ଡ. ଗାୟତ୍ରୀବାଳା ପଣ୍ଡା ପାଇବେ ସାହିତ୍ୟ ଏକାଡେମୀ ପୁରସ୍କାର

ଭୁବନେଶ୍ୱର,୨୨ା୧୨(ବ୍ୟୁରୋ): ୨୦୨୨ ମସିହା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇବେ କବୟିତ୍ରୀ ଡ. ଗାୟତ୍ରୀବାଳା ପଣ୍ଡା। ସେ ତାଙ୍କର କବିତା ସଂକଳନ ‘ଦୟାନଦୀ’ ପାଇଁ ଏହି ମର୍ଯ୍ୟାଦାଜନକ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ପୁରସ୍କାର ସ୍ବରୂପ ୧ ଲକ୍ଷ ଟଙ୍କା ଅର୍ଥରାଶି ଓ ତାମ୍ରଫଳକ କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ଏକ ସ୍ବତନ୍ତ୍ର ଉତ୍ସବରେ ତାଙ୍କୁ ପ୍ରଦାନ କରାଯିବ ବୋଲି ଘୋଷଣା କରାଯାଇଛି।

ତାଙ୍କ କବିତା ସଂଳଳନ ‘ଦୟାନଦୀ’ କଳିଙ୍ଗ ଯୁଦ୍ଧ ଉପରେ ଆଧାରିତ। ଏଥିରେ ଉତ୍ସର୍ଗ ଓ ପରିଶିଷ୍ଟକୁ ମିଶାଇ ମୋଟ୍‌ ୬୪ଟି କବିତା ରହିଛି। ଯୁଦ୍ଧର ସମସ୍ତ ବିଭୀଷିକା, ସମସ୍ତ ସ୍ପର୍ଦ୍ଧା ଓ ଅହଂକାର ଭିତରେ କେବଳ ଗୋଟିଏ ଅନୁଚ୍ଚାରିତ ସ୍ବର ହିଁ ଗୁଞ୍ଜରିତ ହୁଏ, ତାହା ହେଉଛି ପରାଜୟର ସ୍ବର। ଏହି କବିତା ସବୁ ଇତିହାସର କୌଣସି ତାତ୍ତ୍ୱିକ ଆଲୋଚନା ବା କାବ୍ୟରୂପ ନୁହେଁ ବରଂ ଏହା ଇତିହାସର ନଦୀରେ ନୌଯାତ୍ରା କରୁଥିବା ଏକ କାବି୍ୟକ ଭାବନା। ଦୀର୍ଘ ୩୦ ବର୍ଷ ହେଲା ସେ କବିତା, ଗପ, ଉପନ୍ୟାସ, ପ୍ରବନ୍ଧ ଆଦି ଲେଖିଆସୁଛନ୍ତି। ବର୍ତ୍ତମାନ ସୁଦ୍ଧା ତାଙ୍କର ୨୫ଟି ପୁସ୍ତକ ପ୍ରକାଶ ପାଇସାରିଲାଣି।

ଗାୟତ୍ରୀବାଳା, ପ୍ରାୟ ୬/୭ ବର୍ଷ ବୟସରୁ କବିତା ଲେଖିବା ଆରମ୍ଭ କରିଥିଲେ। ଗାୟତ୍ରୀବାଳାଙ୍କ ଜେଜେବାପା ଜଣେ ଔପନ୍ୟାସିକ ଥିଲେ ଓ ତାଙ୍କଠାରୁ ଗାୟତ୍ରୀବାଳା ଅନୁପ୍ରାଣିତ ହୋଇଥିଲେ। ପିଲାବେଳରୁ ସେ, ନିଜ ଦୁଃଖ ଓ ଅସହୟତା ଯାହାକୁ ଅନ୍ୟଭାବରେ କହି ପାରୁ ନ ଥିଲେ ତାହା କବିତା ମାଧ୍ୟମରେ ପ୍ରକାଶ କରିପାରୁଥିଲେ। ବାର ବର୍ଷ ହେବା ବେଳକୁ, ତାଙ୍କର ପ୍ରଥମ କବିତା ପ୍ରକାଶିତ ହୋଇସାରିଥିଲା। ୨୦୦୦ ମସିହାରେ, ରାଜ୍ୟ ଯୁବ ପୁରସ୍କାର ତାଙ୍କୁ ଲୋକଲୋଚନକୁ ଆଣିବାରେ ସହାୟକ ହୋଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri