ରାଜଧାନୀରେ ଗଡ଼ିଲା ୨ ମୁଣ୍ଡ

ଭୁବନେଶ୍ୱର,୧୫।୩: ହୋଲିରେ ରକ୍ତ ରଞ୍ଜିତ ହେଲା ରାଜଧାନୀ ଭୁବନେଶ୍ୱର। ଭୁବନେଶ୍ୱରରେ ଗଡ଼ିଛି ୨ ମୁଣ୍ଡ। ଶହୀନଗର ଶାନ୍ତିପଲ୍ଲୀ ବସ୍ତିରେ ଜଣଙ୍କୁ ଛୁରି ଭୁସି ହତ୍ୟା କରିଥିବା ବେଳେ ମଞ୍ଚେଶ୍ୱର ଥାନା ସମେଇଗାଡିଆରେ ମଧ୍ୟ ଜଣଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି।

ମିଳିଥିବା ସୂଚନା ମୁତାବକ, ଭୁବନେଶ୍ୱର ଶହୀଦନଗର ଶାନ୍ତିପଲ୍ଲୀ ବସ୍ତିରେ ରଙ୍ଗ ଖେଳ ବେଳେ ଘଟିଛି ହତ୍ୟାକାଣ୍ଡ । ୪ ଜଣ ଯୁବକ ଛୁରି ଭୁସି ଜଣଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଥିବା କେତେଜଣ ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି । ଆଜି ଦ୍ୱି ପ୍ରହରରେ ହୋଲି ଖେଳୁଥିବା ବେଳେ ଉଭୟଙ୍କ ମଧ୍ୟରେ ପ୍ରଥମେ ବଚସା ପରେ କଥା କଟାକଟି ହୋଇଥିଲା । ଏହି ଘଟଣାରେ ଉତକ୍ଷିପ୍ତ ହୋଇ ୪ଜଣ ଯୁବକ ଛୁରି ଭୁସି ଜଣଙ୍କୁ ହତ୍ୟା କରିଛନ୍ତି।

ସେହିପରି ମଞ୍ଚେଶ୍ୱର ଥାନା ସମେଇଗାଡିଆରେ ମଧ୍ୟ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ହୋଲି ଖେଳକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ହୋଇଥିବା ସୂଚନା ମିଳିଛି। ଏହି ଘଟଣା ରାଜଧାନୀରେ ଚାଞ୍ଚଲ୍ୟ ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ପାଇଁ ବଡ଼ ଖୁସିଖବର : ଆସିଲା ସିଏମ୍‌ କିଷାନ ଟଙ୍କା

ଭୁବନେଶ୍ୱର,୩୦।୪: ଆଜି ପବିତ୍ର ଅକ୍ଷୟ ତୃତୀୟା । ସୁଖ, ସମୃଦ୍ଧି ଓ ସୌଭାଗ୍ୟର ଦିନ। ଏହି ଦିନ ମାଙ୍ଗଳିକ କାର୍ଯ୍ୟ ଆରମ୍ଭ କରିବା ଅତ୍ୟନ୍ତ ଶୁଭ...

OUAT ଫାର୍ମରେ ହଳକରି  ଧାନ ବୁଣିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦।୪: ଆଜି ପବିତ୍ର ଅକ୍ଷୟ ତୃତୀୟା । ସୁଖ, ସମୃଦ୍ଧି ଓ ସୌଭାଗ୍ୟର ଦିନ। ଏହି ଦିନ ମାଙ୍ଗଳିକ କାର୍ଯ୍ୟ ଆରମ୍ଭ କରିବା ଅତ୍ୟନ୍ତ ଶୁଭ...

ଓ୍ବାର୍‌ରୁମ୍‌ରେ ମୋଦି, ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ, ୩୦।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆଜି କ୍ୟାବିନେଟ କମିଟି ଅନ ସିକ୍ୟୁରିଟି (CCS) ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ନୂଆଦିଲ୍ଲୀରେ ବସିଛିି। ଜମ୍ମୁ...

CISCE ISC ICSE Board Result 2025: ପ୍ରକାଶ ପାଇଲା ICSE ଦଶମ- ISC ଦ୍ୱାଦଶ ଶ୍ରେଣୀ ଫଳାଫଳ: ଜାଣନ୍ତୁ କେମିତି କରିବେ ଚେକ୍‌

ନୂଆଦିଲ୍ଲୀ,୩୦।୪:ଭାରତୀୟ ସ୍କୁଲ ସାର୍ଟିଫିକେଟ ପରୀକ୍ଷା ପରିଷଦ (CISCE) ICSE ଦଶମ ଶ୍ରେଣୀ ଏବଂ ISC ଦ୍ୱାଦଶ ଶ୍ରେଣୀର ଫଳାଫଳ ଘୋଷଣା କରିଛି। ଆଜି ବୋର୍ଡ ମୁଖ୍ୟାଳୟରେ...

India Pakistan: ଟାର୍ଗେଟ ଫିକ୍ସ କଲା ସେନା, ଆଜି ରାତି ଅଧରେ ବଡ଼ ଆଟାକ୍‌!

ନୂଆଦିଲ୍ଲୀ,୩୦।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପାକିସ୍ତାନ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନର ଯୋଜନା ପ୍ଲାନିଂ ପ୍ରସ୍ତୁତ କରିଛି।...

ଅଖିମୂଠି ଅନୁକୂଳ କଲେ ଆଇନମନ୍ତ୍ରୀ: ହଳଲଙ୍ଗଳ ଯୋଚି ବୁଣିଲେ ବିହନ

ଖୋର୍ଦ୍ଧା,୩୦।୪(ପ୍ରଭାତ ପାଣିଗ୍ରାହୀ) : ଆଜି ପବିତ୍ର ‘ଅକ୍ଷୟ ତୃତୀୟା’। ଏହି ଅବସରରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗୁରୁଜଙ୍ଗଠାରେ ଚାଷୀ ଭାଇ ମାନଙ୍କ ଉପସ୍ଥିତିରେ ଭୂମିପୂଜନ...

ରାଜବୋଡାସମ୍ବର କୃଷକ ସଙ୍ଗଠନ ତରଫରୁ ଅକ୍ଷୟ ତୃତୀୟା ପାଳିତ

ପଦ୍ମପୁର ୩୦।୪ (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ବ୍ଲକ ଖଲିଆପାଲି ଗ୍ରାମରେ ରାଜବୋଡାସମ୍ବର କୃଷକ ସଙ୍ଗଠନ ତରଫରୁ ପବିତ୍ର ଅକ୍ଷୟ ତୃତୀୟା ଉତ୍ସବ ବୁଧବାର...

ଭାରତ-ପାକିସ୍ତାନ ବିବାଦ ମଧ୍ୟରେ ଏଣ୍ଟ୍ରି କଲା ଆମେରିକା: କହିଲା – ‘ସାରା ବିଶ୍ୱ ଦେଖୁଛି’

ଓ୍ବାଶିଂଟନ୍‌,୩୦।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ପରିସ୍ଥିତି ଜାରି ରହିଛି। ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ପାକିସ୍ତାନ ଭୟରେ ଅଛି। ସେ ଭାରତର ପରବର୍ତ୍ତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri