Posted inଜାତୀୟ

କେନ୍ଦ୍ରକୁ ଡବଲ୍‌ ଝଟକା

ନୂଆଦିଲ୍ଲୀ,୨୨।୩:ଲୋକ ସଭା ନିର୍ବାଚନକୁ ମାସେରୁ କମ୍‌ ସମୟ ଥିବାବେଳେ ଗୁରୁବାର ଭାରତର ୨ ସର୍ବୋଚ୍ଚ ସାମ୍ବିଧାନିକ ସଂସ୍ଥା ସୁପ୍ରିମକୋର୍ଟ ଏବଂ ନିର୍ବାଚନ କମିଶନ (ଇସିଆଇ)ଙ୍କଠାରୁ କେନ୍ଦ୍ର ସରକାରଙ୍କୁ ବଡ଼ ଝଟ୍‌କା ଲାଗିଛି। ସରକାର ବିରୋଧୀ ଖବରକୁ ଚିହ୍ନଟ କରି ରୋକିବା ସକାଶେ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ଅଧୀନରେ ଫ୍ୟାକ୍ଟ ଚେକ୍‌ ୟୁନିଟ ପ୍ରତିଷ୍ଠା ପାଇଁ ଇଲେକ୍ଟ୍ରୋନିକ୍‌ ଏବଂ ଆଇଟି ମନ୍ତ୍ରଣାଳୟ ବୁଧବାର ବିଜ୍ଞପ୍ତି ଜାରି କରିଥିଲା। ଗୁରୁବାର ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଖଣ୍ଡପୀଠ ନାଗରିକଙ୍କ ଅଭିବ୍ୟକ୍ତି ସ୍ବାଧୀନତା ପ୍ରଭାବିତ ହେବା ଦର୍ଶାଇ ଏହା ଉପରେ ସ୍ଥଗିତାଦେଶ ଜାରି କରିଛନ୍ତି। ସେହିପରି ନିର୍ବାଚନ ତାରିଖ ଘୋଷଣା ହେବା ସତ୍ତ୍ୱେ ଇଲେକ୍ଟ୍ରୋନିକ୍‌ ଏବଂ ଆଇଟି ମନ୍ତ୍ରଣାଳୟ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନାମରେ ଲୋକଙ୍କ ମୋବାଇଲକୁ ହ୍ବାଟ୍ସଆପ୍‌ରେ ମେସେଜ୍‌ ପଠାଯାଉଥିଲା। ‘ବିକଶିତ ଭାରତ ସମ୍ପର୍କ’ ବ୍ୟାନରରେ କେନ୍ଦ୍ରୀୟ ଯୋଜନାର ସଫଳତା ବଖାଣୁଥିବା ହ୍ବାଟ୍ସଆପ୍‌ ବାର୍ତ୍ତା ଆଦର୍ଶ ଆଚରଣ ବିଧିର ଉଲ୍ଲଂଘନ କରୁଥିବା ଦର୍ଶାଇ କଂଗ୍ରେସ ଏବଂ ତୃଣମୂଳ କଂଗ୍ରେସ ଇସିଆଇଙ୍କ ଦ୍ୱାରସ୍ଥ ହୋଇଥିଲେ। ନିର୍ବାଚନ ଆୟୋଗ ଏହାକୁ ତତ୍କାଳ ବନ୍ଦ କରିବାକୁ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri