Posted inଜାତୀୟ

ଏମଭିଏ ଆଜି ଅଛି କାଲି ରହିବ କି ନାହିଁ ସନ୍ଦେହ: ଶରଦ ପାଓ୍ବାରଙ୍କ ମନ୍ତବ୍ୟ ପରେ ରାଜ୍ୟ ରାଜନୀତି ଚଳଚଞ୍ଚଳ…

ମୁମ୍ବାଇ,୨୪।୪ : ୫୪ ବର୍ଷ ଧରି ସଂସଦ ରାଜନୀତିରେ ସକ୍ରିୟ ଥିବା ଶରଦ ପାୱାର ମହା ବିକାଶ ଅଘାଡି (ଏମଭିଏ) ମିଳିତ ମେଣ୍ଟ ସମ୍ପର୍କରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ମହାରାଷ୍ଟ୍ରରେ ଏମଭିଏ ଆଜି ଅଛି କାଲି ରହିବ କି ନାହିଁ ସନ୍ଦେହ ବୋଲି ସେ କହିଛନ୍ତି। ଏହା ପରେ ରାଜ୍ୟର ରାଜନୈତିକ ସ୍ଥିତି ଚଳଚଞ୍ଚଳ ହେବାରେ ଲାଗିଛି।

ମହାରାଷ୍ଟ୍ରରେ ଏନସିପି, ଶିବସେନା (ଉଦ୍ଧବ ଦଳ) ଏବଂ କଂଗ୍ରେସ ମଧ୍ୟରେ ଏମଭିଏ ମିଳିତ ମେଣ୍ଟର ଭବିଷ୍ୟତ ବିପଦରେ ରହିଛି। ଶରଦ ପାୱାର ଅମରାବତୀରେ କହିଛନ୍ତି, ଆଜି ଆମେଏମଭିଏର ଅଂଶ ଅଟୁ। ଆମେ ଏକାଠି କାମ କରିବାକୁ ଇଚ୍ଛା କରୁ, କିନ୍ତୁ ଇଚ୍ଛା ସହିତ କ’ଣ ହୁଏ। ଆଗାମୀ ଦିନରେ ବିଧାନସଭା ଓ ଲୋକସଭା ନିର୍ବାଚନ ହେବାକୁ ଯାଉଛି। ଏମଭିଏ ଜାରି ରହିବ କି ନାହିଁ ତାହା ଉପରେ ଆଲୋଚନା ହୋଇନାହିଁ।

ପାୱାର ଖବରଦାତାମାନଙ୍କ ପ୍ରଶ୍ନର ଉତ୍ତର ଦେଉଥିଲେ। ଯେତେବେଳେ ତାଙ୍କୁ ପଚରାଗଲା ମହା ବିକାଶ ଅଘାଡି ମିଳିତ ମେଣ୍ଟ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବ କି ନାହିଁ, ସେ ଉତ୍ତର ଦେଇଥିଲେ, ଏହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।

ଆସନ ବଣ୍ଟନ ଠାରୁ ଆରମ୍ଭ କରି ଅନେକ ପ୍ରସଙ୍ଗ ରହିଛି। ଯାହା ଏପର୍ଯ୍ୟନ୍ତ ଆଲୋଚନା ହୋଇନାହିଁ। ଦଳଗୁଡ଼ିକର ନିଜସ୍ବ ଆଦର୍ଶ ଅଛି। ତେବେ ଆମେ ବର୍ତ୍ତମାନ କିପରି କହିପାରିବା ଏମଭିଏ ମେଣ୍ଟ ୨୦୨୪ ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଏକାଠି ଲଢ଼ିବ କି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ

ନୂଆଦିଲ୍ଲୀ,୨୪।୪: ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ...

ଓବିସିରେ ସାମିଲ ହେଲେ ମୁସଲମାନ

ବେଙ୍ଗାଲୁରୁ,୨୪।୪: ସଂରକ୍ଷଣର ସୁବିଧା ଯୋଗାଇବା ପାଇଁ କର୍ନାଟକ ସରକାର ମୁସଲମାନମାନଙ୍କୁ ପଛୁଆ ଶ୍ରେଣୀ (ଓବିସି) ରେ ଅନ୍ତର୍ଭୁକ୍ତ କରିଛନ୍ତି। ଜାତୀୟ ପଛୁଆ ଆୟୋଗ ଏକ ପ୍ରେସ...

ମନିଷ ସିସୋଡିଆଙ୍କୁ ପୁଣି ଝଟ୍‌କା

ନୂଆଦିଲ୍ଲୀ,୨୪।୪: ଦିଲ୍ଲୀ ଲିକର୍‌ ପଲିସି ସହ ଜଡିତ ସିବିଆଇ ମାମଲାରେ ବର୍ତ୍ତମାନ ଚାର୍ଜସିଟ ନକରିବାକୁ ଦାବି କରି ରାଉଜ ଆଭେନ୍ୟୁ କୋର୍ଟ କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସିରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri