ଡ. ଗାୟତ୍ରୀବାଳା ପଣ୍ଡା ପାଇବେ ସାହିତ୍ୟ ଏକାଡେମୀ ପୁରସ୍କାର

ଭୁବନେଶ୍ୱର,୨୨ା୧୨(ବ୍ୟୁରୋ): ୨୦୨୨ ମସିହା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇବେ କବୟିତ୍ରୀ ଡ. ଗାୟତ୍ରୀବାଳା ପଣ୍ଡା। ସେ ତାଙ୍କର କବିତା ସଂକଳନ ‘ଦୟାନଦୀ’ ପାଇଁ ଏହି ମର୍ଯ୍ୟାଦାଜନକ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ପୁରସ୍କାର ସ୍ବରୂପ ୧ ଲକ୍ଷ ଟଙ୍କା ଅର୍ଥରାଶି ଓ ତାମ୍ରଫଳକ କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ଏକ ସ୍ବତନ୍ତ୍ର ଉତ୍ସବରେ ତାଙ୍କୁ ପ୍ରଦାନ କରାଯିବ ବୋଲି ଘୋଷଣା କରାଯାଇଛି।

ତାଙ୍କ କବିତା ସଂଳଳନ ‘ଦୟାନଦୀ’ କଳିଙ୍ଗ ଯୁଦ୍ଧ ଉପରେ ଆଧାରିତ। ଏଥିରେ ଉତ୍ସର୍ଗ ଓ ପରିଶିଷ୍ଟକୁ ମିଶାଇ ମୋଟ୍‌ ୬୪ଟି କବିତା ରହିଛି। ଯୁଦ୍ଧର ସମସ୍ତ ବିଭୀଷିକା, ସମସ୍ତ ସ୍ପର୍ଦ୍ଧା ଓ ଅହଂକାର ଭିତରେ କେବଳ ଗୋଟିଏ ଅନୁଚ୍ଚାରିତ ସ୍ବର ହିଁ ଗୁଞ୍ଜରିତ ହୁଏ, ତାହା ହେଉଛି ପରାଜୟର ସ୍ବର। ଏହି କବିତା ସବୁ ଇତିହାସର କୌଣସି ତାତ୍ତ୍ୱିକ ଆଲୋଚନା ବା କାବ୍ୟରୂପ ନୁହେଁ ବରଂ ଏହା ଇତିହାସର ନଦୀରେ ନୌଯାତ୍ରା କରୁଥିବା ଏକ କାବି୍ୟକ ଭାବନା। ଦୀର୍ଘ ୩୦ ବର୍ଷ ହେଲା ସେ କବିତା, ଗପ, ଉପନ୍ୟାସ, ପ୍ରବନ୍ଧ ଆଦି ଲେଖିଆସୁଛନ୍ତି। ବର୍ତ୍ତମାନ ସୁଦ୍ଧା ତାଙ୍କର ୨୫ଟି ପୁସ୍ତକ ପ୍ରକାଶ ପାଇସାରିଲାଣି।

ଗାୟତ୍ରୀବାଳା, ପ୍ରାୟ ୬/୭ ବର୍ଷ ବୟସରୁ କବିତା ଲେଖିବା ଆରମ୍ଭ କରିଥିଲେ। ଗାୟତ୍ରୀବାଳାଙ୍କ ଜେଜେବାପା ଜଣେ ଔପନ୍ୟାସିକ ଥିଲେ ଓ ତାଙ୍କଠାରୁ ଗାୟତ୍ରୀବାଳା ଅନୁପ୍ରାଣିତ ହୋଇଥିଲେ। ପିଲାବେଳରୁ ସେ, ନିଜ ଦୁଃଖ ଓ ଅସହୟତା ଯାହାକୁ ଅନ୍ୟଭାବରେ କହି ପାରୁ ନ ଥିଲେ ତାହା କବିତା ମାଧ୍ୟମରେ ପ୍ରକାଶ କରିପାରୁଥିଲେ। ବାର ବର୍ଷ ହେବା ବେଳକୁ, ତାଙ୍କର ପ୍ରଥମ କବିତା ପ୍ରକାଶିତ ହୋଇସାରିଥିଲା। ୨୦୦୦ ମସିହାରେ, ରାଜ୍ୟ ଯୁବ ପୁରସ୍କାର ତାଙ୍କୁ ଲୋକଲୋଚନକୁ ଆଣିବାରେ ସହାୟକ ହୋଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri