Posted inଖେଳ

ଦ୍ୱିତୀୟ ଟେଷ୍ଟ ପୂର୍ବରୁ ଭାରତକୁ ଡବଲ୍‌ ଝଟ୍‌କା: ଦଳରୁ ବାଦ୍‌ ପଡ଼ିଲେ ୨ ଗୁରୁତ୍ୱପୂର୍ଣ୍ଣ ଖେଳାଳି

ନୂଆଦିଲ୍ଲୀ,୨୯।୧: ହାଇଦ୍ରାବାଦରେ ପରାଜୟ ପରେ ଟିମ ଇଣ୍ଡିଆକୁ ଡବଲ୍‌ ଝଟକା ଲାଗିଛି। ବିଶାଖାପାଟନମରେ ଖେଳାଯିବାକୁ ଥିବା ଦ୍ୱିତୀୟ ଟେଷ୍ଟରୁ ଷ୍ଟାର ଅଲରାଉଣ୍ଡର ରବିନ୍ଦ୍ର ଜେଜା ଏବଂ ମିଡିଲ ଅର୍ଡର ବ୍ୟାଟ୍ସମ୍ୟାନ କେ.ଏଲ ରାହୁଲଙ୍କୁ ବାଦ ଦିଆଯାଇଛି। ବିସିସିଆଇ ପକ୍ଷରୁ ଏହି ସୂଚନା ଦେଇଛି।
ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଫେବ୍ରୁଆରୀ ୨ରୁ ବିଶାଖାପାଟନମ୍‌ରେ ଖେଳାଯିବ। ଏହି ଟେଷ୍ଟ ମ୍ୟାଚରୁ ଷ୍ଟାର ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଏବଂ ମିଡିଲ ଅର୍ଡର ବ୍ୟାଟ୍ସମ୍ୟାନ କେ.ଏଲ ରାହୁଲ ବାଦ୍‌ ଅଛନ୍ତି। ହାଇଦ୍ରାବାଦରେ ଖେଳାଯାଇଥିବା ପ୍ରଥମ ଟେଷ୍ଟର ଚତୁର୍ଥ ଦିନରେ ଜାଡେଜା ଆଘାତ ହୋଇଥିବାବେଳେ କେ.ଏଲ ରାହୁଲ ତାଙ୍କ ଡାହାଣ ଜଙ୍ଘରେ ଯନ୍ତ୍ରଣା ଅନୁଭବ କରିଥିଲେ। ତେବେ ବିସିସିଆଇ ମେଡିକାଲ ଦଳ ଉଭୟ ଖେଳାଳିଙ୍କ ଉପରେ ନଜର ରଖିଛନ୍ତି।
ଦ୍ୱିତୀୟ କ୍ରିକେଟ ପାଇଁ ଭାରତୀୟ କ୍ରିକେଟ ଦଳର ଚୟନ କମିଟିରେ ସରଫରାଜ ଖାନ, ସୌରଭ କୁମାର ଏବଂ ୱାଶିଂଟନ ସୁନ୍ଦରଙ୍କୁ ଟିମ ଇଣ୍ଡିଆରେ ସାମିଲ କରାଯାଇଛି। ତେବେ ଆବେଶ ଖାନ ତାଙ୍କ ରଣଜୀ ଦଳ ମଧ୍ୟପ୍ରଦେଶରେ ରହିବେ ଏବଂ ଆବଶ୍ୟକ ସମୟରେ ଟିମ ଇଣ୍ଡିଆରେ ଯୋଗଦେବେ।
ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ ପାଇଁ ଟିମ ଇଣ୍ଡିଆ – ରୋହିତ ଶର୍ମା (ଅଧିନାୟକ), ଶୁଭମାନ ଗିଲ, ଯସ୍ବେୀ ଜୟସ୍ବାଲ, ଶ୍ରେୟାସ ଆୟର, କେ.ଏସ ଭରତ (ଉଇକେଟ କିପର), ଧ୍ରୁଭ ଜୁରେଲ (ଉଇକେଟ କିପର), ରବିଚନ୍ଦ୍ରନ ଅଶ୍ୱିନ, ଅକ୍ଷର ପଟେଲ, କୁଲଦୀପ ଯାଦବ, ମହମ୍ମଦ ସିରାଜ, ମୁକେଶ କୁମାର, ଜସପ୍ରୀତ ବୁମ୍‌ରା (ଉପ-ଅଧିନାୟକ), ଆବେଶ ଖାନ, ରଜତ ପାଟିଦାର, ସରଫରାଜ ଖାନ, ୱାଶିଂଟନ ସୁନ୍ଦର ଏବଂ ସୌରଭ କୁମାର।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା, ମହିଳାମାନଙ୍କୁ ମିଳିବ ସ୍ବର୍ଣ୍ଣମୁଦ୍ରା

ଚେନ୍ନାଇ,୫।୮: ତାମିଲନାଡୁର ବିଜୟ ସରକାର 2026-27 ବଜେଟରେ ମହିଳାମାନଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ଟିଭିକେ ସରକାର ମହିଳାମାନଙ୍କୁ ସୁନା ମୁଦ୍ରା ବା ଗୋଲ୍ଡ…

ବିଶ୍ୱର ଟପ୍‌-୩ ଧନୀ କ୍ରିକେଟର, ନେଟ୍‌ୱର୍ଥ ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୫।୮: କ୍ରିକେଟ ବିଶ୍ୱର ଦ୍ୱିତୀୟ ସବୁଠାରୁ ଲୋକପ୍ରିୟ ଖେଳ। କିନ୍ତୁ ବର୍ତ୍ତମାନ ଏହା କେବଳ ଏକ ଖେଳ ନୁହେଁ, ବରଂ କୋଟି କୋଟି ଟଙ୍କାର ଏକ ବିଶାଳ…

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ ସୂଚନା…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ…

ଅଗରକରଙ୍କ ହେବ ଛୁଟି! ତାଙ୍କୁ ସ୍ଥାନ ନେଇପାରନ୍ତି ଏହି ମହାନ ଖେଳାଳି

ନୂଆଦିଲ୍ଲୀ,୫।୮: ଅଜିତ ଅଗରକରଙ୍କୁ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ପଦରୁ ହଟାଯାଇପାରେ। ବିସିସିଆଇ ଏହି ଦାୟିତ୍ୱ ସେଣ୍ଟର ଅଫ ଏକ୍ସଲେନ୍ସ (ସିଓଇ)ର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଦେଇପାରେ।…

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri