ଆନନ୍ଦପୁର ଛାତ୍ର ବିଜେଡି ସଂଯୋଜକ ହେଲେ ଅମରେନ୍ଦ୍ର

ହାଟଡ଼ିହୀ,୧ା୩(ଶୁଭକାନ୍ତ ନାୟକ): ଆନନ୍ଦପୁର ନିର୍ବାଚନ ମଣ୍ଡଳୀ ପାଇଁ ବିଜୁ ଛାତ୍ର ଜନତା ଦଳର ସଂଯୋଜକ ଭାବେ ଅମରେନ୍ଦ୍ର ଧଳଙ୍କୁ ନିଯୁକ୍ତି ଦିଆଯାଇଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ଏହି ପଦବୀରେ ନିଯୁକ୍ତି ଦେଇଥିବା ନେଇ ବିଜୁ ଜନତା ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଶୁକ୍ରବାର ଏକ ପ୍ରେସ ରିଲିଜ ଜରିଆରେ ଘୋଷଣା କରିଛନ୍ତି। ଅମରେନ୍ଦ୍ର ଧଳ ପୂର୍ବରୁ ରାଜ୍ୟ ବିଜୁ ଛାତ୍ର ଜନତା ଦଳର ସାଧାରଣ ସମ୍ପାଦକ ଭାବେ ନିଜର କର୍ତ୍ତବ୍ୟ ଓ ଦକ୍ଷତା ସମ୍ପାଦନ କରିଥିବା ବେଳେ ହାଟଡ଼ିହି ବ୍ଲକ୍‌ କଳିଗାଁ ପଞ୍ଚାୟତର ସରପଞ୍ଚ ଭାବେ ନିର୍ବାଚିତ ହୋଇଥିଲେ। ଏନେଇ ସେ ମୁଖ୍ୟମନ୍ତ୍ରୀ, ୫-ଟି ଅଧ୍ୟକ୍ଷ, ସଂଗଠନ ସମ୍ପାଦକ, ଘଷିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ର, ଆନନ୍ଦପୁର ବିଧାୟକ ଭାଗୀରଥି ସେଠୀଙ୍କୁ କୃତଜ୍ଞତା ଜଣାଇଛନ୍ତି। ସେହିପରି ବ୍ଲକ୍‌ ଅଧ୍ୟକ୍ଷା ସାବିତ୍ରୀ ସେଠୀ, ଉପାଧ୍ୟକ୍ଷ ରତିକାନ୍ତ ରାଉତ, ପୂର୍ବତନ ଜିଲା ବିଜେଡି ସଭାପତି ତଥା ଜିଲାପରିଷଦ ସଦସ୍ୟ ବିମ୍ବାଧର ବିଶ୍ୱାଳ, ଜିଲା ପରିଷଦ ଉପାଧ୍ୟକ୍ଷ ସୋମନାଥ ଦାସଙ୍କ ସମେତ ବହୁ ବିଜେଡି ନେତା ଓ କର୍ମୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଜ୍ଞାନିକଙ୍କୁ ବଡ଼ ସଫଳତା, ମୂଷା ମସ୍ତିଷ୍କରେ ଲାବ୍‌-ନିର୍ମିତ ମାନବ କୋଷିକା ପ୍ରତିରୋପଣ

ନୂଆଦିଲ୍ଲୀ,୧୮।୯ (ପି.ଟି.): ପ୍ରୟୋଗଶାଳାରେ ପ୍ରସ୍ତୁତ ମାନବ ମସ୍ତିଷ୍କର ନରମ କୋଷିକାକୁ ମୂଷା ମସ୍ତିଷ୍କରେ ସଫଳତାର ସହ ପ୍ରତିରୋପଣ କରାଯାଇପାରିଛି। ପ୍ରତିରୋପଣ ପରେ ଏହି ମାନବ କୋଷିକାଗୁଡ଼ିକ ମୂଷା…

ବିପଦସଙ୍କୁଳ ଶ୍ରେଣୀଗୃହରେ ଚାଲିଛି ଐତିହ୍ୟପୂର୍ଣ୍ଣ ଶିକ୍ଷାନୁଷ୍ଠାନ

ସାକ୍ଷୀଗୋପାଳ,୧୮।୯(ପ୍ରଶାନ୍ତ କୁମାର ବାରିକ): ଯେଉଁଠି ଦିନେ ଶିକ୍ଷା ସହ ଶ୍ରମ, ଶୃଙ୍ଖଳା, ସେବା, ସ୍ବାବଲମ୍ବନ ଓ ଦେଶପ୍ରେମର ମନ୍ତ୍ର ଫୁଙ୍କି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ‘ମଣିଷ…

ଚନ୍ଦ୍ରପୃଷ୍ଠରେ ବିଶାଳକାୟ ନୂତନ ଗର୍ତ୍ତ ଚିହ୍ନଟ, କୋଲୋସିୟମଠାରୁ ବି ବଡ଼

କେପ କାନାଭେରାଲ (ଫ୍ଲୋରିଡା),୧୮।୯: ଚନ୍ଦ୍ରପୃଷ୍ଠରେ ବିଶାଳକାୟ ନୂତନ ଗର୍ତ୍ତ ସୃଷ୍ଟି ହୋଇଥିବା ନାସାର ‘ଲୁନାର ରେକୋନିସାନ୍ସ ଅର୍ବିଟର’ (ଏଲ୍‌ଆର୍‌ଓ) ମହାକାଶଯାନ ଦ୍ୱାରା ଚିହ୍ନଟ ହୋଇଛି। ରୋମ୍‌ର ପ୍ରସିଦ୍ଧ…

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?