କେନ୍ଦୁଝରରେ ଡବଲ ମର୍ଡର

କେନ୍ଦୁଝର,୧୧ା୧୨(ସ୍ବ.ପ୍ର.): ଦୈତାରୀ ଥାନା ଅନ୍ତର୍ଗତ ରାସୋଳ ଗ୍ରାମରେ ଶନିବାର ରାତିରେ ଦମ୍ପତିଙ୍କୁ ହାଣି ହତ୍ୟା କରାଯିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ସେମାନେ ଘର ବାହାରେ ଶୋଇଥିବା ବେଳେ କେହି ଦୁର୍ବୃତ୍ତ ଧାରୁଆ ଅସ୍ତ୍ରରେ ମୁଣ୍ଡ ଓ ବେକକୁ ହାଣି ପଳାଇ ଯାଇଥିଲେ। ଚିତ୍କାର ଶୁଣି ଘରେ ଶୋଇଥିବା ତାଙ୍କ ଝିଅ ଆସି ରକ୍ତାକ୍ତ ଅବସ୍ଥାରେ ଦେଖି ପଡ଼ୋଶୀଙ୍କୁ ଜଣାଇଥିଲେ। ସେମାନଙ୍କ ନାମ ବାହାଡ ମୁର୍ମୁ (୪୩) ଓ ଧାନି ମୁର୍ମୁ (୩୭) ବୋଲି ଜଣାପଡ଼ିଛି। ସେ ଗ୍ରାମ ଶାଳରେ ପୂଜାର୍ଚ୍ଚନା କରନ୍ତି। ଏଣୁ ଗୁଣି ଗାରେଡ଼ି କିମ୍ବା ପୂର୍ବ ଶତ୍ରୁତା କାରଣରୁ ହତ୍ୟା କରାଯାଇଥିବା ଗ୍ରାମବାସୀ ସନ୍ଦେହ କରୁଛନ୍ତି। ଦୈତାରୀ ଥାନା ପୋଲିସ ଓ ଘଟଗାଁ ଏସ୍‌ଡିପିଓ ତଥା ବିଶେଷଜ୍ଞ ଦଳ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ତଦନ୍ତ ପରେ ହତ୍ୟାର କାରଣ ଜଣାପଡ଼ିବ ଏବଂ ଅଭିଯୁକ୍ତ ଧରା ପଡ଼ିବେ ବୋଲି ଏସ୍‌ଡିପିଓ ସୁଶୀଲ ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ: ଶତରୁଦ୍ର ମହାଯଜ୍ଞରେ ପୂଜାର୍ଚ୍ଚନା କଲେ ଖଣି ମନ୍ତ୍ରୀ

ଦିଗପହଣ୍ଡି,୨୬।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର ମହାଯଜ୍ଞର…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ, ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri