କୁସୁମା କଟେଜ୍‌ ନିର୍ମାଣକୁ ନେଇ ବଢୁଛି ସନ୍ଦେହ

ଯାଜପୁର,୭ା୭(ହର୍ଷବର୍ଦ୍ଧନ ବେହେରା)ଯାଜପୁର ସହରର କୁସୁମା ପୋଖରୀ ପରିସରରେ ୨ ମହଲାବିଶିଷ୍ଟ ୯ଟି କଟେଜ୍‌ ନିର୍ମାଣକୁ ନେଇ ସନ୍ଦେହ ବଢ଼ିବାରେ ଲାଗିଛି। ଯାଜପୁର ପୌର ପରିଷଦ ପକ୍ଷରୁ ଏହି କଟେଜ୍‌ଗୁଡିକ କର୍ପୋରେଟ ସାମାଜିକ ଦାୟିତ୍ୱ(ସିଏସ୍‌ଆର୍‌) ପାଣ୍ଠିରୁ କ୍ରୀଡ଼ା ଭିତ୍ତିଭୂମିର ବିକାଶ ପାଇଁ ନିର୍ମାଣ ହୋଇଥିବା ଦାବି କରାଯାଉଥିବାବେଳେ ଜିଲା କ୍ରୀଡ଼ା ବିଭାଗ ଅଧିକାରୀ ତାଙ୍କ ପାଖରେ ଏନେଇ କୌଣସି ସୂଚନା କିମ୍ବା ନିର୍ଦ୍ଦେଶ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି। ସିଏସ୍‌ଆର୍‌ ପାଣ୍ଠି ଶିଳ୍ପ ପ୍ରଭାବିତ ଅଞ୍ଚଳର ବିକାଶ ପାଇଁ ଉଦ୍ଦିଷ୍ଟ। ତେଣୁ କାହା ନିର୍ଦ୍ଦେଶରେ ଓ ସ୍ବାର୍ଥରେ କଟେଜ୍‌ଗୁଡିକ ନିର୍ମାଣ ପାଇଁ ସିଏସ୍‌ଆର୍‌ ପାଣ୍ଠି ବ୍ୟବହାର ହୋଇଛି ବୋଲି ପ୍ରଶ୍ନ ଉଠିଛି।
ଯାଜପୁର ପୌର ପରିଷଦ ପକ୍ଷରୁ କଟେଜ୍‌ଗୁଡିକ ବିଭିନ୍ନ କ୍ରୀଡ଼ା କାର୍ଯ୍ୟକ୍ରମରେ ଅଧିକାରୀ, ପ୍ରଶିକ୍ଷକ, ଖେଳାଳିଙ୍କ ରହିବା ପାଇଁ ନିର୍ମାଣ ହୋଇଥିଲା ବୋଲି ଖବରଦାତା ସମ୍ମିଳନୀରେ ଦାବି କରାଯାଇଛି। ୨୦୨୧ରେ ଏହି ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇଥିବାରୁ ଏଠାରେ କ୍ରୀଡ଼ା ସମ୍ପର୍କିତ କେଉଁମାନେ, କେବେ ରହିଥିଲେ ଏବଂ ସେମାନଙ୍କ ନାମ ଓ ଠିକଣା ଆଦି ସାର୍ବଜନୀନ କରିବାକୁ ଦାବି କରାଯାଉଛି। ଏଭଳିସ୍ଥଳେ ଜିଲାପାଳ ନିଖିଲ ପବନ କଲ୍ୟାଣ କଟେଜ୍‌ଗୁଡ଼ିକର ନିର୍ମାଣ ଉପରେ ତଦନ୍ତ କରାଯିବ ଏବଂ ଜିଲା ପ୍ରଶାସନ ନିଜ ଅଧୀନକୁ ନେବ ବୋଲି ଦୃଢ଼ୋକ୍ତି ପ୍ରକାଶ କରିଥିଲେ ହେଁ ଏଯାଏ କୌଣସି ପଦକ୍ଷେପ ଗ୍ରହଣ କରିନାହାନ୍ତି।
ଜିଲାପାଳଙ୍କ ଜରିଆରେ ସିଏସ୍‌ଆର୍‌ ପାଣ୍ଠି ଖର୍ଚ୍ଚ ହେବ ଏବଂ ସିଏସ୍‌ଆର୍‌ ୱେବ୍‌ ପୋଟାଲ ମଧ୍ୟ ଜିଲାପାଳଙ୍କ ତତ୍ତ୍ବାବଧାନରେ କାର୍ଯ୍ୟକାରୀ କରାଯିବ ବୋଲି ୨୫ା୬ା୨୦୧୮ରେ ବିଧାନସଭାର ୫୪ ନମ୍ବର ହଲ୍‌ରେ ଅନୁଷ୍ଠିତ ଗୃହ କମିଟି ବୈଠକରେ ନିଷ୍ପତ୍ତି ହୋଇଥିଲା। ତେବେ ଏହି ନିଷ୍ପତ୍ତିର ୬ ବର୍ଷ ଅତିକ୍ରାନ୍ତ ହୋଇସାରିଥିଲେ ହେଁ ତାହା ବୈଠକର ବିବରଣୀରେ ସୀମିତ ରହିଛି। ଶିଳ୍ପ ଓ ଖଣି ଅଞ୍ଚଳରେ ବାୟୁ ଓ ଜଳ ପ୍ରଦୂଷଣରେ ପ୍ରଭାବିତ ଲୋକଙ୍କ ସମସ୍ୟାଗୁଡ଼ିକ ଅସମାହିତ ରହିଛି। ଜିଲାରେ ଅନେକ ଗ୍ରାମ ଅଛି, ଯେଉଁଠାକୁ ରାସ୍ତା ନିର୍ମାଣ ହୋଇ ପାରିନାହିଁ। ବିସ୍ଥାପିତମାନେ ସେମାନଙ୍କ ହକ୍‌ ପାଇବାରୁ ବଞ୍ଚତ୍ତ ରହିଛନ୍ତି। ଏଥିପାଇଁ ବିଭିନ୍ନ ସମୟରେ ଆନ୍ଦୋଳନ ହେଉଛି। ଏଭଳି ଭାବେ ଅନେକ ସମସ୍ୟାରେ ଲୋକେ ରୁନ୍ଧି ହେଉଥିବାବେଳେ କାହା ସ୍ବାର୍ଥରେ ସିଏସ୍‌ଆର୍‌ ପାଣ୍ଠିରେ କଟେଜ୍‌ ନିର୍ମାଣ ହେଲା ବୋଲି ବିଭିନ୍ନ ମହଲରେ ପ୍ରଶ୍ନ କରାଯାଉଛି।
ସୂଚନାଯୋଗ୍ୟ, କୁସୁମା ପୋଖରୀର ସୌନ୍ଦର୍ଯ୍ୟକରଣ ପାଇଁ ୨୦୧୫-୧୬ ଆର୍ଥିକ ବର୍ଷରେ କାମ ଆରମ୍ଭ ହୋଇଥିଲା। ଏଥିପାଇଁ ବିଭିନ୍ନ ପର୍ଯ୍ୟାୟରେ ପ୍ରାୟ ୨୨ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ୨୦୧୮ ମାର୍ଚ୍ଚ ୨୫ରେ ଯାଜପୁର ପୌର ପରିଷଦର ୧୫୦ ବର୍ଷ ପୂର୍ତ୍ତି ଉତ୍ସବ ଅବସରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୁସୁମାକୁ ଲୋକାର୍ପଣ କରିଥିଲେ। ଏହାପରେ ୨ ମାସ ପର୍ଯ୍ୟନ୍ତ କୁସୁମାକୁ ସର୍ବସାଧାରଣଙ୍କ ପାଇଁ ଖୋଲାଯାଇଥିଲା। କିନ୍ତୁ କେତେକ ସୌନ୍ଦର୍ଯ୍ୟ କାର୍ଯ୍ୟ ଅଧାପନ୍ତରିଆ ରହିଥିବା ଦର୍ଶାଇ କୁସୁମାକୁ ପୁଣି ବନ୍ଦ କରି ଦିଆଯାଇଥିଲା। ସେହିଦିନଠାରୁ ବିଭିନ୍ନ ସମୟରେ ନିୟମିତ ଭାବେ ବିଭିନ୍ନ କାର୍ଯ୍ୟ ଆଳରେ ବନ୍ଦ କରାଯାଉଥିବା ନଜିର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri