ରାଜଧାନୀ ଡବଲ ମର୍ଡର ଘଟଣା: ପୋଲିସ ପିଛା କରିବାରୁ ଡିମିରି ଫଳ ଖାଇଦେଲେ ଅଭିଯୁକ୍ତ, ଡିସିପି କହିଲେ…

ଭୁବନେଶ୍ୱର,୧୬ା୩: ରାଜଧାନୀ ଭୁବନେଶ୍ୱରରେ ହୋଲିରେ ଘଟିଥିଲା ୨ଟି ହତ୍ୟାକାଣ୍ଡ। ଗୋଟିଏ ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଆଉ ଗୋଟିଏ ଶହୀଦନଗର ଥାନା ଅଞ୍ଚଳରେ। ତେବେ ଏହି ଦୁଇଟି ହତ୍ୟା ଘଟଣାର ଅଭିଯୁକ୍ତମାନଙ୍କୁ ଗିରଫ କରାଯାଇଛି। ଏନେଇ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି ଭୁବନେଶ୍ବର ଡିସିପି। ମଞ୍ଚେଶ୍ବର ଥାନା ଅଞ୍ଚଳ ହତ୍ୟା ମାମଲାରେ ୪ ଜଣଙ୍କୁ ଗିରଫ କରାଯାଇଥିବାବେଳେ ମୁଖ୍ୟ ଅଭିଯୁକ୍ତ ତନ୍ମୟ ବେହେରା ଓ ୩ ସହଯୋଗୀ ଗିରଫ ହୋଇଛନ୍ତି। ମୁଖ୍ୟ ଅଭିଯୁକ୍ତ ପିପିଲି ଥାନା ଅଞ୍ଚଳରୁ ଗିରଫ ହୋଇଥିବା ଡିସିପି କହିଛନ୍ତି। ପୋଲିସ ପିଛା କରିବା ସମୟରେ ଡିମିରି ଫଳ ଖାଇଦେଇଥିଲେ ଅଭିଯୁକ୍ତ। ତେବେ ତାଙ୍କୁ ମଙ୍ଗଳପୁର ସିଏଚ୍‌ସିରେ ଭର୍ତ୍ତି କରାଯାଇଥିଲା। ସେ ସୁସ୍ଥ ହେବା ପରେ ଏବେ ଥାନାରେ ରହିଥିବା କହିଛନ୍ତି ଡିସିପି।

ସେହିପରି ଶହୀଦନଗର ଥାନା ଅଞ୍ଚଳ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ମୁଖ୍ୟ ଅଭିଯୁକ୍ତ ବାନା ଗୁନି ଗିରଫ ହୋଇଥିବାବେଳେ ଜଣେ ନାବାଳକ ଅଟକ ରହିଛନ୍ତି। ତେବେ ଏହି ହତ୍ୟାକାଣ୍ଡ ଅନ୍ୟ କୌଣସି କାରଣକୁ ନେଇ ନୁହେଁ, ହୋଲି ଖେଳକୁ ନେଇ ବଚସାରୁ ହତ୍ୟାକାଣ୍ଡ ଘଟିଛି ବୋଲି ଡିସିପି ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରଲିବ୍ୟାଗ୍‌ରୁ ମିଳିଲା ଓଠ ସିଲ୍‌ ଥିବା ଯୁବତୀଙ୍କ ମୃତଦେହ

କୋଲକାତା,୨୨।୪: କୋଲକାତା ଉପକଣ୍ଠ ବାଗୁଇହାଟିର ଏକ ରାସ୍ତା ପାର୍ଶ୍ୱରେ ପଡ଼ିରହିଥିବା ଟ୍ରଲିବ୍ୟାଗ୍‌ରୁ ଜଣେ ଯୁବତୀଙ୍କ ଓଠ ସିଲ୍‌ ହୋଇଥିବା ମୃତଦେହ ମିଳିଛି। ସୋମବାର ରାତିରେ କେହି...

ପହଲଗାମ ଆତଙ୍କ: ମୋଦିଙ୍କୁ ଆତଙ୍କବାଦୀଙ୍କ ଧମକ, ଭାରତ ପାଇଁ ଏହାର ଅର୍ଥ କ’ଣ?

ନୂଆଦିଲ୍ଲୀ,୨୨।୪: ଜମ୍ମୁ ଓ କାଶ୍ମୀରର ପହଲଗାମରେ ମଙ୍ଗଳବାର ଘଟିଥିବା ଆତଙ୍କବାଦୀ ଆକ୍ରମଣରେ ଅତିକମରେ ୨୬ ଜଣ ପର୍ଯ୍ୟଟକ ନିହତ ହୋଇଥିବା ବେଳେ ଅନେକେ ଆହତ ହୋଇଛନ୍ତି।...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସ୍ନାତକ ପରୀକ୍ଷାଫଳ ପ୍ରକାଶ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସ୍ନାତକ (+୩) ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା...

ବଜ୍ରପାତ: ଦୁଇ ଶିଶୁଙ୍କ ସମେତ ୫ ଆହତ

ରାମଗିରି,୨୨ା୪(ବୃନ୍ଦାବନ ଗୌଡ଼): ଆର.ଉଦୟଗିରି ବ୍ଲକ ଅନଘା ପଞ୍ଚାୟତ ଅନ୍ତର୍ଗତ ତୁବୁରୁସିଂ ଗ୍ରାମରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବଜ୍ରପାତ ହୋଇଥିଲା। ଏଥିରେ ୨ ଶିଶୁଙ୍କ ସମେତ ୫...

ଅଂଶୁଘାତରେ ନିର୍ବାହୀ ଅଧିକାରୀ ଗୁରୁତର

ଦିଗପହଣ୍ଡି,୨୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡି ପେଣ୍ଠ ପଞ୍ଚାୟତର କାର୍ଯ୍ୟ ନିର୍ବାହୀ ଅଧିକାରୀ ପିଇଓ କାଳିଆ ମଲ୍ଲିକ ମଙ୍ଗଳବାର ଅଂଶୁଘାତରେ ଗୁରୁତର...

ଓଡ଼ିଶାରେ କାଲିଠୁ ସମସ୍ତ ସ୍କୁଲ ଓ କଲେଜ ବନ୍ଦ: ରାଜ୍ୟ ସରକାରଙ୍କ ଘୋଷଣା

ଭୁବନେଶ୍ୱର, ୨୨।୪: ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି ଘୋଷଣା। ଅପ୍ରେଲ ୨୩ ତାରିଖ ଠାରୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି...

୮ ବର୍ଷ ପରେ ପୁଅକୁ ଖୋଜି ପାଇଲେ ମା’

ମୋହନା,୨୨ା୪ମନ୍ମଥ ମିଶ୍ର): ମା’ର ମମତା ଅନନ୍ୟ। ସେ ଯେଉଁଠି ଯେଉଁ ଅବସ୍ଥାରେ ଥିଲେ ମଧ୍ୟ ନିଜ ସନ୍ତାନକୁ ଝୁରି ହୋଇଥାଏ। ଗଜପତି ଜିଲା ପାରଳାଖେମୁଣ୍ଡି ମୋହନା...

ବିଶ୍ବ ଧରିତ୍ରୀ ଦିବସ ପାଳିତ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ଶିଳ୍ପ ତାଲିମ କେନ୍ଦ୍ର ରେ ମଙ୍ଗଳବାର ବିଶ ଧରିତ୍ରୀ ଦିବସ ପାଳିତ ହୋଇଯାଇଛି। ଏଥିରେ ପରିବେଶବିତ୍ ଶୁଳପାଣି ଶତପଥି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri