କୁନ୍ଦୁଲି ସାପ୍ତାହିକ ହାଟରେ ଡବଲ ମର୍ଡର : ଲାଗିଛି ଚାପା ଉତ୍ତେଜନା

ପଟ୍ଟାଙ୍ଗି,୨୫।୧୦(ଶରତ ଧଳ): ଦୁଇ ଗୋଷ୍ଠୀ ମଧ୍ୟରେ ମର୍ଡର ନେଇ ଚାପା ଉତ୍ତେଜନା ଦେଖାଦେଇଛି। ଏହିପରି ଘଟଣା ଘଟିଛି କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ କୁନ୍ଦୁଲି ହାଟପଦାର ଦୁଇଟି ସ୍ଥାନରେ।
ସୂଚନା ମୁତାବକ ଶେମିଳିଗୁଡ଼ା ବ୍ଲକର ହାଟଗୁଡା ପଞ୍ଚାୟତ ଅଧୀନ ଟେମା ଗ୍ରାମର ରଘୁନାଥ ପାଣ୍ଡକାଙ୍କ ପୁଅ ଗୋବର୍ଦ୍ଧନ ହାଟପଦାର ବଜାରକୁ ଆସିଥିଲା। ଏହି ସମୟରେ କୈଣସି ଏକ କାରଣକୁ ନେଇ ଗୋବର୍ଦ୍ଧନଙ୍କ ଅନ୍ୟ ଗୋଷ୍ଠୀର ରାଜକୁମାର ରୁଡି ଏବଂ ବାପ ଜଗୁଲୁ ରୁଡିଙ୍କ ସମେତ ତାଙ୍କ ପରିବାରର କିଛି ସଦସ୍ୟଙ୍କ ସହ କଥା କଟାକଟି ହୋଇଥିଲା । ରୁଡି ପରିବାର ଉତ୍ୟକ୍ତ ହୋଇ ଗୋବର୍ଦ୍ଧନଙ୍କୁ ଧାରୁଆ ଅସ୍ତ୍ରରେ ଅତର୍କିତ ଆକ୍ରମଣ କରିଥିଲେ। ଏଥିରେ  ଗୋବର୍ଦ୍ଧନଙ୍କ ମୃତ୍ୟୁ ଘଟିଥିଲା।
ଅନ୍ୟପକ୍ଷରେ ଗୋବର୍ଦ୍ଧନଙ୍କ ଉପରେ ଆକ୍ରମଣ ହେଉଥିବା ଖବରପାଇ ଗୋବର୍ଦ୍ଧନଙ୍କ  ପରିବାର ଘଟଣାସ୍ଥଳରେ  ପହଞ୍ଚି ରୁଡି ପରିବାରକୁ  ପଚରାଉଚରା  କରିଥିଲେ। ଏହି ସମୟରେ ପୁଣି ରୁଡି ପରିବାର ମୃତ ଗୋବର୍ଦ୍ଧନଙ୍କ ପରିବାର ସଦସ୍ୟ ଉପରେ ଆକ୍ରମଣ କରିବାକୁ  ଆସୁଥିବା ବେଳେ ଗୋବର୍ଦ୍ଧନଙ୍କ ପରିବାର ସଦସ୍ୟ ରାଜକୁମାର ରୁଡିଙ୍କ ଉପରେ
ଆକ୍ରମଣ କରିବା ଫଳରେ ଘଟଣାସ୍ଥଳେ ରାଜକୁମାରଙ୍କ ମୃତ୍ୟୁ ଘଟିଥିଲା। ଖବରପାଇ ପଟ୍ଟାଙ୍ଗି ଥାନାଧିକାରୀ ଚତୁର୍ଭୁଜ ନାୟକଙ୍କ ସମେତ ଅନ୍ୟ
ପୋଲିସ ଅଧିକାରୀ ଓ କର୍ମଚାରୀ ପ୍ରମୁଖ  ଘଟଣାସ୍ଥଳରେ ପହଞ୍ଚିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍‌ସିଏଲ୍‌ର ପ୍ରଶଂସନୀୟ…

ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…

ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…

ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଆଉ ନାହାନ୍ତି ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ଡ. ଗୋପବନ୍ଧୁ ବେହେରା: କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଜଣେ ଅଗ୍ରଣୀ ଶିକ୍ଷାବିତ୍, ଆଦର୍ଶ ମାର୍ଗଦର୍ଶକ ତଥା ବିଶିଷ୍ଟ ରସାୟନ ବିଜ୍ଞାନ ପ୍ରଫେସର ଡକ୍ଟର ଗୋପବନ୍ଧୁ ବେହେରାଙ୍କର ୮୭…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?