Posted inଜାତୀୟ

ନାରାୟଣସ୍ବାମୀ ସରକାରଙ୍କ ପତନ

ପୁଡୁଚେରୀ,୨୨।୨: ସଙ୍କଟରେ ପଡ଼ିଥିବା ପୁଡୁଚେରୀର ମୁଖ୍ୟମନ୍ତ୍ରୀ ଭି. ନାରାୟଣସ୍ବାମୀ ସରକାରଙ୍କର ପତନ ଘଟିଛି। ବିଧାନସଭାରେ ହୋଇଥିବା ଶକ୍ତି ପରୀକ୍ଷାରେ ନାରାୟଣସ୍ବାମୀଙ୍କ କଂଗ୍ରେସ ସରକାର ସଂଖ୍ୟା ଗରିଷ୍ଠତା ପ୍ରମାଣିତ କରି ପାରି ନାହାନ୍ତି। ସରକାରଙ୍କ ପାଖରେ ୯ କଂଗ୍ରେସ ବିଧାୟକଙ୍କ ସମେତ ୨ ଡିଏମ୍‌କେ ଏବଂ ଜଣେ ନିର୍ଦ୍ଦଳୀୟ ବିଧାୟକ ଥିଲେ। ଶାସକ ଦଳ ପାଖରେ ବାଚସ୍ପତିଙ୍କୁ ମିଶାଇ ୧୨ ଜଣ ବିଧାୟକଙ୍କର ସମର୍ଥନ ରହିଥିବାବେଳେ ବିଧାନସଭାର ସାମ୍ପ୍ରତିକ ସ୍ଥିତି ଅନୁସାରେ କୁହୁକ ସଂଖ୍ୟା ୧୪ ଥିଲା। ଆବଶ୍ୟକ ସଂଖ୍ୟକ ବିଧାୟକ ନ ଥିବାରୁ ନାରାୟଣସ୍ବାମୀ ସରକାର ସଂଖ୍ୟାଲଘୁରେ ପରିଣତ ହୋଇଛନ୍ତି। ଶକ୍ତି ପରୀକ୍ଷାରେ ଫେଲ୍‌ ହେବା ପରେ ନାରାୟଣସ୍ବାମୀ ଉପରାଜ୍ୟପାଳ ତାମିଲସାଇ ସୌନ୍ଦରାରାଜନଙ୍କୁ ଭେଟି ନିଜର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri