ଭାଷାବିତ୍‌ ଡ. ଦେବୀ ପ୍ରସନ୍ନ ପଟ୍ଟନାୟକଙ୍କୁ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମାନ

ଭୁବନେଶ୍ୱର,୩।୨: ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ୨୦୨୪ ଉଦ୍‌ଘାଟିତ ହୋଇଛି। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସାମୂହିକ ବନ୍ଦେ ଉତ୍କଳ ଗାନ କରାଯାଇଥିଲା । ପର ମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିବା ଅତିଥୀଙ୍କୁ ସମ୍ବୋଧିତ କରିଥିଲେ । କହିଥିଲେ ଯେ, ଆମେ ଓଡ଼ିଆ, ଓଡ଼ିଆ ଆମ ଭାଷା, ଆମ ପରିଚୟ ।
୩ ଦିନ ଧରି ଚାଲିବାକୁ ଥିବା ଏହି ଉତ୍ସବର ପ୍ରଥମ ଦିନରେ ଭାଷାବିତ୍‌ ଡ.ଦେବୀ ପ୍ରସନ୍ନ
ପଟ୍ଟନାୟକଙ୍କୁ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମାନରେ ସମ୍ମାନିତ କରାଯାଇଛି । ମୁଖ୍ୟମନ୍ତ୍ରୀ ତାଙ୍କୁ ଏହି ସମ୍ମାନରେ ସମ୍ମାନିତ କରିଛନ୍ତି। ଏହି ସମ୍ମାନ ପାଇବାରେ ଡ. ପଟ୍ଟନାୟକ ହେଉଛି ପ୍ରଥମ ଓଡ଼ିଆ ଭାଷାବିତ୍‌ । ଓଡ଼ିଆ ଭାଷା ଓ ସାହିତ୍ୟ ଦିଗରେ ତାଙ୍କର ଜୀବନବ୍ୟାପୀ ସାଧନା ପାଇଁ ତାଙ୍କୁ ଏହି ସମ୍ମାନରେ ସମ୍ମାନୀତ କରାଯାଇଛି । ତାଙ୍କୁ ମାନପତ୍ର ସହ ୨୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି । ତେବେ ଓଡ଼ିଆ ଭାଷାର ବିକାଶ ପାଇଁ ଓଡ଼ିଆ ଭାଷା ପ୍ରତି ବିଶେଷ ଅବଦାନ ଦେଇଥିବା ବ୍ୟକ୍ତିତ୍ୱଙ୍କୁ ପ୍ରତି ୫ ବର୍ଷରେ ଥରେ ଏହି ପୁରସ୍କାର ପ୍ରଦାନ କରାଯିବ ।