ମା’ବାପାଙ୍କୁ ଛୁରୀରେ କାଟିଦେଲେ ପୁଅ, ହତ୍ୟା କରି ସ୍ତ୍ରୀ’ଙ୍କୁ କଲ୍‌ କରି କହିଲେ…

କଟକ,୨୨।୧୧: କଟକ ଦରଘା ବଜାର ଅଞ୍ଚଳରେ ଡବଲ ମର୍ଡର । ଦରଘା ବଜାର ଓଲ୍ଡ ଜେଲ କଲୋନୀରେ ବାପା ଓ ସାବତ ମା’କୁ ଅତି ନିର୍ମମ ଭାବେ ହତ୍ୟା କଲେ ପୁଅ । ଶୁକ୍ରବାର ରାତି ୯ଟା ସମୟରେ ବାପା ମା’ଙ୍କୁ ହତ୍ୟା କରି ସ୍ତ୍ରୀ’ଙ୍କୁ କଲ କରି କହିଲା ସବୁ ଅଧ୍ୟାୟ ଆଜି ଶେଷ କରିଦେଲି ବୋଲି କହିଥିଲେ ପୁଅ। ଏମିତି କିଛି ଅଭାବନୀୟ ଘଟଣା ଘଟିଛି କଟକ ସହରରେ। ଏକା ସାଙ୍ଗରେ ଗଡିଛି ଦୁଇ ଦୁଇଟି ମୁଣ୍ଡ । ସୂଚନା ମୁତାବକ, କଟକ ଓଲ୍ଡ ଜେଲ କଲୋନୀରେ ଦୀପକ କୁମାର ଦାସ ଓ ଦ୍ବିତୀୟ ପତ୍ନୀ ରିତାରାଣୀ ଦାସ ବାସ କରନ୍ତି । ତାଙ୍କର ଏକମାତ୍ର ପୁଅ ଆଲୋକ କୁମାର ଦାସଙ୍କ ସହ ଉଭୟ ମୃତକ ଦମ୍ପତିଙ୍କର ଜମିବାଡ଼ି ଓ ପଇସାକୁ ନେଇ ବିବାଦ ଲାଗି ରହିଥିଲା । ଆଉ ଏହି ବିବାଦ ଶୁକ୍ରବାର ରାତିରେ ନେଇଥିଲା ଉଗ୍ରରୂପ । ଧାରୁଆ ଛୁରୀରେ ପ୍ରଥମେ ସାବତ ମା’ଙ୍କୁ ହାଣି ହତ୍ୟା କରିଥିଲାବେଳେ ପରେ ବାପା ଯେତେବେଳେ ଆସି ପହଞ୍ଚିଥିଲେ ତାଙ୍କୁ ଅତର୍କିତ ଭାବେ ଆକ୍ରମଣ କରି ନୃଶଂସ ଭାବେ ହତ୍ୟା କରିଥିଲେ । ଘଟଣାସ୍ଥଳରେ ଦାରଘା ବଜାର ଥାନା ପୋଲିସ ଓ ସାଇଣ୍ଟିଫିକ ପହଞ୍ଚି ତଦନ୍ତ କରିବା ସହ ଦୁଇ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ଏସସିବିକୁ ପଠାଇଥିଲା। ଅନ୍ୟପଟେ ହତ୍ୟାକାରୀ ପୁଅକୁ ପୋଲିସ ଅଟକ ରଖିଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାସନ ମାଜିଲେନି ସ୍ବାମୀ, ସ୍ତ୍ରୀ ଡାକିଲେ ପୋଲିସ: ଆଉ ତା’ପରେ ଘଟିଲା…

ଲକ୍ଷ୍ନୌ,୨୧।୩: ଉତ୍ତର ପ୍ରଦେଶର ଏକ ବସ୍ତିରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳା ସାରେ ରାତ୍ରୀଭୋଜନ ପ୍ରସ୍ତୁତ କରିବାକୁ ତାଙ୍କ ରୋଷେଇ ଘରେ…

ସୁନା ୧୨,୫୦୦ ଟଙ୍କା, ରୂପା ହେଲା ୩୦ହଜାର ଟଙ୍କା ଶସ୍ତା, ଏକ୍ସପର୍ଟ କହିଲେ ଏହି ରେଟ ଯାଏ ଖସିବ…

ସୁନା ଓ ରୁପା ଦରରେ କ୍ରମାଗତ ଭାବେ ହ୍ରାସ ପରିଲକ୍ଷିତ ହେଉଛି । ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭିତରେ ତୈଳ ଦର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି…

ନୂଆ ଚିନି କଳ ସ୍ଥାନ ଚିହ୍ନଟ ପାଇଁ ନୟାଗଡରେ ଆଇପିଏଲ ଟେକ୍ନିକାଲ ଟିମ

ନୟାଗଡ଼,୨୧।୩(ଲୋକନାଥ ମିଶ୍ର): ନୟାଗଡ଼ରେ ନୂଆ ଚିନିଶିଳ୍ପ ଖୋଲିବା ନେଇ ମାର୍ଚ୍ଚ ୬ରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଘୋଷଣା କରିଥିଲେ। ଏପରିକି ଚିନି ଶିଳ୍ପ ଖୋଲିବା ନେଇ…

ବୋଲେରୋ ଧକ୍କାରେ ସଫେଇ କର୍ମଚାରୀ ମୃତ: ରାସ୍ତାରୋକୋ କରି ୫୦ଲକ୍ଷ ଟଙ୍କା କ୍ଷତିପୂରଣ ଦାବି କଲେ…

ପାଇକମାଳ,୨୧।୩( ବଡ ଶତପଥୀ) : ନୃସିଂହନାଥ ମନ୍ଦିରରେ କର୍ମରତ ସଫେଇ କର୍ମଚାରୀ ସକାଳେ ନିଜ କାମ ସାରି ପୁଅକୁ ମେଡିକାଲ ନେବା ପାଇଁ ଘରକୁ ବାଇକରେ ଫେରୁଥିବାବେଳେ…

ଯୁଦ୍ଧକୁ ଡେଇଁଲା ବ୍ରିଟେନ୍‌! କଲା ବଡ଼ ଘୋଷଣା, ଆମେରିକାକୁ…

ଲଣ୍ଡନ,୨୧।୩: ବ୍ରିଟିଶ ସରକାର ହର୍ମୁଜ ଷ୍ଟ୍ରେଟ୍‌ରେ ଆମେରିକା ଜାହାଜକୁ ଟାର୍ଗେଟ କରୁଥିବା ଇରାନୀ କ୍ଷେପଣାସ୍ତ୍ର ସ୍ଥାନଗୁଡ଼ିକ ଉପରେ ଆକ୍ରମଣ କରିବା ପାଇଁ ବ୍ରିଟିଶରେ ଅବସ୍ଥିତ ସାମରିକ ଘାଟି…

ରଥଯାତ୍ରା ପାଇଁ ବୁଗୁଡ଼ା ବନାଞ୍ଚଳରୁ ଗଲା ୧୬ ଖଣ୍ଡ ଫାଶି କାଠ

ବୁଗୁଡ଼ା,୨୧।୩(କାଳିଚରଣ ଦାଶ): ବୁଗୁଡ଼ା ପାଇଁ ଏକ ସୌଭାଗ୍ୟର ଦିନ। ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ତିଆରି ସକାଶେ ଦକ୍ଷିଣ ଘୁମୁସର ବନଖଣ୍ଡ ଅନ୍ତର୍ଗତ…

ମନ୍ଦିର ପ୍ରତିଷ୍ଠା, ନାମଯଜ୍ଞ ପାଇଁ ପ୍ରସ୍ତୁତି : ଅଧିକରୁ ଅଧିକ ଜନସମାଗମ ଆଶଙ୍କା

ଗଞ୍ଜାମ,୨୧।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକର କରପଡା ଗ୍ରାମରେ ଆସନ୍ତା ୨୨ରୁ ୨୬ ପର୍ଯ୍ୟନ୍ତ ୫ ଦିନ ବ୍ୟାପି ମହା ଆଡମ୍ବରରେ ମା’ ବୁଢ଼ୀ ଠାକୁରାଣୀ ଏବଂ…

କ୍ରସ ଭୋଟିଂ କରିଥିବା ବିଜେଡି ବିଧାୟକମାନଙ୍କ ଉତ୍ତର: ଆକ୍ସନ ମୋଡରେ ନବୀନ

ଭୁବନେଶ୍ୱର,୨୧।୧: କ୍ରସ ଭୋଟିଂ କରିଥିବା ବିଜେଡି ବିଧାୟକମାନଙ୍କ ଉତ୍ତର ଉପରେ ପ୍ରତିକ୍ରିୟା ରଖିଲେ ବିଜେଡି ଶୃଙ୍ଖଳା କମିଟି ସଦସ୍ୟ ସାରଦା ଜେନା। ସେ କହିଛନ୍ତି, ଉତ୍ତର ସନ୍ତୋଷଜନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri