୩ ଦିନ ପରେ ସାଇଣ୍ଟିଫିକ୍‌ ତଦନ୍ତକୁ ନେଇ ସନ୍ଦେହ

ସମ୍ବଲପୁର,୪ା୩(ବ୍ୟୁରୋ): ସମ୍ବଲପୁର ବୁର୍ଲା ଥାନା ପିସି ବ୍ରିଜ୍‌ ପାୱାର ଚ୍ୟାନେଲ ଭିତରୁ ଭିସୁଟ୍‌ ପୁରାତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ମୃତଦେହ ଅଗ୍ନିଶମ ବିଭାଗ ଗତ ବୁଧବାର ଉଦ୍ଧାର କରିଥିଲା। ପରିବାର ବର୍ଗଙ୍କ ଅଭିଯୋଗ କ୍ରମେ ହତ୍ୟା ମାମଲା ରୁଜୁ ହୋଇ ବ୍ୟବଛେଦ କରାଯାଇଥିଲା। ଏହି ଘଟଣାରେ ପୋଲିସ ଚିନ୍ମୟୀଙ୍କ ପୁରୁଷବନ୍ଧୁ ଗୃହ ବିଭାଗ ଯୁଗ୍ମ ସଚିବଙ୍କ ପୁଅ ପ୍ରତିମାନଙ୍କୁ ଶୁକ୍ରବାର ପୁଣି ପୋଲିସ ବିଭାଗର ବରିଷ୍ଠ ଅଧିକାରୀ ବୁର୍ଲା ଥାନା ପରିସରରେ ପଚରାଉଚରା କରିଛନ୍ତି। ହତ୍ୟା ମାମଲା ରୁଜୁ କରିବାର ୩ ଦିନ ବିତିଯାଇଥିଲେ ହେଁ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରୁନାହିଁ । ଯାହା ପୋଲିସର କାର୍ଯ୍ୟକୁ ସନ୍ଦେହ ଘେରକୁ ଟାଣି ଆଣିଛି। କାରଣ ପୁରୁଷବନ୍ଧୁ ପ୍ରତିମାନଙ୍କୁ କୋର୍ଟ ଚାଲାଣ କରି ରିମାଣ୍ଡରେ ଆଣି ପଚରାଊଚରା କରିବା କଥା। ହେଲେ ଏଠାରେ ବ୍ୟତିକ୍ରମ ଘଟିଛି। ପୋଲିସ ତଦନ୍ତ ଆଳ କରୁଥିବା ବେଳେ ଟିମ୍‌ ଗଠନ କରି ପାରିବାପଣିଆ ଦେଖାଉଛି। ଭୁବନେଶ୍ୱରରେ ଚିନ୍ମୟୀ ରହୁଥିବା ଘର ଓ ପଡୋଶୀଙ୍କୁ ପଚରାଉଚରା କରୁଛି। ଚିନ୍ମୟୀଙ୍କ ସାଙ୍ଗମାନଙ୍କୁ ମଧ୍ୟ ପଚରାଉଚରା କରୁଛି।
ଅନ୍ୟପକ୍ଷରେ ମୃତଦେହ ଉଦ୍ଧାର ହେବାର ୩ ଦିନ ପରେ ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତକୁ ନେଇ ମଧ୍ୟ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ହତ୍ୟା ମାମଲା ରୁଜୁ କରିବା ପରେ ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ର ସାହାଯ୍ୟ ନେଇ ନ ଥିଲା। ବିଳମ୍ବ ହେବା ଫଳରେ ପ୍ରମାଣ ନଷ୍ଟ ହେବାର ଆଶଙ୍କା କରାଯାଉଛି। ତେବେ ସାଇଣ୍ଟିଫିକ ଟିମ୍‌ ଶୁକ୍ରବାର ବ୍ରିଜ ଉପରକୁ ଯାଇ ତଦନ୍ତ କରିଥିଲା। ବ୍ରିଜ୍‌ ଉପରୁ ପାଣିର ଦୂରତା, କିଭଳି ଭାବେ ପାଣିରେ ପଡିଲେ ସେନେଇ ତଦନ୍ତ କରି ନମୁନା ସଂଗ୍ରହ କରିଥିଲା। କିନ୍ତୁ ପୋଲିସ ଘଟଣାକୁ ନେଇ ମୁହଁ ଖୋଲୁନାହିଁ। ଶୀଘ୍ର ଘଟଣାକୁ ନେଇ ତଦନ୍ତ କରାଯାଉ ବୋଲି ସାଧାରଣରେ ଦାବି ହେଉଛି। ଅନ୍ୟପକ୍ଷରେ ଏହି ଘଟଣା ନେଇ ମାନବାଧିକାର କମିଶନ ପାଖରେ ଅଭିଯୋଗ ହୋଇଛି। ନ୍ୟାୟ ପାଇଁ ଲଢେଇ ପରିବାର ଅନୁଷ୍ଠାନର ରାଜ୍ୟ ସଭାପତି ସୁବ୍ରତ କୁମାର ଦାସଙ୍କ ଅଭିଯୋଗ କ୍ରମେ ୩୭୧୬/୨୩ରେ ମାମଲା ରୁଜୁ ହୋଇଛି। ୫୦ ଲକ୍ଷ କ୍ଷତିପୂରଣ ଓ ଆଇନଗତ ନ୍ୟାୟ ପ୍ରଦାନ କରାଯାଉ ବୋଲି ସେ ଦାବି କରିଛନ୍ତି।
ସୁଚନାଯୋଗ୍ୟ, ପିସି ବ୍ରିଜ୍‌ ଉପରୁ ଡେଇଁ ନିଖୋଜ ହୋଇଥିବା ଭିସୁଟ୍‌ ଆଇଟି ବିଭାଗ ପୁରାତନ ଛାତ୍ରୀ ଚିନ୍ମୟୀଙ୍କ ମୃତଦେହ ଅଗ୍ନିଶମ ବିଭାଗ ବୁଧବାର ସକାଳେ ପାୱାର ଚ୍ୟାନେଲ ଭିତରୁ ଉଦ୍ଧାର କରିଥିଲା। ଚିନ୍ମୟୀଙ୍କ ମାଆ ଲବଙ୍ଗଙ୍କ ଅଭିଯୋଗ କ୍ରମେ ନଂ୯୬/୨୩ରେ ହତ୍ୟା ମାମଲା ରୁଜୁ ହୋଇଥିଲା। ଘଟଣାରେ ପୁରୁଷବନ୍ଧୁ ପ୍ରତିମାନ ଦେ ଓ ଅନ୍ୟ ଜଣେ ସହଯୋଗୀଙ୍କୁ ପୋଲିସ ଥାନାରେ ଅଟକ ରଖିଥିଲା। ପାଣିରେ ବୁଡିବାରୁ ଚିନ୍ମୟୀଙ୍କ ମୃତ୍ୟୁ ହୋଇଥିବା ପୋଲିସ କହୁଛି। ହେଲେ ରାତି ପ୍ରାୟ ସାଢେ ୯ଟା ସମୟରେ ପିସି ବ୍ରିଜକୁ କାହା ସାଥୀରେ ଓ କ’ଣ ପାଇଁ ଯାଇଥିଲେ। ତାଙ୍କ ସହିତ ଝିଅ ସାଙ୍ଗ ରହିଥିଲେ ନା କେବଳ ପୁରୁଷ ବନ୍ଧୁ ପ୍ରତିମାନ ଥିଲେ। ସେଠାରେ ଉଭୟଙ୍କ ମଧ୍ୟରେ କ’ଣ ଘଟିଥିଲା। ଚିନ୍ମୟୀ ନିଜେ ପାୱାର ଚ୍ୟାନେଲକୁ ନିଜ ଇଚ୍ଛାରେ ଡେଇଁଥିଲେ ନା ଅଚେତ ଅବସ୍ଥାରେ କିଏ ପାଣିକୁ ଫିଙ୍ଗି ଦେଇଥିଲା ତାହା ସନ୍ଦେହ ଘେରକୁ ଆସିଛି। ପୋଲିସ ଅଦ୍ୟାବଧି ଘଟଣାରୁ ପରଦା ଉଠାଇ ପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

ପୋଲିସ ଅଧିକାରୀଙ୍କୁ ଭର୍ତ୍ତୃହରିଙ୍କ ଦୁର୍ବ୍ୟବହାର ମାମଲା: କୋର୍ଟରେ ହାଜର ହେଲେ ଅମିତାଭ

କଟକ,୧୯।୪(କାର୍ତ୍ତିକ ସାହୁ): କଟକ ଏମ୍‌ପି ଭର୍ତ୍ତୃହରି ମହତାବ ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ମାମଲା ପୁଣି ଉଠିଛି। କଟକ ଜେଏମ୍‌ଏଫ୍‌ସି ଅଦାଲତରେ ଶୁକ୍ରବାର ସାକ୍ଷ୍ୟ ଗ୍ରହଣ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ବହୁ ପୁରାତନ ବଗିବନ୍ଧ କାର୍ଯ୍ୟାରମ୍ଭ

ରାଜକନିକା,୧୯।୪(ସଞ୍ଜୟ କୁମାର ଦାଶ): ରାଜକନିକା ବ୍ଲକର ମରହଟ୍ଟା ବନ୍ଧ ବା ବଗିବନ୍ଧ ଭାବେ ଜଣାଶୁଣା କନିକା ଉପଖଣ୍ଡ ସାଲାଇନ୍‌ ଏମବାଗମେଣ୍ଟର କାର୍ଯ୍ୟ ଆରମ୍ଭ ହୋଇଛି। ୨୫ ଲକ୍ଷ...

ମାଲକାନଗିରି ଜିଲା ସୀମାରେ ହାଇ ଆଲର୍ଟ

ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri