ଡୋଭାଲଙ୍କ କମାଲ! ରୁଷିଆ-ୟୁକ୍ରେନ ଯୁଦ୍ଧକୁ ନେଇ ଆସିଲା ଶୁଭ ସଙ୍କେତ

କ୍ୱିଭ,୧୪।୯: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ଶେଷ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଦ୍ୟମ ବର୍ତ୍ତମାନ ଫଳବତି ହେଉଥିବା ଜଣାପଡିଛି। ଗତ ଅଢେଇ ବର୍ଷ ଧରି ଚାଲିଥିବା ଯୁଦ୍ଧରେ ପ୍ରଥମ ଥର ପାଇଁ ଉଭୟ ଦେଶ ପରସ୍ପର ପ୍ରତି କିଛି ଉଦାରତା ଦେଖାଇଛନ୍ତି। ରୁଷିଆ ଏବଂ ୟୁକ୍ରେନ ପ୍ରଥମ ଥର ପାଇଁ ଯୁଦ୍ଧ ବନ୍ଦୀମାନଙ୍କୁ ଅଦଳ ବଦଳ କରିଛନ୍ତି। ଯେଉଁଥିରେ ଉଭୟ ପକ୍ଷ ୧୦୩ଜଣଙ୍କୁ ମୁକ୍ତ କରିଛନ୍ତି। ନ୍ୟୁଜ ଏଜେନ୍ସି ଇଣ୍ଟରଫ୍ୟାକ୍ସ ଶନିବାର ରିପୋର୍ଟ କରିଛି ଯେ ଅଦଳବଦଳ ହୋଇଥିବା ରୁଷିଆର ସୈନିକମାନେ ରୁଷିଆର କୁର୍ସ୍କ ଅଞ୍ଚଳରେ ବନ୍ଦୀ ହୋଇଥିଲେ। ଗତ ମାସରେ, ୟୁକ୍ରେନ ସେନା ଏହାର ପ୍ରଥମ ପ୍ରମୁଖ ଆକ୍ରମଣରେ ରୁଷିଆର ଏହି ଅଞ୍ଚଳକୁ କାବୁ କରିଥିଲା।
ସୂଚନାଯୋଗ୍ୟ, ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟୁକ୍ରେନ ଗସ୍ତ କରିଥିଲେ। ସେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କୁ ଭେଟିଥିଲେ। ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ମସ୍କୋ ଗସ୍ତରେ ଯାଇ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହୋଇଥିଲେ। ନିକଟରେ ଭାରତର ଏନଏସଏସ ଅଜିତ ଡୋଭାଲ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ମୁହାଁମୁହିଁ କଥା ହୋଇଥିଲେ। ଯୁଦ୍ଧ ବନ୍ଦ କରିବା ପାଇଁ ବୁଝାମଣାରେ ସେ ଭାରତର ଦୃଷ୍ଟିକୋଣ ଗ୍ରହଣ କରିବାକୁ ପ୍ରସ୍ତୁତ ବୋଲି ପୁଟିନ କହିଛନ୍ତି। ଯୁଦ୍ଧ ବନ୍ଦ କରିବାକୁ ରୁଷିଆକୁ ମନାଇବା ପାଇଁ ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କି ମଧ୍ୟ ଭାରତକୁ ଏହାର ପ୍ରଭାବ ବ୍ୟବହାର କରିବାକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମ୍ୟାନ ଅଫ ଦି ସିରିଜ’ ବିବେଚିତ ହେବା ପରେ ହୃଦୟସ୍ପର୍ଶୀ ବୟାନ ଦେଇ ମନ କିଣିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୭।୭: ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତର ତିକ୍ତ ସ୍ମୃତିକୁ ପଛରେ ପକାଇ, ଟିମ ଇଣ୍ଡିଆ ଜିମ୍ବାୱେରେ ବିଜୟୀ ହୋଇଥିଲା। ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ…

ସଂସଦରେ ପହଞ୍ଚିବା ପରେ ହଠାତ୍‌ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଘଟିଲା ଏମିତି, ଯାହା କେବେ ସେ ଭାବିନଥିଲେ…

ନୂଆଦିଲ୍ଲୀ, ୨୭॥୭: ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ଦାବି କରି ଦେଶବ୍ୟାପୀ ଚାଲିଥିବା କକ୍ରୋଚ ଜନତା ପାର୍ଟିର ଛାତ୍ର ଆନ୍ଦୋଳନ ନିକଟରେ ଶେଷ ହୋଇଛି। ଏହି ଆନ୍ଦୋଳନ NEET-UG…

ଓଡ଼ିଶା ଫେରିଲେ ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ, କହିଲେ ମହାପ୍ରଭୁଙ୍କ ଜଗନ୍ନାଥଙ୍କ ପାଇଁ…

ଭୁବନେଶ୍ୱର,୨୭ା୭: ଓଡ଼ିଶା ଫେରିଛନ୍ତି ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ ନାୟକ। ଇଣ୍ଡିଆନ ଆଇଡଲ ଟ୍ରଫି ସହ ଜ୍ୟୋତିର୍ମୟୀ ସୋମବାର ସକାଳେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି।…

ଏଇ ଭାରତରେ

ଉତ୍ତରପ୍ରଦେଶ କାନପୁର, ପ୍ରୟାଗରାଜ ଓ ଫାରୁଖାବାଦର ବିଭିନ୍ନ ପ୍ରାଥମିକ ବିଦ୍ୟାଳୟରେ ୧୦,୦୦୦ରୁ ଊର୍ଦ୍ଧ୍ୱ ଗଛ ଲଗାଯାଇଥିବାବେଳେ ସେଥିରୁ ୭୫ ପ୍ରତିଶତ ଗଛ ବଞ୍ଚାଇବାରେ ସଫଳ ହୋଇଛନ୍ତି ପିଲମାନେ।…

ଗଣଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ: କହିଲେ-ଧର୍ମେନ୍ଦ୍ର ପ୍ରଧାନଙ୍କ ଭଳି…

ଭୁବନେଶ୍ୱର, ୨୭।୭: ପ୍ରଥମରୁ ଅଷ୍ଟମ ପାଠ୍ୟ ପୁସ୍ତକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କୁ ଘେରିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ…

ଅଭିଜିତ ଦୀପକେ କରିବେ ବିବାହ! ଆସିଲା ପ୍ରସ୍ତାବ, ମାଆ କହିଲେ-‘ମୋତେ ଏମିତି ବୋହୂ ଦରକାର’

ନୂଆଦିଲ୍ଲୀ, ୨୭॥୭: କକ୍ରୋଚ ଜନତା ପାର୍ଟି (CJP)ର ନେତୃତ୍ୱରେ ଜନ୍ତରମନ୍ତରରେ ହୋଇଥିବା ବିରୋଧ ପ୍ରଦର୍ଶନ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହିତ ସମାପ୍ତ ହୋଇଯାଇଛି। ସିଜେପି (CJP)ର ଏହି…

ସବୁଜ ବିକାଶର ଭିତ୍ତିଭୂମି

ଧୁନିକ ଯୁଗରେ ଶକ୍ତି ହେଉଛି ବିକାଶର ମୂଳ ଆଧାର। ବିଦ୍ୟୁତ୍‌ ବିନା ଆଜିର ଜୀବନଯାତ୍ରାକୁ କଳ୍ପନା କରିବା ଅସମ୍ଭବ। କିନ୍ତୁ ଜନସଂଖ୍ୟା ବୃଦ୍ଧି, ଶିଳ୍ପାୟନ ଓ ସହରୀକରଣ…

ଗାଦିଚ୍ୟୁତ ହେବେ ଭାଜପା ସରକାର! CJP ପରେ ମୁଣ୍ଡ ଟେକିଲାଣି RHA; ୩୫ ଲକ୍ଷ ଫଲୋୟର୍ସ, E20 ଜନତା ପାର୍ଟି ବି ଦେଲାଣି ଟେନସନ

ନୂଆଦିଲ୍ଲୀ,୨୭।୭: ‘କକ୍ରୋଚ ଜନତା ପାର୍ଟି’ (CJP) ସୋସିଆଲ ମିଡିଆ – ବିଶେଷକରି ଇନଷ୍ଟାଗ୍ରାମ – ମାଧ୍ୟମରେ ଏତେ ବଡ଼ ପ୍ରତିବାଦ କରିଥିଲା ଯେ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଶିକ୍ଷାମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri