫୦୦ ଟଙ୍କା ଦେବାକୁ ପଡୁଥିଲା। କିନ୍ତୁ ବର୍ତ୍ତମାନ ୧୦୦୦ ଟଙ୍କା ଦେବାକୁ ପଡିବ। ଏ ନେଇ ଅଗଷ୍ଟ ୧୬ରୁ ୩୦ ତାରିଖ ଯାଏ ରାଜ୍ୟ ପରିବହନ କର୍ତ୍ତୃପକ୍ଷ(ଏସ୍‌ଟିଏ) ପକ୍ଷରୁ ସ୍ପେଶାଲ୍‌ ଡ୍ରାଇଭ୍‌ ଆରମ୍ଭ କରାଯିବ। ସେହିପରି ପିଲଅନ୍‌ ରାଇଡର ହେଲମେଟ୍‌ ପିନ୍ଧି ନ ଥିଲେ ଚାଳକଙ୍କ ଲାଇସେନ୍ସ ୩ ମାସ ପାଇଁ ବାତିଲ କରାଯିବ ବୋଲି ଏସ୍‌ଟିଏ ପକ୍ଷରୁ ସ୍ପଷ୍ଟ କରାଯାଇଛି। ରାଜ୍ୟ ଦେଇ ଯାଇଥିବା ସମସ୍ତ ଜାତୀୟ ରାଜପଥ ଓ ରାଜ୍ୟ ରାଜପଥରେ ଏସ୍‌ଟିଏ ପକ୍ଷରୁ ଏହି ସ୍ପେଶାଲ ଡ୍ରାଇଭ୍‌ କରାଯିବ। ଏହି ସ୍ବତନ୍ତ୍ର ଅଭିଯାନ ବେଳେ ବାଇକ୍‌ରେ ୩ ଜଣ ଯିବା ଧରାପଡ଼ିଲେ ଦଣ୍ଡିତ ହେବାକୁ ପଡ଼ିବ। ସେହିପରି ୧୮ ବର୍ଷରୁ କମ୍‌ ବୟସର ପିଲା ଗାଡ଼ି ଚଳାଉଥିଲେ ସେମାନେ ମଧ୍ୟ ଦଣ୍ଡିତ ହେବେ। ଏଠାରେ ସୂଚନାଯୋଗ୍ୟ, ୨୦୨୧ରେ ବାଇକ୍‌ ଦୁର୍ଘଟଣାରେ ୧୩୦୮ ଜଣଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ଭିତରୁ ୮୬୮ ଜଣ ବାଇକ୍‌ ଚାଳକ ହୋଇଥିବା ବେଳେ ୪୪୦ ଜଣ ପିଲଅନ୍‌। ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ସମସ୍ତ ବ୍ୟକ୍ତି ହେଲ୍‌ମେଟ୍‌ ପିନ୍ଧି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲା ଦେଶ ବିଭାଜନ ଇତିହାସ, ବାଦ୍‌ ପଡ଼ିଲେ ହିଟ୍‌ଲର

ନୂଆଦିଲ୍ଲୀ,୯ା୭ (ପି.ଟି.):ପୁରୁଣା ବହିରେ ଉଲ୍ଲେଖ ଥିଲା ଯେ ମହାତ୍ମା ଗାନ୍ଧୀ ଏବଂ କଂଗ୍ରେସ ନେତାମାନେ ବିଭାଜନକୁ ବିରୋଧ କରୁଥିଲେ ମଧ୍ୟ ଶେଷରେ ଏହାକୁ ଏକମାତ୍ର ବିକଳ୍ପ ଭାବେ…

ଫିଫା ବିଶ୍ୱକପ୍‌: ଆଜିଠୁ କ୍ୱାର୍ଟର ଫାଇନାଲ

ନ୍ୟୁୟର୍କ, ୯ା୭(ଏପି):ଚଳିତ ଫିଫା ବିଶ୍ୱକପ୍‌ର ପ୍ରି-କ୍ୱାର୍ଟର ଫାଇନାଲ ପର୍ଯ୍ୟାୟ ଶେଷ ହୋଇଛି। ଏଥର ପ୍ରଥମଥର ପାଇଁ ପ୍ରତିଯୋଗିତାରେ ୪୮ଟି ଦଳ ଅଂଶଗ୍ରହଣ କରିଥିବାବେଳେ ସେଥିରୁ ୮ଟି ଦଳ…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri