ଭୁବନେଶ୍ୱର,୧୫।୩: ରାଜଧାନୀ ଭୁବନେଶ୍ୱରରେ ହୋଲିରେ ଗଡ଼ିଛି ୨ ମୁଣ୍ଡ। ଶହୀଦନଗର ଶାନ୍ତିପଲ୍ଲୀ ବସ୍ତିରେ ଜଣଙ୍କୁ ଛୁରି ଭୁସି ହତ୍ୟା କରାଯାଇଥିବା ବେଳେ ମଞ୍ଚେଶ୍ୱର ଥାନା ସମେଇଗାଡିଆରେ ମଧ୍ୟ ଜଣଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ଏହି ଘଟଣାରେ ପୋଲିସ ସହ ସାଇଣ୍ଟିଫିକ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଛାନ୍ଭିନ ଆରମ୍ଭ କରିଛି। ଏପରିକି ପୋଲିସ ପରିବାର ଲୋକଙ୍କ ସହ କେତେଜଣ ପ୍ରତ୍ୟକ୍ଷଦର୍ଶୀଙ୍କୁ ପଚରାଉଚରା କରୁଥିବା ଜଣାପଡିଛି।
ମିଳିଥିବା ସୂଚନା ମୁତାବକ, ଭୁବନେଶ୍ୱର ଶହୀଦନଗର ଶାନ୍ତିପଲ୍ଲୀ ବସ୍ତିରେ ଶନିବାର ଦିନ ଦ୍ୱିପ୍ରହରରେ ହୋଲି ଖେଳ ହେଉଥିଲା। ସେତିକିବେଳେ ଉଭୟଙ୍କ ମଧ୍ୟରେ ପ୍ରଥମେ ବଚସା ପରେ କଥା କଟାକଟି ହୋଇଥିଲା। ଏହି ଘଟଣାରେ ଉତ୍କ୍ଷିପ୍ତ ହୋଇ ୪ଜଣ ଯୁବକ ଛୁରି ଭୁସି ଜଣେ ଯୁବକଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଥିଲେ।
ସେହିପରି ମଞ୍ଚେଶ୍ୱର ଥାନା ସମେଇଗାଡିଆରେ ମଧ୍ୟ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ହୋଲି ଖେଳକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ହୋଇଥିଲା। ଏହି ଘଟଣା ରାଜଧାନୀରେ ଚାଞ୍ଚଲ୍ୟ ଖେଳିଯାଇଛି।