ଯୌତୁକ ନିର୍ଯାତନା, ସ୍ବାମୀ ଅଟକ

ଗଞ୍ଜାମ,୧୮।୩(ଡି.ଏନ୍‌.ଏ.): ଗଞ୍ଜାମ ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ତାଙ୍କ ଶାଶୁଘର ଲୋକ ଯୌତୁକ ନିର୍ଯାତନା ଦେଉଥିବା ନେଇ ଗଞ୍ଜାମ ଥାନାରେ ଅଭିଯୋଗ ହୋଇଛି l ଏତଲା ପରେ ଗଞ୍ଜାମ ଥାନା ପୋଲିସ ପକ୍ଷରୁ କେସ୍‌ ନମ୍ବର ୫୩/୨୧ରେ ମାମଲା ରୁଜୁ କରିବା ସହ ମହିଳାଙ୍କ ସ୍ବାମୀକୁ ଥାନାରେ ଅଟକ ରଖାଯାଇଥିବା ଆଇଆଇସି ଦିଲ୍ଲୀପ କୁମାର ସାହୁ ସୂଚନା ଦେଇଛନ୍ତି l
ମିଳିଥିବା ସୂଚନା ଅନୁଯାୟୀ, ଗଞ୍ଜାମ ଅଞ୍ଚଳର ଝିଅ ଛଦ୍ମନାମ କୁନି ବୈଦିକ ରୀତିରେ ବ୍ରହ୍ମପୁର ଲାଞ୍ଜିପଲି ଅଞ୍ଚଳରେ ବିବାହ କରିଥିଲେ l ବିବାହ ଦିନଠାରୁ ଶାଶୁଘର ଲୋକ ଅଧିକ ଯୌତୁକ ଦାବି କରି ବିଭିନ୍ନ ମାନସିକ ଯନ୍ତ୍ରଣା ଦେଉଥିବା ଅଭିଯୋଗରେ ଉଲ୍ଲେଖ ରହିଛି। ଏହାକୁ ସହ୍ୟ କରି ନ ପାରି ବାଧ୍ୟ ହୋଇ ଗଞ୍ଜାମ ଥାନାରେ ଏତଲା ଦେଇଥିଲେ l ଏତଲା ପରେ ଥାନା ଆଇଆଇସି ସାହୁ, ସେକେଣ୍ଡ ଅଫିସର ନାରାୟଣ କହ୍ନର ଲାଞ୍ଜିପଲି ଯାଇ ଝିଅ ନେଇଥିବା ସମସ୍ତ ଜିନିଷପତ୍ର ଥାନାକୁ ନେଇ ଆସିଥିଲେ l ଏହା ତାଙ୍କ ସ୍ବାମୀ ଜାଣି ପାରି ଟ୍ରେନରେ ଚମ୍ପଟ ମାରିବାକୁ ଷ୍ଟେଶନରେ ଟ୍ରେନକୁ ଅପେକ୍ଷା କରିଥିବା ବେଳେ ଗଞ୍ଜାମ ପୋଲିସ ତାଙ୍କୁ କାବୁ କରି ଥାନାରେ ଅଟକ ରଖିଥିବା ଏସ୍‌ଆଇ ସୂଚନା ଦେଇଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ, ଭଞ୍ଜନଗର ବିଧାୟକ….

ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଡିହପଢାଳ ଠାରେ ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଅଗଷ୍ଟ ୩୦ରେ ମନ କି ବାତ୍ କାର୍ଯ୍ୟକ୍ରମ, ବୁଥ୍‌ସ୍ତରରେ କାର୍ଯ୍ୟକ୍ରମକୁ ସୁଦୃଢ଼ କରିବାକୁ ଗୁରୁତ୍ୱ

ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟ ‘ମନ କି ବାତ’ କାର୍ଯ୍ୟକ୍ରମକୁ ନେଇ ଏକ କର୍ମଶାଳା…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri