୨ ଦିନରେ ଦ୍ୱିଗୁଣିତ ଓମିକ୍ରନ୍‌

ଲଣ୍ଡନ,୧୪ା୧୨: କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ସଂକ୍ରମଣ ୬୦ରୁ ଅଧିକ ଦେଶରେ ତୀବ୍ର ଗତିରେ ମାଡ଼ିଚାଲିଛି। ବିଶେଷ କରି ବ୍ରିଟେନରେ ଦୈନିକ ସଂକ୍ରମଣ ବଢ଼ିବାରେ ଲାଗିଛି। ସୋମବାର ଜଣେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ମୃତ୍ୟୁ ପରେ ଏବେ ଚିନ୍ତା ବଢ଼ିଛି। ବ୍ରିଟେନ ବିଶେଷଜ୍ଞଙ୍କ ରିପୋର୍ଟ ଅନୁସାରେ, ଘାତକ ଡେଲ୍ଟା ସଂକ୍ରମଣ ଦୁଇଗୁଣ ହେବାକୁ ୪ ଦିନ ଲାଗୁଥିବା ବେଳେ ଓମିକ୍ରନ ମାମଲା ମାତ୍ର ୨ ଦିନରେ ଦ୍ୱିଗୁଣିତ ହେଉଛି।

ନ୍ୟୁୟର୍କ ଟାଇମ୍ସ ରିପୋର୍ଟ ଅନୁଯାୟୀ, ବ୍ରିଟେନର ଗବେଷକମାନେ ଓମିକ୍ରନ୍‌ ଦ୍ୱାରା ସଂକ୍ରମିତ ହୋଇଥିବା ୧୨୧ ପରିବାର ଉପରେ ଅଧ୍ୟୟନ କରିଥିଲେ। ଡେଲ୍ଟା ଅପେକ୍ଷା ଓମିକ୍ରନ ସଂକ୍ରମଣ ୩.୨ ଗୁଣା ଅଧିକ ଥିବା ସେମାନେ ଜାଣିବାକୁ ପାଇଥିଲେ। ଅନ୍ୟପକ୍ଷରେ ଏହି ନୂଆ ଭାରିଆଣ୍ଟ ଯୋଗୁ ବ୍ରିଟେନରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ସୋମବାର ୧୫୭୬ ମାମଲା ସାମ୍‌ନାକୁ ଆସିବା ପରେ ମୋଟ ଓମିକ୍ରନ ସଂକ୍ରମିତଙ୍କ ସଂଖ୍ୟା ୪,୭୧୩ରେ ପହଞ୍ଚିଛି। ଏଥିଯୋଗୁ ଦୈନିକ ସଂକ୍ରମଣ ପ୍ରାୟ ୨ ଲକ୍ଷ ରହିଥିବା ବ୍ରିଟେନ୍‌ ହେଲ୍‌ଥ ସିକ୍ୟୁରିଟି ଏଜେନ୍ସି କହିଛି। ଏବେ ସେଠାରେ ୧୦ ଓମିକ୍ରନ ସଂକ୍ରମିତଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିବାରୁ ସେମାନେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସେମାନଙ୍କ ବୟସ ୧୮ରୁ ୮୫ ବର୍ଷ ମଧ୍ୟରେ।

ଅନ୍ୟପକ୍ଷେ ସମସ୍ତ ସଂକ୍ରମିତ ପୂର୍ବରୁ କୋଭିଡ୍‌ ଟିକାର ସମ୍ପୂର୍ଣ୍ଣ ଡୋଜ୍‌ ନେଇସାରିଛନ୍ତି। କେବଳ ଇଂଲଣ୍ଡରେ ମୋଟ ସଂକ୍ରମଣର ୨୦% ହେଉଛି ଓମିକ୍ରନ ମାମଲା। ଲଣ୍ଡନରେ ତାହା ୪୪%ରୁ ଅଧିକ ରହିଥିବା ସ୍ବାସ୍ଥ୍ୟ ସଚିବ ସାଜିଦ୍‌ ଜାଭିଦ୍‌ ହାଉସ୍‌ ଅଫ୍‌ କମନ୍ସରେ କହିଛନ୍ତି। ଆଉ ୨ରୁ ୩ ଦିନ ମଧ୍ୟରେ ଲଣ୍ଡନରେ ଓମିକ୍ରନ ଅନ୍ୟ ଭାରିଆଣ୍ଟ ମାମଲାକୁ ଟପିଯାଇପାରେ ବୋଲି ସେ ଆଶଙ୍କା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri