ଯୌତୁକ ପାଇଁ ବଧୂ ହତ୍ୟା ମାମଲା: ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ

ଦେବଗଡ଼,୨୫।୯(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମଲାରବାହାଳ ଗ୍ରାମରେ ଯୌତୁକ ପାଇଁ ବଧୂ ହତ୍ୟା ମାମଲାର ବିଚାର କରି ଜିଲା ତଥା ଦୌରାଜଜ ଦେବାଶିଷ ରାଉତ ଅଭିଯୁକ୍ତ ସ୍ବାମୀ ଯୋଗେଶ୍ୱର ପ୍ରଧାନଙ୍କୁ ଦୋଷୀ ସାବ୍ୟସ୍ତ କରିଥିବା ବେଳେ ଶାଶୁ ଏବଂ ଶ୍ୱଶୁରଙ୍କୁ ପ୍ରମାଣ ଅଭାବରୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି।

ସୂଚନା ଅନୁଯାୟୀ, ୨୦୧୭ ଏପ୍ରିଲ ୧୯ ତାରିଖ କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ସିଆରିମାଳିଆ ଗ୍ରାମର ଲକ୍ଷ୍ମଣ ସାହୁଙ୍କ ଝିଅ ରଶ୍ମିତା ସାହୁ ମଲାରବାହାଳ ଗ୍ରାମର ବିନୋଦ ପ୍ରଧାନଙ୍କ ପୁଅ ଯୋଗେଶ୍ୱର ପ୍ରଧାନଙ୍କୁ ବିବାହ କରିଥିଲେ । ବିବାହର କିଛି ଦିନ ପରେ ଅଧିକ ଯୌତୁକ ଦାବିରେ ରଶ୍ମିତାକୁ ଅଭିଯୁକ୍ତ ସାମୀ ଯୋଗେଶ୍ୱର ଏବଂ ତାଙ୍କ ଶାଶୁ ଓ ଶ୍ୱଶୁର ମାନସିକ ଶାରୀରିକ ର୍ନିୟ୍ୟାତନା ଦେଉଥିଲେ। ଏହି କ୍ରମରେ ୨୦୧୮ ଜୁଲାଇ ୧୭ରେ ରଶ୍ମିତାଙ୍କୁ ହତ୍ୟା କରିଥିବା ନେଇ କୁଣ୍ଢେଇଗୋଳା ଥାନାରେ ମୃତ ରଶ୍ମିତାଙ୍କ ପରିବାର ପକ୍ଷରୁ ଅଭିଯୋଗ କରାଯାଇଥିଲା। ଅଭିଯୋଗ ଆଧାରରେ କେସ ନମ୍ବର ୧୦୪/୧୮,ଦଫା ୩୦୨, ୪୯୮ (କ), ୩୦୪ (ଖ) ଆଇପିସି ଏବଂ ଯୌତୁକ ନିରୋଧ ଆଇନ ୪ରେ ଏକ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରିଥିଲେ ।

ଉକ୍ତ ମାମଲା ଜିଲା ତଥା ଦୌରାଜଜଙ୍କ ଅଦାଳତରେ ବିଚାରଧିନ ଥିବା ବେଳେ ଆଜିମାନ୍ୟବର ଅଦାଲତ ଏହାର ଶୁଣାଣି କରିଛନ୍ତି । ଦଫା ୩୦୨ ଅପରାଧ ପାଇଁ ଆଜୀବନ କାରାଦଣ୍ଡ ଏବଂ ୧୦ ହଜାର ଟଙ୍କା ଜୋରିମାନା ଦଣ୍ଡା ଦେଶ ଏବଂ ଜୋରିମାନା ଅନାଦାୟେ ତାଙ୍କୁ ୬ ମାସ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ।

ସେହିପରି ଦଫା ୪୯୮ (କ) ଅନ୍ତର୍ଗତ ଅପରାଧ ପାଇଁ ତାଙ୍କୁ ୨ ବର୍ଷ ସଶ୍ରମ କାରାଦଣ୍ଡ ଏବଂ ୫ ହଜାର ଟଙ୍କା ଜୋରିମାନା ଏବଂ ଜୋରିମାନା ଅନାଦାୟେ ତାଙ୍କୁ ୩ ମାସ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଦଫା ୩୦୪ (ଖ) ଅନ୍ତର୍ଗତ ଅପରାଧ ପାଇଁ ତାଙ୍କୁ ୧୦ବର୍ଷ ସଶ୍ରମ କାରାଦଣ୍ଡ ଓ ୫ ହଜାର ଟଙ୍କା ଜୋରିମାନାରେ ଦଣ୍ଡିତ କରିଥିବାବେଳେ ଜୋରିମାନା ଅନାଦାୟେ ତାଙ୍କୁ ୩ ମାସ ସଶ୍ରମ କାରାଦଣ୍ଡ ଭୋଗିବାକୁ ପଡିବ ବୋଲି ମାନ୍ୟବର ଅଦାଲତ ପ୍ରକାଶ କରିଛନ୍ତି। ଏଥିସହ ଯୌତୁକ ନିରୋଧ ଆଇନ ଦଫା ୪ ଅନୁଯାୟୀ ଅପରାଧ ପାଇଁ ତାଙ୍କୁ ୧ ବର୍ଷ ଜେଲଦଣ୍ଡ ଏବଂ ୧ ହଜାର ଟଙ୍କା ଜୋରିମାନା ଏବଂ ଜୋରିମାନା ଅନାଦେୟ ହେଲେ ତାଙ୍କୁ ୩ ମାସ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଥିବା ଜଣାପଡିଛି । ଉକ୍ତ କୁଣ୍ଢେଇଗୋଳା ଥାନାର ତତ୍କାଳୀନ ଇନସପେକ୍ଟର ରତ୍ନାକର ମଲ୍ଲିକ ଏବଂ ଏସଆଇ ବବିତା ଦେହୁରୀ ଉକ୍ତ ମାମଲାର ତଦନ୍ତ ଦାୟିତ୍ୱରେ ଥିଲେ। ସରକାରଙ୍କ ତରଫରୁ କ୍ୟାଡର ପବ୍ଲିକ ପ୍ରସିକ୍ୟୁଟର ଯୋଗେଶ୍ୱର ପାତ୍ର ମାମଲାର ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଇକେଲ କ୍ଲାର୍କଙ୍କ ବଡ଼ ଭବିଷ୍ୟବାଣୀ, ଟି-୨୦ ବିଶ୍ୱକପ୍ ଫାଇନାଲରେ ଏହି ଖେଳାଳି ହେବେ ପ୍ଲେୟର ଅଫ….

ନୂଆଦିଲ୍ଲୀ,୮।୩:  ପୂର୍ବତନ ଅଷ୍ଟ୍ରେଲିୟ ଅଧିନାୟକ ମାଇକେଲ କ୍ଲାର୍କ ୨୦୨୬ ଟି- ୨୦ ବିଶ୍ୱକପ୍ ପାଇଁ ଏକ ଭବିଷ୍ୟବାଣୀ କରିଛନ୍ତି । କ୍ଲାର୍କ ସେହି ଖେଳାଳିଙ୍କ ବିଷୟରେ କହିଥିଲେ ଯିଏ…

ଅନ୍ତର୍ଜାତୀୟ ମହିଳା ଦିବସରେ ଯାତାୟାତ ପାଇଁ ସଂଘର୍ଷ କରୁଛନ୍ତି ମହିଳା

ଦାରିଙ୍ଗବାଡ଼ି,୮ା୩(ଅରୁଣ ସାହୁ): ଆଜି ବିଶ୍ୱ ପାଳୁଛି ମହିଳା ଦିବସ। ଏହି କ୍ରମରେ ଦାରିଙ୍ଗବାଡ଼ିଠାରେ ଏହି ଦିନରେ ଏକାଧିକ ସ୍ଥାନରେ ଏହି ଦିବସ ବଡ଼ ଧୂମ୍‌ଧାମରେ ପାଳନ କରାଯାଉଛି।…

କଇଁଚିରେ ଶାଶୁଙ୍କ ନାକ କାଟି ଦେଲେ ଜ୍ବାଇଁ, କଟା ନାକ ଧରି ଫେରାର….

ଜୟପୁର,୮।୩: ରାଜସ୍ଥାନର ଜାଲୋର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ପାରିବାରିକ ବିବାଦକୁ ନେଇ ଜଣେ ବ୍ୟକ୍ତି ତାଙ୍କ ଶାଶୁଙ୍କୁ ଆକ୍ରମଣ କରିଛନ୍ତି ।…

JDUରେ ସାମିଲ ହେଲେ ନିଶାନ୍ତ, କହିଲେ ମୋ ବାପାଙ୍କ ଉପରେ ମୁଁ ଗର୍ବ କରେ

ପାଟନା,୮।୩: ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ପୁଅ ନିଶାନ୍ତ କୁମାର ଜନତା ଦଳ ୟୁନାଇଟେଡ (ଜେଡିୟୁ)ରେ ଯୋଗ ଦେଇଛନ୍ତି। ବୈଠକ ସମୟରେ ସେ ଦଳୀୟ କର୍ମୀମାନଙ୍କୁ ସ୍ବାଗତ କରିଥିଲେ।…

‘ସମାଜ ଗଠନରେ ନାରୀମାନଙ୍କ ଭୂମିକା ଅତୁଳନୀୟ’

ଥୁଆମୂଳ ରାମପୁର,୮ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ରବିବାର ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଏକ…

ବଡ଼ ଘୋଷଣା କଲେ ମହମ୍ମଦ ମୋକିମ୍‌, ଏହି ଦିନ ଲଞ୍ଚ କରିବେ ନୂଆ ଦଳ

ଭୁବନେଶ୍ବର,୮ା୩: ଏପ୍ରିଲ୍‌ ୮ରେ ମହମ୍ମଦ ମୋକିମ୍‌ ନୂଆ ଦଳ ଲଞ୍ଚ୍‌ କରିବେ । ନୂଆ ଦଳର ନାଁ ‘ଓଡ଼ିଶା ଜନତା କଂଗ୍ରେସ’ ରହିବ ବୋଲି ଘୋଷଣା କରିଛନ୍ତି…

‘ନାରୀ ଶିକ୍ଷିତ ହେଲେ ଆର୍ଥିକ କ୍ଷେତ୍ରରେ ପ୍ରଗତି ହୋଇପାରିବ’

ଭଞ୍ଜନଗର,୮ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଶାଖା ୧ ଏବଂ ଘୁମୁସର ଗବେଷଣା ପ୍ରତିଷ୍ଠାନ(ଜିଜିପି) ପକ୍ଷରୁ…

ଫାଇନାଲ ମ୍ୟାଚରେ ହେବ ବର୍ଷା! ଜାଣନ୍ତୁ କେମିତି ରହିଛି ପାଗ

ନୂଆଦିଲ୍ଲୀ,୮।୩: ସେମିଫାଇନାଲରେ ଇଂଲଣ୍ଡକୁ ୭ ରନରେ ପରାସ୍ତ କରି ଟିମ ଇଣ୍ଡିଆ ୨୦୨୬ ଟି୨୦ ବିଶ୍ୱକପ ଫାଇନାଲରେ ପହଞ୍ଚିଛି। ଭାରତ ରବିବାର, ୮ ମାର୍ଚ୍ଚରେ ଅହମଦାବାଦର ନରେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri