ରାଜଧାନୀ ଡବଲ ମର୍ଡର ଘଟଣା: ପୋଲିସ ପିଛା କରିବାରୁ ଡିମିରି ଫଳ ଖାଇଦେଲେ ଅଭିଯୁକ୍ତ, ଡିସିପି କହିଲେ…

ଭୁବନେଶ୍ୱର,୧୬ା୩: ରାଜଧାନୀ ଭୁବନେଶ୍ୱରରେ ହୋଲିରେ ଘଟିଥିଲା ୨ଟି ହତ୍ୟାକାଣ୍ଡ। ଗୋଟିଏ ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଆଉ ଗୋଟିଏ ଶହୀଦନଗର ଥାନା ଅଞ୍ଚଳରେ। ତେବେ ଏହି ଦୁଇଟି ହତ୍ୟା ଘଟଣାର ଅଭିଯୁକ୍ତମାନଙ୍କୁ ଗିରଫ କରାଯାଇଛି। ଏନେଇ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି ଭୁବନେଶ୍ବର ଡିସିପି। ମଞ୍ଚେଶ୍ବର ଥାନା ଅଞ୍ଚଳ ହତ୍ୟା ମାମଲାରେ ୪ ଜଣଙ୍କୁ ଗିରଫ କରାଯାଇଥିବାବେଳେ ମୁଖ୍ୟ ଅଭିଯୁକ୍ତ ତନ୍ମୟ ବେହେରା ଓ ୩ ସହଯୋଗୀ ଗିରଫ ହୋଇଛନ୍ତି। ମୁଖ୍ୟ ଅଭିଯୁକ୍ତ ପିପିଲି ଥାନା ଅଞ୍ଚଳରୁ ଗିରଫ ହୋଇଥିବା ଡିସିପି କହିଛନ୍ତି। ପୋଲିସ ପିଛା କରିବା ସମୟରେ ଡିମିରି ଫଳ ଖାଇଦେଇଥିଲେ ଅଭିଯୁକ୍ତ। ତେବେ ତାଙ୍କୁ ମଙ୍ଗଳପୁର ସିଏଚ୍‌ସିରେ ଭର୍ତ୍ତି କରାଯାଇଥିଲା। ସେ ସୁସ୍ଥ ହେବା ପରେ ଏବେ ଥାନାରେ ରହିଥିବା କହିଛନ୍ତି ଡିସିପି।

ସେହିପରି ଶହୀଦନଗର ଥାନା ଅଞ୍ଚଳ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ମୁଖ୍ୟ ଅଭିଯୁକ୍ତ ବାନା ଗୁନି ଗିରଫ ହୋଇଥିବାବେଳେ ଜଣେ ନାବାଳକ ଅଟକ ରହିଛନ୍ତି। ତେବେ ଏହି ହତ୍ୟାକାଣ୍ଡ ଅନ୍ୟ କୌଣସି କାରଣକୁ ନେଇ ନୁହେଁ, ହୋଲି ଖେଳକୁ ନେଇ ବଚସାରୁ ହତ୍ୟାକାଣ୍ଡ ଘଟିଛି ବୋଲି ଡିସିପି ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri