ଗୁଣି ଗାରେଡି ସନ୍ଦେହରେ ଡବଲ ମର୍ଡର

ପାରଳାଖେମୁଣ୍ଡି, ୨୬।୯(ଗିରିଧାରୀ ପରିଛା): ଗଜପତି ଜିଲରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ମୋହନା ବ୍ଲକ ଅଡବା ଥାନା ଅନ୍ତର୍ଗତ ଘୋଡ଼ାପଙ୍କା ଗାଁରେ ଗୁଣି ଗାରେଡି ସନ୍ଦେହରେ ସ୍ବାମୀ ଓ ସ୍ତ୍ରୀ ଙ୍କୁ ବୀଭତ୍ସ ହତ୍ୟା କରାଯାଇଛି। ମୃତକମାନେ ହେଲେ ଘୋ ଗାଁର କପିଳେନ୍ଦ୍ର ମଳିକ ଓ ତାଙ୍କ ସ୍ତ୍ରୀ ଶଶୀତା ମଳିକ। ସ୍ବାମୀଙ୍କୁ ଘରେ ହତ୍ୟା କରିଥିବା ବେଳେ ସ୍ତ୍ରୀଙ୍କୁ ଗୋଡେଇ ଗୋଡେଇ ଦୁର୍ବୃତ୍ତମାନେ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତଦେହ ଜବତ କରି ଅଧିକ ଖୋଳତାଡ କରୁଛି ଅଡବା ଥାନା ପୋଲିସ।
ସୂଚନା ଅନୁଯାୟୀ, ଘୋଡାପଙ୍କା ଗ୍ରାମର କପିଳେନ୍ଦ୍ର ମଳିକ ଗୁଣି କରି ଲୋକଙ୍କୁ ମାରୁଥିବା ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ଗତ ଫେବୃଆରୀ ମାସରେ କିଛି ଲୋକତାଙ୍କୁ ଗୁଳି ମାଡ଼ କରିଥିଲେ। ଚିକିତ୍ସା ହୋଇ ସୁସ୍ଥ ହେବାପରେ ଅଡବାରେ ରହୁଥିଲେ କପିଳେନ୍ଦ୍ର ଏବଂ ତାଙ୍କ ପରିବାର। ଗତ ପାଞ୍ଚ ମାସ ଧରି କପିଳେନ୍ଦ୍ର ପରିବାର ସହ ଘୋଡାପଙ୍କା ଗ୍ରାମରେ ରହୁଥିଲେ। ତେବେ ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ କପିଳେନ୍ଦ୍ର ଏବଂ ତାଙ୍କ ସ୍ତ୍ରୀଙ୍କ ଉପରେ ମରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଘଟଣାସ୍ଥଳରେ କପିଳେନ୍ଦ୍ରଙ୍କ ମୃତ୍ୟୁ ହୋଇଥିବାବେଳେ କୌଣସି ପ୍ରକାରେ ଘଟଣାସ୍ଥଳରୁ ଖସି ଆସିଥିଲେ ସ୍ତ୍ରୀ ଶଶୀତା। ଘୋଡ଼ାପଙ୍କା ଉପର ସାହିରେ ଶଶୀତାଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରିଥିଲେ ତାଙ୍କ ବାପ ଘର ଲୋକେ। ତେବେ ଏନେଇ ଗ୍ରାମବାସୀ କୌଣସି ସଠିକ ତଥ୍ୟ ଦେଉ ନ ଥିବାବେଳେ ଅଡବା ପୋଲିସ ଗ୍ରାମରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ନମାଜ ସମୟରେ ଆତ୍ମଘାତୀ ଆକ୍ରମଣ; ୧୬ ମୃତ, ଅନେକ ଆହତ

ଇସଲାମାବାଦ,୧୮।୯: ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶ ଅନ୍ତର୍ଗତ କୋହାଟ ଜିଲାର ‘ପୋଲିସ ଲାଇନ୍ସ’ ଅଞ୍ଚଳରେ ଶୁକ୍ରବାର (୧୮ ସେପ୍ଟେମ୍ବର, ୨୦୨୬) ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ଏହା…

ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ, ଆସନ୍ତା ୨୪ସୁଦ୍ଧା…

ଭୁବନେଶ୍ୱର,୧୮।୯: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି।…

ବାଡ଼ିକୁ ଗାଈ ଆଣିବା ପାଇଁ ଯାଇଥିଲେ ପୀତାମ୍ବର, ବଜ୍ରପାତ ହେବାରୁ…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ସ୍ଥାନୀୟ କେନ୍ତିଆ ଗ୍ରାମର ପୀତାମ୍ବର ରାଉତ(୬୦) ନିଜ ବାଡ଼ିକୁ ଗାଈ ଆଣିବାକୁ ଯାଇ ବଜ୍ରପାତର…

ନିର୍ବାଚନ ଆୟୋଗଙ୍କ ବଡ଼ ଘୋଷଣା: ମମତାଙ୍କୁ ମିଳିଲା ନୂଆ ପାର୍ଟି ନାଁ-ଚିହ୍ନ, ଜାଣନ୍ତୁ ଋତବ୍ରତଙ୍କୁ କ’ଣ ଦିଆଗଲା…

କୋଲକାତା,୧୮।୯: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ବିଦ୍ରୋହୀ ନେତା ଋତବ୍ରତ ବାନାର୍ଜୀଙ୍କ ଦୁଇ ଭିନ୍ନ ଗୋଷ୍ଠୀ ପାଇଁ ନିର୍ବାଚନ ଆୟୋଗ ନୂଆ ଦଳୀୟ ନାମ…

ନକଲି ଫେସ୍‌ବୁକ୍‌ ଆଇଡିରେ ଠକି ନେଇଥିଲେ ୨୫ ଲକ୍ଷ ଟଙ୍କା, ୩ ଭଉଣୀଭାଇଙ୍କୁ ବାନ୍ଧିଲା ସାଇବର ପୋଲିସ

ସମ୍ବଲପୁର,୧୮ା୯(ପ୍ରମୋଦ ବହିଦାର): ଫେସ୍‌ବୁକରେ ନକଲି ଆଇଡି ଖୋଲି ଟଙ୍କାକୁ ଦ୍ୱିଗୁଣ କରିଦେବାର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଦୁଇ ଭଉଣୀଙ୍କ ସହ ଭାଇଙ୍କୁ ଗିରଫ…

Gen Zକୁ ମୋହନ ଭାଗବତଙ୍କ ବଡ଼ ବାର୍ତ୍ତା, ଧର୍ମ ବୃଦ୍ଧାବସ୍ଥା….

ନୂଆଦିଲ୍ଲୀ,୧୮।୯: Gen Z ଓ ଯୁବପିଢ଼ିକୁ ଧର୍ମ ନେଇ ବଡ଼ ବାର୍ତ୍ତା ଦେଇଛନ୍ତି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ପ୍ରମୁଖ ମୋହନ ଭାଗବତ । ଶୁକ୍ରବାର ଉଜ୍ଜୟିନୀରେ…

ବାଇକ୍‌ରେ ଯାଉଥିବାବେଳେ ଯୁବକଙ୍କ ଉପରେ ଭାଙ୍ଗିପଡ଼ିଲା ଗଛ ଡାଳ, ପେଟରେ ଗଳିଯିବାରୁ…

କେନ୍ଦ୍ରାପଡ଼ା,୧୮ା୯(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ଗଣ୍ଡାକିଆ ରାସ୍ତାରେ ଶୁକ୍ରବାର ଏକ ଅଘଟଣ ଘଟିଛି।ଏହି ରାସ୍ତାର କଂସାରଠାରେ ଗଛଡାଳ ବାଇକ୍‌ ଉପରେ ପଡ଼ିବା ସହ…

ଗୋଟିଏ ରୁମ୍‌ରେ ଯୁବତୀଙ୍କ ସହ ରାତି କାଟିଲେ ଫାଣ୍ଡି ଅଧିକାରୀ, ଗ୍ରାମବାସୀ ଦେଖିବା ପରେ ବାହାରୁ ତାଲା ପକାଇ…

ଉମରକୋଟ,୧୮।୯(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ସିଂସାରି ଫାଣ୍ଡି ଅଧିକାରୀ ଫାଣ୍ଡି ପରିସରରେ ଥିବା ଏକ ରୁମ୍‌ରେ ଜଣେ ଯୁବତୀଙ୍କ ସହ ବୁଧବାର ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?