ସ୍ବାମୀଙ୍କ ନାଁରେ ସଙ୍ଘୀନ ଅଭିଯୋଗ: ୩ ବର୍ଷର ପୁଅକୁ ଧରି ଥାନା ଆଗରେ ବସିଲେ ମହିଳା 

ଅମରପାଲି,୨୬।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଆଦର୍ଶ ଥାନା ଆଗରେ ଶାଶୁଘର ଲୋକେ ଯୌତୁକ ନିଯର୍‌ୟାତନା ଦେଉଥିବା ଅଭିଯୋଗ କରି ଜନୈକା ପୀଡ଼ିତା ମହିଳା ଶୁକ୍ରବାର ଧାରଣା ଦେଇଥିବା ଜଣାପଡିଛି ।
ମିଳିଥିବା ସୂଚନା ଅନୁଯାୟୀ, ବୀରମହାରାଜପୁର ଥାନା ନିକଟସ୍ଥ ଚମ୍ପାପୁର ଗ୍ରାମର ଅନିତା ଅଗ୍ରୱାଲ ରୀତିନୀତି ଅନୁଯାୟୀ ସୁନ୍ଦରଗଡ଼  ଜିଲା ରାଉରକେଲା ବଙ୍ଗାଳୀପଡା ନଟବର ଗୋଏଲଙ୍କୁ ବିବାହ କରିଥିଲେ । ହେଲେ ବିବାହର କିଛି ବର୍ଷ ପରେ ଅନିତାଙ୍କ ଶାଶୁ ଘର ଲୋକେ ସମସ୍ତେ  ମିଶି ତାଙ୍କୁ ଅଧିକ ଯୌତୁକ ଦାବି କରି ନିର୍ଯାତନା ଦେଉଥିବା ସେ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ଗତ ୨ ମାସରୁ ଊଦ୍ଧର୍‌ବ ସମୟ ହେଲା ସେ ବୀରମହାରାଜପୁର ଥାନାରେ ଲିଖିତ ଭାବେ ଅଭିଯୋଗ କରିଥିବା ବେଳେ ଏ ନେଇ ପୋଲିସ ମାମଲା ରୁଜୁ କରିଥିଲେ ହେଁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବା ଦର୍ଶାଇ ଅନିତା ଶୁକ୍ରବାର ତିନିବର୍ଷର ଶିଶୁ ପୁତ୍ରକୁ ଧରି ଧାରଣାରେ ବସିଥିଲେ। ଅନିତା ଯାହାସବୁ ଯୌତୁକ ନେଇଥିଲେ ତାକୁ ଆଣିବା ପାଇଁ ଦଶହରା ପରେ ପୋଲିସ ରାଉରକେଲା ଯିବ ଓ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି ପ୍ରତୀଶ୍ରୁତି ମିଳିବା ପରେ ପୀଡ଼ିତା ଅନିତା ଧାରଣାରୁ ଓହରି ଥିବା ଜଣାପଡ଼ିଛି ।

Enter your email to get our daily news in your inbox.

All Right Reserved By Dharitri.Com

‘କୁତ୍ରିମ ବୁଦ୍ଧିମତା ଯୁଗରେ ପ୍ରତିଟି କ୍ଷେତ୍ରରେ ଯତ୍ନବାନ ରୁହନ୍ତୁ ଛାତ୍ରୀଛାତ୍ର’

ଦିଗପହଣ୍ଡି,୨୧|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସରାୟ ବିଜ୍ଞାନ କଲେଜର ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ମେଜର୍ ଡ.…

ଭୋଜି ଖାଇ ଫେରୁଥିଲେ, ବାଟରେ ଜଗିଥିଲା ମୃତ୍ୟୁ: ଘାଟିରେ ବାଇକ୍ ଦୁର୍ଘଟଣାଗ୍ରସ୍ତ, ବଡ଼ ଭାଇ ମୃତ, ସାନ ଭାଇ…

ଗୁଡାରି,୨୧।୪(ପ୍ରମୋଦ କୁମାର ପତି): ଭୋଜି ଖାଇ ଝିଅ ଘରୁ ନାତୁଣୀକୁ ଧରି ଫେରୁଥିଲେ, ହେଲେ ବାଟରେ ଜଗିଥିଲା ମୃତ୍ୟୁ। ଚନ୍ଦ୍ରପୁର ବ୍ଲକ ବକାଗୁଡା ନିକଟସ୍ଥ ଘାଟିରେ ଏକ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ଥୁଆମୂଳ ରାମପୁରରେ ଖଣି ଖନନ ନେଇ ଜନଗର୍ଜନ: ବିରାଟ ଶୋଭାଯାତ୍ରା, ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଥୁଆମୂଳ ରାମପୁର,୨୧ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ପ୍ରସ୍ତାବିତ ସିଜିମାଲି ଖଣି ଖନନକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ମଙ୍ଗଳବାର…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ନୟାଗଡ଼ରୁ ଛତ୍ରପୁର ଆସୁଥିଲେ, ଡିଭାଇଡର ସହ ବାଇକ୍‌ ପିଟି ହେବା ପରେ ଛିଟିକି ପଡ଼ିଲେ; ମା’ବାପା ଗୁରୁତର, ୨ ବର୍ଷର ଶିଶୁକନ୍ୟା…

ଛତ୍ରପୁର, ୨୧।୪(ଦିଲ୍ଲୀପ ସାମଲ):  ଛତ୍ରପୁର ଥାନା ଅଧିନ ଜାତୀୟ ରାଜପଥ ଭାଗ୍ୟଲକ୍ଷ୍ମୀ ନଗର ନିକଟରେ ସଡକ ଦୁର୍ଘଟଣା । ଏଥିରେ ସ୍ବାମୀ ଓ ସ୍ତ୍ରୀ ଗୁରୁତର ଆହତ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri