ଯୌତୁକ ନିର୍ଯାତନା: ସାବିତ୍ରୀ ଅମାବାସ୍ୟା ଦିନ ସ୍ତ୍ରୀଙ୍କୁ ପିଟିଥିଲେ ହାତୁଡିରେ, ଏବେ ଆସିଲା ରାୟ

ବ୍ରହ୍ମପୁର,୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଆସିଷ୍ଟାଣ୍ଟ ସେସନ ଜଜ୍‌ (ସ୍ବତନ୍ତ୍ର ଟ୍ରାକ କୋର୍ଟ) ସୌଦାମିନୀ ସିଂ ଏକ ଯୌତୁକ ନିର୍ଯାତନା ମାମଲାରେ ଅଭିଯୁକ୍ତ ସ୍ବାମୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେ ହେଲେ ଆସିକା ଖମ୍ବେଶ୍ୱରୀପାଟଣାର ତୁଫାନ ଗୌଡ଼(୫୩)। ୩ଟି ଦଫାରେ ତାଙ୍କୁ ୩ ବର୍ଷ ୬ମାସ ଜେଲ ଦଣ୍ଡରେ ଦଣ୍ଡିତ ପାଇଁ ଜଜ୍‌ ରାୟରେ ଉଲ୍ଲେଖ କରିଛନ୍ତି। ସେହିପରି ୧୦ ହଜାର ଟଙ୍କ ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ଅନାଦାୟ ଅଧିକ ୪ ମାସ ଜେଲଦଣ୍ଡ ଭୋଗିବାକୁ ହେବ ବୋଲି ନିର୍ଦ୍ଦେଶ ରହିଛି।
ଖମ୍ବେଶ୍ୱରୀପାଟଣାର ତୁଫାନ ୨୦୧୧ରେ ସୁଚିତ୍ରା ଗୌଡ଼ଙ୍କୁ ବିବାହ କରିଥିଲେ। ଅଧିକ ଯୌତୁକ ଦାବି କରି ସେ ସ୍ତ୍ରୀଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦେଉଥିଲେ। ବାପଘର ଆର୍ଥିକ ସ୍ଥିତି ସ୍ବଚ୍ଛଳ ନ ଥିବାରୁ ସୁଚିତ୍ରା ଟଙ୍କା ମାଗିପାରୁ ନ ଥିଲେ। ୨୦୧୯ ମେ ମାସରେ ସାବିତ୍ରୀ ଅମାବାସ୍ୟା ଦିନ ସୁଚିତ୍ରାଙ୍କୁ ତାଙ୍କ ସ୍ବାମୀ ହାତୁଡିରେ ଆକ୍ରମଣ କରିଥିଲେ। ଏଥିରେ ସୁଚିତ୍ରାଙ୍କ ମୁଣ୍ଡ ଫାଟିଯାଇ ସେ ଗୁରୁତର ହୋଇଥିଲେ। ଖବରପାଇ ବାପଘର ଲୋକେ ତାଙ୍କୁ ଉଦ୍ଧାର କରି ଏମକେସିଜି ମେଡିକାଲରେ ଭର୍ତ୍ତି କରିଥିଲେ। ଏ ନେଇ ୨୦୧୯ ଜୁନ ୧ ତାରିଖରେ ବ୍ରହ୍ମପୁର ମହିଳା ଥାନାରେ ଅଭିଯୋଗକ୍ରମେ ନଂ.୩୫/୧୯ରେ ଏକ ମାମଲା ରୁଜୁ ହୋଇଥିଲା। ଘଟଣାର ତଦନ୍ତ ପରେ ଅଭିଯୁକ୍ତ ତୁଫାନଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିଲା। ୫ ମାସ ପରେ ସେ ଜାମିନରେ ମୁକୁଳିଥିଲେ। ମାମଲାର ବିଚାର ବେଳେ ତୁଫାନ କୋର୍ଟରେ ହାଜର ନ ହେବାରୁ ତାଙ୍କ ବିରୋଧରେ ଏନବିଡବ୍ଲ୍ୟୁ ଜାରି ହୋଇଥିଲା। ପୋଲିସ ୱାରେଣ୍ଟ ବଳରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ବିଚାର ବେଳେ ୧୬ ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତିକରି ଜଜ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ଆସୋସିଏଟ ପିପି ମମତାରାଣୀ ପାଢ଼ୀ ମାମଲା ପରିଚାଳନା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

୩-୦ରେ ଭାରତର କ୍ଲିନ ସୁଇପ

ଚେନ୍ନାଇ,୨୦ା୬: ପ୍ରସିଦ୍ଧ କ୍ରିଷ୍ଣାଙ୍କ ୫ ଉଇକେଟ ସଫଳତା ଏବଂ ଯଶସ୍ବୀ ଜୟସ୍ବାଲଙ୍କ ଅପରାଜିତ ଶତକ ବଳରେ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଭାରତ ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ…

ରାମଜୀ ଡିଗ୍ରୀ କଲେଜରେ ଯୋଗ ଶିବିର: ମାନସିକ ସୁସ୍ଥତା ପାଇଁ…

ଦିଗପହଣ୍ଡି, ୨୦|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜ ପରିସରରେ ଏକ ଯୋଗ ଶିବିର ଓ ସଚେତନତା…

ଗାଁକୁ ପଶି ଆସିଲା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୦।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଜଙ୍ଗଲକ୍ଷୟ ହେବା ଯୋଗୁ ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହେଉଛନ୍ତି ବନ୍ୟଜନ୍ତୁ। ଏହି ପରିପ୍ରେକ୍ଷୀରେ ଏକ ଭାଲୁ କୋକସରା ଫରେଷ୍ଟ ସେକ୍ସନ ଚିକିଲି…

ଦିଗପହଣ୍ଡିରେ ‘ବିକାଶର ଧାରା ଓଡ଼ିଶା ସାରା’ କର୍ମଶାଳା: ପ୍ରାକୃତିକ ଓ ପ୍ରଗତିଶୀଳ କୃଷି ଉପରେ ଚାଷୀଙ୍କୁ …

ଦିଗପହଣ୍ଡି, ୨୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି କୃଷି ବିଭାଗ ପକ୍ଷରୁ ଶନିବାର ଦିନ ସ୍ଥାନୀୟ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ‘ବିକାଶର ଧାରା ଓଡ଼ିଶା…

ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି ତେଜିଲା

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତ ସରପଞ୍ଚ ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି କରିଛି କଳାହାଣ୍ଡି ସରପଞ୍ଚ ସଂଘ। ଶନିବାର ରାଜ୍ୟ ସରପଞ୍ଚ…

ବ୍ଲଡ୍‌ ବ୍ୟାଙ୍କ ବନ୍ଦ ଯୋଗୁ ଶିଶୁଙ୍କୁ ମିଳିଲାନି ରକ୍ତ, ହସ୍ପିଟାଲରେ ଚାଲିଗଲା ଜୀବନ

ଧର୍ମଗଡ଼,୨୦।୬(ଘାସିରାମ ଜଗତ): କଳାହାଣ୍ଡି ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ରକ୍ତ ନ ମିଳିବାରୁ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବା ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri