୨ ଦିନରେ ଦ୍ୱିଗୁଣିତ ଓମିକ୍ରନ୍‌

ଲଣ୍ଡନ,୧୪ା୧୨: କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ସଂକ୍ରମଣ ୬୦ରୁ ଅଧିକ ଦେଶରେ ତୀବ୍ର ଗତିରେ ମାଡ଼ିଚାଲିଛି। ବିଶେଷ କରି ବ୍ରିଟେନରେ ଦୈନିକ ସଂକ୍ରମଣ ବଢ଼ିବାରେ ଲାଗିଛି। ସୋମବାର ଜଣେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ମୃତ୍ୟୁ ପରେ ଏବେ ଚିନ୍ତା ବଢ଼ିଛି। ବ୍ରିଟେନ ବିଶେଷଜ୍ଞଙ୍କ ରିପୋର୍ଟ ଅନୁସାରେ, ଘାତକ ଡେଲ୍ଟା ସଂକ୍ରମଣ ଦୁଇଗୁଣ ହେବାକୁ ୪ ଦିନ ଲାଗୁଥିବା ବେଳେ ଓମିକ୍ରନ ମାମଲା ମାତ୍ର ୨ ଦିନରେ ଦ୍ୱିଗୁଣିତ ହେଉଛି।

ନ୍ୟୁୟର୍କ ଟାଇମ୍ସ ରିପୋର୍ଟ ଅନୁଯାୟୀ, ବ୍ରିଟେନର ଗବେଷକମାନେ ଓମିକ୍ରନ୍‌ ଦ୍ୱାରା ସଂକ୍ରମିତ ହୋଇଥିବା ୧୨୧ ପରିବାର ଉପରେ ଅଧ୍ୟୟନ କରିଥିଲେ। ଡେଲ୍ଟା ଅପେକ୍ଷା ଓମିକ୍ରନ ସଂକ୍ରମଣ ୩.୨ ଗୁଣା ଅଧିକ ଥିବା ସେମାନେ ଜାଣିବାକୁ ପାଇଥିଲେ। ଅନ୍ୟପକ୍ଷରେ ଏହି ନୂଆ ଭାରିଆଣ୍ଟ ଯୋଗୁ ବ୍ରିଟେନରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ସୋମବାର ୧୫୭୬ ମାମଲା ସାମ୍‌ନାକୁ ଆସିବା ପରେ ମୋଟ ଓମିକ୍ରନ ସଂକ୍ରମିତଙ୍କ ସଂଖ୍ୟା ୪,୭୧୩ରେ ପହଞ୍ଚିଛି। ଏଥିଯୋଗୁ ଦୈନିକ ସଂକ୍ରମଣ ପ୍ରାୟ ୨ ଲକ୍ଷ ରହିଥିବା ବ୍ରିଟେନ୍‌ ହେଲ୍‌ଥ ସିକ୍ୟୁରିଟି ଏଜେନ୍ସି କହିଛି। ଏବେ ସେଠାରେ ୧୦ ଓମିକ୍ରନ ସଂକ୍ରମିତଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିବାରୁ ସେମାନେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସେମାନଙ୍କ ବୟସ ୧୮ରୁ ୮୫ ବର୍ଷ ମଧ୍ୟରେ।

ଅନ୍ୟପକ୍ଷେ ସମସ୍ତ ସଂକ୍ରମିତ ପୂର୍ବରୁ କୋଭିଡ୍‌ ଟିକାର ସମ୍ପୂର୍ଣ୍ଣ ଡୋଜ୍‌ ନେଇସାରିଛନ୍ତି। କେବଳ ଇଂଲଣ୍ଡରେ ମୋଟ ସଂକ୍ରମଣର ୨୦% ହେଉଛି ଓମିକ୍ରନ ମାମଲା। ଲଣ୍ଡନରେ ତାହା ୪୪%ରୁ ଅଧିକ ରହିଥିବା ସ୍ବାସ୍ଥ୍ୟ ସଚିବ ସାଜିଦ୍‌ ଜାଭିଦ୍‌ ହାଉସ୍‌ ଅଫ୍‌ କମନ୍ସରେ କହିଛନ୍ତି। ଆଉ ୨ରୁ ୩ ଦିନ ମଧ୍ୟରେ ଲଣ୍ଡନରେ ଓମିକ୍ରନ ଅନ୍ୟ ଭାରିଆଣ୍ଟ ମାମଲାକୁ ଟପିଯାଇପାରେ ବୋଲି ସେ ଆଶଙ୍କା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ ସେନାକୁ ଚାଇନା ସହାୟତା: ପ୍ରତିବାଦ ଜଣାଇଲେ ବ୍ଲିଙ୍କେନ୍‌

ବେଜିଂ,୨୭ା୪: ଆମେରିକା ପରରାଷ୍ଟ୍ର ସଚିବ ଆଣ୍ଟୋନି ବ୍ଲିଙ୍କେନ୍‌ ଶୁକ୍ରବାର ଚାଇନା କର୍ତ୍ତୃପକ୍ଷଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ୟୁକ୍ରେନ୍‌ ସହ ଯୁଦ୍ଧରେ ରୁଷିଆ ସେନାକୁ...

ପ୍ଲାଷ୍ଟିକ୍‌ ପ୍ରଦୂଷଣ ପାଇଁ ୫୬ କମ୍ପାନୀ ଦାୟୀ

ଲଣ୍ଡନ୍‌,୨୭ା୪: ବିଶ୍ୱର ଅର୍ଦ୍ଧାଧିକ ପ୍ଲାଷ୍ଟିକ୍‌ ପ୍ରଦୂଷଣ ପାଇଁ ୫୬ ବହୁରାଷ୍ଟ୍ରୀୟ କମ୍ପାନୀ ଦାୟୀ। ସେହିପରି ଏକ-ଚତୁର୍ଥାଂଶ ପ୍ରଦୂଷଣ ପାଇଁ ୬ଟି କମ୍ପାନୀ ଦାୟୀ ବୋଲି ଏକ...

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

କିଏ ସେହି ଭାରତୀୟ ଛାତ୍ରୀ ଯାହାଙ୍କୁ ଆମେରିକାରେ କରାଯାଇଛି ଗିରଫ

ଓ୍ବାଶିଂଟନ,୨୬।୪: ଆମେରିକାରେ ଜଣେ ଭାରତୀୟ ଛାତ୍ରୀଙ୍କୁ ଗିରଫ କରାଯାଇଛି। ଏହି ଛାତ୍ର ଇସ୍ରାଏଲକୁ ବିରୋଧ କରୁଥିବାବେଳେ ପାଲେଷ୍ଟାଇନକୁ ସମର୍ଥନ କରି ବିରୋଧ କରିଥିବା ଅଭିଯୋଗ ହୋଇଛି।...

ଭାରତ ଉପରେ ରାଗିଗଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରିବା ଅଭିଯୋଗରେ ଆମେରିକା ଦଶହଜାର କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଆମେରିକା ବିଶ୍ୱବିଦ୍ୟାଳୟରେ ହିଂସକ ହେଲା ପାଲେଷ୍ଟାଇନ ସମର୍ଥକଙ୍କ ପ୍ରଦର୍ଶନ

ଅଷ୍ଟିନ,୨୬।୪: ଆମେରିକାର ବିଶ୍ୱବିଦ୍ୟାଳୟରେ ଇସ୍ରାଏଲ-ହମାସ ଯୁଦ୍ଧ ବିରୋଧରେ ବିରୋଧ ତୀବ୍ର ହୋଇଛି। ଅନେକ ବିଶ୍ୱବିଦ୍ୟାଳୟରେ ପ୍ରଦର୍ଶନ ଭାଙ୍ଗିବା ପାଇଁ ପୋଲିସ ଡାକିବାକୁ ପଡିଥିଲା। ବିକ୍ଷୋଭକାରୀ ଏବଂ...

ଏହି ଦେଶରେ ସେନା ରଚିଲା ନରସଂହାର, ୨୨୩ ସାଧାରଣ ନାଗରିକଙ୍କୁ କଲା ହତ୍ୟା, ୫୬ ଶିଶୁ ସାମିଲ

ନୂଆଦିଲ୍ଲୀ,୨୬।୪: ପଶ୍ଚିମ ଆଫ୍ରିକୀୟ ଦେଶ ବୁର୍କିନା ଫାସୋରୁ ଏକ ବଡ଼ ହତ୍ୟାକାଣ୍ଡର ଖବର ଆସିଛି। ଏହି ଘଟଣାରେ ଦେଶର ସେନାକୁ ଦାୟୀ କରାଯାଉଛି। ଅଭିଯୋଗ ହୋଇଛି...

ଭାରତୀୟ କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରୁଥିବା ଅଭିଯୋଗରେ ଦଶହଜାର କମ୍ପାନୀ ଉପରେ ଆମେରିକା ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri