ଡାକ୍ତର ଚିତ୍ତରଞ୍ଜନ କରଙ୍କ ପରଲୋକ

କଟକ ଅଫିସ,୨୧। ୧୧: ବରିଷ୍ଠ କିଡ୍‌ନୀ ରୋଗ ବିଶେଷଜ୍ଞ ତଥା ଏସ୍‌ସିବି ନେଫ୍ରୋଲୋଜି ବିଭାଗୀୟ ମୁଖ୍ୟ ପ୍ରଫେସର ଚିତ୍ତରଞ୍ଜନ କର(୫୮)ଙ୍କର ଶୁକ୍ରବାର ସନ୍ଧ୍ୟାରେ ମାଡ୍ରାସ୍‌ର ଏମ୍‌ଜିଏମ୍‌ ହସ୍ପିଟାଲରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ହସ୍ପିଟାଲରେ ତାଙ୍କ ଦୁଇ ପୁଅ ଓ ସ୍ତ୍ରୀ ଉପସ୍ଥିତ ଥିଲେ। ସେ ଗତ ଅଗଷ୍ଟ ୨୦ରେ କରୋନା ସଂକ୍ରମିତ ହୋଇଥିଲେ। ସୁସ୍ଥ ହୋଇ ଘରକୁ ଫେରିବା ପରେ ପୁଣି ତାଙ୍କ ଫୁସ୍‌ଫୁସ୍‌ରେ ସଂକ୍ରମଣ ହୋଇଥିଲା। ତାଙ୍କୁ ଅକ୍ଟୋବର ୭ରେ ଚିକିତ୍ସା ପାଇଁ ଏୟାର ଆମ୍ବୁଲାନ୍ସରେ ମାଡ୍ରାସ ପଠାଯାଇଥିଲା। ଶନିବାର ସନ୍ଧ୍ୟାରେ ଚିତ୍ତରଞ୍ଜନଙ୍କ ମରଶରୀର ବିମାନରେ ଅଣାଯିବା ପରେ ପ୍ରଥମେ ପୁରୁଣା ଭୁବନେଶ୍ୱରସ୍ଥିତ ତାଙ୍କ ବାସଭବନକୁ ନିଆଯିବ ବୋଲି ତାଙ୍କ ବନ୍ଧୁ ତଥା ଏସ୍‌ସିବି ଡେଣ୍ଟାଲ କଲେଜ ଅଧ୍ୟକ୍ଷ ଡା. ଜୟନ୍ତ କୁମାର ଦାସ କହିଛନ୍ତି।
ପ୍ରଫେସର କର ୧୯୯୭ରେ ବୁର୍ଲାରେ ନେଫ୍ରୋଲୋଜି ବିଭାଗରେ ଆସିଷ୍ଟାଣ୍ଟ ପ୍ରଫେସର ଭାବେ ଯୋଗଦେଇଥିଲେ। ୨୦୧୨ରେ ପ୍ରଥମଥର ତାଙ୍କ ଚେଷ୍ଟାରେ ଏସ୍‌ସିବି ମେଡିକାଲରେ କିଡ୍‌ନୀ ପ୍ରତିରୋପଣ ଆରମ୍ଭ ହୋଇଥିଲା। ଏପର୍ଯ୍ୟନ୍ତ ପ୍ରାୟ ୧୮୦ଟି କିଡ୍‌ନୀ ପ୍ରତିରୋପଣ ସଫଳ ଭାବେ ସେ କରାଇଥିଲେ। ରାଜ୍ୟ ଅଙ୍ଗ ଓ ଟିସୁ ପ୍ରତିରୋପଣ ଅନୁଷ୍ଠାନରେ ତାଙ୍କ ଉଦ୍ୟମରେ ୨୦୧୯ ଫେବୃୟାରୀରେ କାଡାଭରିକ କିଡ୍‌ନୀ ପ୍ରତିରୋପଣ ସମ୍ଭବ ହୋଇଥିଲା। କରୋନା କାଳରେ ସେ ପ୍ରାୟ ୬୦୦୦ ଡାଏଲିସିସ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri