Posted inରାଜ୍ୟ

ବର୍ଷ ଆରମ୍ଭରୁ ଡବଲ୍‌ ମର୍ଡର: ମାହାଙ୍ଗାରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ, ସହଯୋଗୀଙ୍କୁ ହତ୍ୟା

ନିଶ୍ଚିନ୍ତକୋଇଲି,୨ା୧(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଥାନା ଅଧୀନ ନୂର୍ତ୍ତାଙ୍ଗସ୍ଥିତ ଜଅଁକୋଠି ନିକଟରେ ଶନିବାର ରାତିରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ କୁଳମଣି ବରାଳ(୬୨) ଓ ସହଯୋଗୀ ଦିବ୍ୟସିଂହ ବରାଳ(୭୦)ଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରାଯାଇଛି। ଏଥିରେ ଉଭୟଙ୍କ ମୃତ୍ୟୁ ଘଟିଛି। ରାତିରେ ଉଭୟେ କାମସାରି ନୂର୍ତ୍ତାଙ୍ଗସ୍ଥିତ ଘରକୁ ଫେରୁଥିବା ବେଳେ ପୂର୍ବରୁ ପ୍ରସ୍ତୁତଥିବା କିଛି ବ୍ୟକ୍ତି ମାରଣାସ୍ତ୍ରରେ ଦୁହିଁଙ୍କୁ ଆକ୍ରମଣ କରିଥିଲେ। ସ୍ଥାନୀୟ ଲୋକେ କୁଳମଣିଙ୍କୁ ଉଦ୍ଧାର କରି ମାହାଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ଦିବ୍ୟସିଂହଙ୍କୁ କଟକ ବଡ଼ ଡାକ୍ତରଖାନା ପଠାଇଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଉଭୟଙ୍କ ମୃତ୍ୟୁ ଘଟିଛି।

ମାହାଙ୍ଗା ପୋଲିସ ପହଞ୍ଚତ୍ ମୃତଦେହ ଜବତ କରିଛି। ରାଜନୈତିକ ହିଂସାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି ବୋଲି ଥାନା ଅଧିକାରୀ ରଞ୍ଜନ କୁମାର ପରିଡ଼ା କହିଛନ୍ତି। ହତ୍ୟାକାଣ୍ଡକୁ ନେଇ ମାହାଙ୍ଗା ସ୍ବାସ୍ଥ୍ୟକେନ୍ଦ୍ର ଓ ନୂର୍ତ୍ତାଙ୍ଗ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଛି। ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବା ନେଇ ଭାଜପା ନେତା ଓ କର୍ମୀମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

CJP ଆନ୍ଦୋଳନରେ ପେଲେଟ୍ ଗନ୍ ଫାୟାରିଂ? ସତ କହିଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଦିଲ୍ଲୀର ଜନ୍ତର-ମନ୍ତରରୁ ସଂସଦ ମାର୍ଚ୍ଚ ପାଇଁ ଆହ୍ୱାନ ଦିଆଯାଇଥିଲା। ଏହି ସମୟରେ ପୋଲିସ ଏବଂ ପ୍ରଦର୍ଶନକାରୀଙ୍କ…

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…

ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍‌ ପହଞ୍ଚିଥିଲା।…

୨୪ ଘଣ୍ଟାରେ ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ: ବନ୍ଧୁକ, ଖଣ୍ଡା ସହ ବାଇକ୍‌ ଜବତ କରି…

ପୁରୁଷୋତ୍ତମପୁର,୨୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ସଫଳତା ମିଳିଥିବା ବେଳେ ସହ ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ…

ଭିଜିଲାନ୍ସ ଜାଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ, SHG ମହିଳାଙ୍କଠାରୁ…

ଭବାନୀପାଟଣା,୨୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣା ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସ୍କୁଲରେ ନିୟୋଜିତ…

ଗଞ୍ଜେଇ ଚୋରା ଚାଲାଣର ସାମ୍ରାଜ୍ୟ ଚଳାଇଥିଲେ, ୨ ଯୁବକଙ୍କୁ ଧରି..

ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜେଇ ପ୍ୟାକିଂ କରି ବାହାରକୁ ଚାଲାଣ କରୁଥିବା ୨ ଜଣିଆ ଟିମ୍‌କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri