ଡୋଭାଲ-ବ୍ଲିଙ୍କନ ଭେଟ…

ଓ୍ବାଶିଂଟନ,୨।୨ : ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଆମେରିକାର ବୈଦେଶିକ ମନ୍ତ୍ରୀ ଆଣ୍ଟୋନି ବ୍ଲିଙ୍କନଙ୍କୁ ଭେଟିଛନ୍ତି। ଉଭୟଙ୍କ ମଧ୍ୟରେ ବିଶ୍ୱସ୍ତରୀୟ ଏବଂ ଆଞ୍ଚଳିକ ପ୍ରସଙ୍ଗଗୁଡ଼ିକ ଉପରେ ବିସ୍ତୃତ ଆଲୋଚନା ହୋଇଥିଲା। ଏହି ସମୟରେ ଦ୍ୱିପାକ୍ଷିକ ରଣନୀତିକ ଭାଗିଦାରୀକୁ ସୁଦୃଢ଼ କରିବାକୁ ଉଭୟ ପ୍ରତିବଦ୍ଧତା ପ୍ରକାଶ କରିଥିଲେ।

ବ୍ଲିଙ୍କନ ପୂର୍ବରୁ ଇସ୍ରାଏଲ ଏବଂ ଇଜିପ୍ଟ ସମେତ ପଶ୍ଚିମ ଏସିଆ ଗସ୍ତରେ ଥିଲେ। ସେ ଆମେରିକା ଫେରିବା ମାତ୍ରେ ତୁରନ୍ତ ଡୋଭାଲଙ୍କୁ ଭେଟିଥିଲେ। ବୈଠକ ପରେ ବ୍ଲିଙ୍କନ ଟୁଇଟ କରି କହିଛନ୍ତି ଯେ ବିଶ୍ୱର ଆହ୍ବାନର ମୁକାବିଲା ପାଇଁ ଆମେରିକା ଭାରତ ସହିତ ସହଯୋଗ ବୃଦ୍ଧି କରୁଛି। ଭାରତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଙ୍କ ସହ ମୋର ଭଲ ବୈଠକ ହୋଇଛି।

ଉଭୟଙ୍କ ସାକ୍ଷାତ ସମ୍ପର୍କରେ ଭାରତୀୟ ଦୂତାବାସ ପକ୍ଷରୁ ମଧ୍ୟ ଏକ ଟୁଇଟ କରାଯାଇଛି। ଏଥିରେ କୁହାଯାଇଛି ଯେ ପାରସ୍ପରିକ ସ୍ବାର୍ଥର ବିଭିନ୍ନ ବିଶ୍ୱ ତଥା ଆଞ୍ଚଳିକ ପ୍ରସଙ୍ଗରେ ଉଭୟ ପକ୍ଷ ମତ ବିନିମୟ କରିଥିଲେ ଏବଂ ଭାରତ-ଆମେରିକା କିପରି ବିସ୍ତୃତ ଗ୍ଲୋବାଲ ଷ୍ଟ୍ରାଟେଜିକ ପାର୍ଟନରଶିପକୁ ଆହୁରି ମଜବୁତ କରିପାରିବ ସେନେଇ ଆଲୋଚନା କରାଯାଇଥିଲା।

ଡୋଭାଲ ଆମେରିକାରେ ଏକ ଉଚ୍ଚ ସ୍ତରୀୟ ଭାରତୀୟ ପ୍ରତିନିଧୀଙ୍କ ପ୍ରତିନିଧିତ୍ୱ କରୁଛନ୍ତି। ମଙ୍ଗଳବାର ସେ ତାଙ୍କର ଆମେରିକୀୟ ପ୍ରତିପକ୍ଷ ଜ୍ୟାକ ସଲିଭାନଙ୍କୁ ମଧ୍ୟ ଭେଟିଥିଲେ। ଡୋଭାଲ ଏବଂ ସଲିଭାନ ନିଜ ନିଜ ପ୍ରତିନିଧୀଙ୍କ ସହ ହ୍ବାଇଟ ହାଉସରେ ଇନିସିଏଟିଭ ଫର୍‌ କ୍ରିଟିକାଲ ଆଣ୍ଡ ଏମର୍ଜିଂ ଟେକ୍ନୋଲୋଜି (ଆଇସିଏଟ) ର ପ୍ରଥମ ଉଚ୍ଚ ସ୍ତରୀୟ ବୈଠକ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri