ବଦଳିବ ‘ଡିପିଆର’, ସାମିଲ ହେବ ପାରାଦୀପ: ନୂଆ ରୂପରେ ଆସିବ ମେଟ୍ରୋ ରେଳ

ଭୁବନେଶ୍ୱର,୧୯।୧(ରବିନାରାୟଣ ଜେନା): ଦୀର୍ଘଦିନ ଧରି ଭୁବନେଶ୍ୱର-କଟକ ମେଟ୍ରୋ ରେଳପ୍ରକଳ୍ପ କାର୍ଯ୍ୟ ଅନିଶ୍ଚିତତା ଭିତରେ ରହିଛି। ଏହାକୁ ନେଇ ଲୋକେ ଆଶା ଓ ଆଶଙ୍କାରେ ରହିଥିବାବେଳେ ରାଜ୍ୟ ସରକାର ମଧ୍ୟ ବ୍ୟାକ୍‌ଫୁଟ୍‌ରେ ରହିଛନ୍ତି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ସରକାରୀସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଖୁବ୍‌ଶୀଘ୍ର ମେଟ୍ରୋ ରେଳ ପ୍ରକଳ୍ପ ନୂତନ ରୂପରେ ଆସିବ ବୋଲି ନଗର ଉନ୍ନୟନ ବିଭାଗ ପକ୍ଷରୁ ଜଣାପଡ଼ିଛି।
ବିଭାଗ ପକ୍ଷରୁ ପ୍ରସ୍ତୁତ ହେଉଥିବା ‘ଡିପିଆର୍‌’କୁ ନେଇ ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି, ପୂର୍ବରୁ ଏହା କେବଳ ଭୁବନେଶ୍ୱର-କଟକ-ପୁରୀ ମଧ୍ୟରେ ଗଡ଼ିବ ବୋଲି ପ୍ରସ୍ତାବ ରହିଥିଲା। ପୂର୍ବ ସରକାର ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ଯେଉଁ ‘ଡିପିଆର୍‌’ ପ୍ରସ୍ତୁତ କରିଥିଲେ ସେଥିରେ ବହୁତ କିଛି ପରିବର୍ତ୍ତନ କରାଯିବ। ଏହାକୁ ଭୁବନେଶ୍ୱର-କଟକ-ପୁରୀ-ପାରାଦୀପକୁ ଯୋଡ଼ିବା ପାଇଁ ସରକାରୀସ୍ତରରେ ଏକପ୍ରକାର ନିଷ୍ପତ୍ତି ହୋଇଛି। ଆସନ୍ତା ୨୨ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଉଚ୍ଚସ୍ତରୀୟ ବୈଠକରେ ଏସମ୍ପର୍କରେ ପୂର୍ଣ୍ଣାଙ୍ଗ ରୂପରେଖ ଜଣାପଡ଼ିବ। ତେବେ ପୂର୍ବ ସରକାର ସମୟରେ ୬୪କି.ମି.ର ମେଟ୍ରୋ ରେଳପ୍ରକଳ୍ପ ପାଇଁ ୬ହଜାର ୨୫୫କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଥିଲା। ଏହାକୁ ନେଇ ପୂର୍ବ ସରକାର ତରବରିଆ ଭାବେ ଏହାକୁ କ୍ୟାବିନେଟ୍‌ରେ ପାରିତ କରିଥିଲେ। ଏହାପରେ ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେଶନ ସହିତ ରାଜ୍ୟ ସରକାରଙ୍କ ଏକ ବୁଝାମଣା ହୋଇଥିଲା। କଟକଠାରୁ ତ୍ରିଶୂଳିଆ-ବାରଙ୍ଗ ଦେଇ ଖୋର୍ଦ୍ଧା ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟରେ ମେଟ୍ରୋ ରେଳ ପ୍ରକଳ୍ପ ହେବାକୁ ଯୋଜନା ରହିଥିଲା। ମାତ୍ର ବର୍ତ୍ତମାନ ପରିବର୍ତ୍ତନ ହୋଇ ଏହି ଡିପିଆର୍‌ରେ ଭୁବନେଶ୍ୱର, କଟକ, ପୁରୀ, ପାରାଦୀପ ଓ ଖୋର୍ଦ୍ଧା ରିଜିଅନକୁ ଯୋଡ଼ିବାପାଇଁ ପ୍ରସ୍ତାବ ରହିଛି। ଏହାଦ୍ୱାରା ରାଜ୍ୟର ବିକାଶ ତ୍ୱରାନ୍ବିତ ହେବ। ରାଜ୍ୟ ସରକାରଙ୍କ ଭିଜନ-୨୦୩୬ ଓ ୨୦୪୭କୁ ଦୃଷ୍ଟିରେ ରଖି ମେଟ୍ରୋ ରେଳପ୍ରକଳ୍ପକୁ ଏହିସବୁ ଅଞ୍ଚଳକୁ ପ୍ରସାରଣ କରିବା ପାଇଁ ଲକ୍ଷ୍ୟ ରହିଛି। ଏହାସହିତ କେନ୍ଦ୍ର ସରକାରଙ୍କ ସହିତ ମିଶି ପ୍ରକଳ୍ପକୁ କାର୍ଯ୍ୟକାରୀ କରାଯିବାକୁ ରହିଛି, ଯାହାଫଳରେ ରାଜ୍ୟ ଉପରେ ଏତେବଡ଼ ଆର୍ଥିକବୋଝ ପଡ଼ିବ ନାହିଁ। ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ପରେ ଏହାର ରୂପରେଖ ସ୍ପଷ୍ଟ ହେବ ବୋଲି ବରିଷ୍ଠ ଅଧିକାରୀ ଜଣକ କହିଛନ୍ତି।
ତେବେ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯିବାକୁ ଥିବା ଏହି ମେଟ୍ରୋ ରେଳପ୍ରକଳ୍ପ ଯଦି ପାରାଦୀପ ଓ ରାଉରକେଲା ପର୍ଯ୍ୟନ୍ତ ଗଡ଼ିବ ତାହା କେତେଦୂର ଆର୍ଥିକ ଦୃଷ୍ଟିକୋଣରୁ ଉଚିତ ହେବ ତାକୁ ନେଇ ସରକାର କେତେଦୂର ଚିନ୍ତା କରୁଛନ୍ତି ତାହା ଦେଖିବାର ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

ମୁଖରିତ ହେଲା ବ୍ରାହ୍ମଣୀଗାଁ: ଜନ୍ମାଷ୍ଟମୀ ପୂଜା ସହ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୮ତମ ଶ୍ରାଦ୍ଧବାର୍ଷିକ ପାଳିତ

ବ୍ରାହ୍ମଣୀଗାଁ, ୪।୯(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଓଡ଼ିଆ ସାହିଠାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଏବଂ ବ୍ରହ୍ମାଲୀନ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ…

୫୨ ବର୍ଷର ମନାନ୍ତର ଭୁଲି ଏକାଠି ହେଲେ ଗୋପପାଲି ଗ୍ରାମବାସୀ: ଯୁବପିଢ଼ିଙ୍କ ଉଦ୍ୟମରେ ଫେରିଲା ଏକତା, ଗଠନ ହେଲା ଗ୍ରାମ୍ୟ କମିଟି

ଅମରପାଲି,୪।୯(ପୀତାମ୍ୱର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଗୋପପାଲି ଗ୍ରାମରେ ଦୀର୍ଘ ୫୨ ବର୍ଷ ପରେ ଏକତାର ନୂଆ ଅଧ୍ୟାୟ ଆରମ୍ଭ ହୋଇଛି।…

ରୁଷୁଡ଼ା ଫାଣ୍ଡିରେ ଯୋଗଦେଲେ ନୂତନ ଫାଣ୍ଡି ଅଧିକାରୀ, ଅଞ୍ଚଳରେ ଆଇନ ଶୃଙ୍ଖଳା…

ଭେଡ଼େନ ୪।୯(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ ରୁଷୁଡ଼ା ପୋଲିସ ଫାଣ୍ଡିରେ ଶୁକ୍ରବାର ନୂତନ ଫାଣ୍ଡି ଅଧିକାରୀ ଭାବରେ ଗୋଳକ ବିହାରୀ ସେଠୀ ଦାୟିତ୍ୱ…

ଦିଗପହଣ୍ଡି ସମିତିସଭ୍ୟଙ୍କୁ ସଂଘବଦ୍ଧ ଆକ୍ରମଣ-ଲୁଟ୍: ଜଣେ ଅଭିଯୁକ୍ତ ଜେଲ୍‌ ଗଲେ, ୨ ନାବାଳକ ବାଳସୁଧାର ଗୃହକୁ…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ସମିତିସଭ୍ୟ ବି. ଲଡୁ ପାତ୍ର ଏବଂ ତାଙ୍କ ଦୁଇ ସହଯୋଗୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri