କରୋନାର ଖରାପ ସମୟ ଚାଲି ଯାଇଛି, ଆସନ୍ତା ମାସରୁ ଆରମ୍ଭ ହେବ ଟିକାକରଣ: ସ୍ୱାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୧ ।୧୨: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଏବେବି ଜାରି ରହିଛି । ପ୍ରତିଦିନ ପାଖାପାଖି ୨୦ ହଜାର ନୂଆ ସଂକ୍ରମିତଙ୍କୁ ଏବେବି ଚିହ୍ନଟ କରାଯାଉଛି । ହେଲେ ଅନ୍ୟପଟେ ସରକାର ଆସନ୍ତା ବର୍ଷ ଆରମ୍ଭରୁ ଟିକାକରଣ ଆରମ୍ଭ କରିବାକୁ ପ୍ରସ୍ତୁତ ହେଉଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡା. ହର୍ଷବର୍ଦ୍ଧନ କହିଛନ୍ତି, ବିକଶିତ ଦେଶ ଅପେକ୍ଷା ଆମ ଦେଶରେ କରୋନା ସୁସ୍ଥତା ହାର ଭଲ ରହିଛି । ଏବେ ଆମ ଦେଶରେ କରୋନା ସୁସ୍ଥତା ହାର ୯୫-୯୬ ପ୍ରତିଶତ ଥିବା ସେ କହିଛନ୍ତି । ଆମେରିକା, ରୁଷିଆ, ବ୍ରାଜିଲ ଭଳି ବିଶ୍ୱର କିଛି ବିକଶିତ ଦେଶ ତୁଳନାରେ ଏଠାରେ ସୁସ୍ଥତା ହାର ୬୦-୮୦ ପ୍ରତିଶତ ମଧ୍ୟରେ ରହିଥିବା ସ୍ୱାସ୍ଥ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି । ଏହାକୁ ଦେଖି ସହଜରେ ଅନୁମାନ କରାଯାଉଛି କି ଆମେ ଭଲ ସ୍ଥିତିରେ ରହିଛୁ । ତେଣୁ କରୋନାକୁ ନେଇ ଚାଲିଥିବା ଖରାପ ସମୟ ଏବେ ଶେଷ ହୋଇ ଯାଇଛି । ହେଲେ ଆମକୁ ସାବଧାନ ରହିବା ଜରୁରୀ ବୋଲି ସେ କହିଛନ୍ତି । ତେଣୁ କରୋନାକୁ ସମୂଳେ ନାଶ କରିବାକୁ ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ଓ ବାରମ୍ବାର ହାତ ଧୋଇବା ଜରୁରୀ ବୋଲି ସେ କହିଛନ୍ତି । ସେ ଆହୁରି ମଧ୍ୟ ସୂଚନା ଦେଇଛନ୍ତି କି ଆସନ୍ତା ବର୍ଷ ଜାନୁୟାରୀରୁ ଦେଶରେ କରୋନା ଟିକାକରଣ ଆରମ୍ଭ ହୋଇପାରେ ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବତୀଙ୍କ ଉପରେ କାର ମାଡ଼ିଦେଲେ ସାଂସଦଙ୍କ ପୁଅ: ଆଉ ତା’ପରେ ଘଟିଲା…

ହାଇଦ୍ରାବାଦ,୨୧।୮:ହାଇଦ୍ରାବାଦରେ ଏକ ଆଷ୍ଟନ ମାର୍ଟିନ କାର ଧକ୍କା ଦେବାରୁ ଜଣେ ୨୬ ବର୍ଷୀୟା ଯୁବତୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ରାଜ୍ୟ ସଭା ସାଂସଦ ଲିଙ୍ଗାମନେନି ରମେଶଙ୍କ…

ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବାବେଳେ ଘରୁ ଶୁଭିଲା ଚିତ୍କାର: ଆଉ ତା’ପରେ ଘଟିଲା..

ଦେବଗଡ,୨୧୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାଞ୍ଚଳ ଗୁରୁସଙ୍ଗ ଗ୍ରାମରେ ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

ଆର୍‌ଏସ୍‌ଏସ୍‌ ବିରୋଧରେ ପ୍ରତିବନ୍ଧକ ଲଗାଅ: ଆମେରିକୀୟ ସଂସ୍ଥା

ଓ୍ବାଶିଂଟନ,୨୧।୮(ପି.ଟି.): ଆମେରିକାର ଏକ ଧାର୍ମିକ ସ୍ବାଧୀନ ପରାମର୍ଶଦାତା ସଂସ୍ଥାର ଅଧିକାରୀମାନେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ବିରୋଧରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି । ଏଥିସହ ସେମାନେ…

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ଇମ୍ରାନ ଖାନଙ୍କୁ ନେଇ ବଡ଼ ଖବର, ରାତିଅଧରେ ହସ୍ପିଟାଲରେ ଭର୍ତ୍ତି

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ଇସଲାମାବାଦସ୍ଥିତ ଶିଫା ଇଣ୍ଟରନ୍ୟାସନାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରାତି ପ୍ରାୟ ୧ଟା ୫ ମିନିଟ୍‌ରେ ତାଙ୍କୁ ଅଦିଆଲା…

ଅସମ୍ଭାଳ ସ୍ଥିତିରେ ଝାରପଡ଼ା ଜେଲ: ଡ୍ରାଇଭର ଗିରଫ ପରେ…

ଭୁବନେଶ୍ୱର,୨୧।୮(ତ୍ରିନାଥ ମହାନ୍ତି):ମାଷ୍ଟରକ୍ୟାଣ୍ଟିନ ହିଂସା ଘଟଣାରେ ୧୧୩ ଜଣ ଅନ୍‌ଲାଇନ୍‌ ଅଟୋ ଡ୍ରାଇଭର ଗିରଫ ହୋଇ ଜେଲ ଯାଇଛନ୍ତି। ଜେଲ ଯିବା ପରେ ଏବେ ଝାରପଡ଼ା ଜେଲ କର୍ତ୍ତୃପକ୍ଷଙ୍କ…

‘ଏନ୍‌ଇଇଟି’ ଆନ୍ଦୋଳନ ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ପଦକ୍ଷେପ, ପୋଲିସ ବଳପ୍ରୟୋଗର ତଦନ୍ତ କରିବ ୫ ଜଣିଆ କମିଟି

ନୂଆଦିଲ୍ଲୀ,୨୧।୮(ପି.ଟି.): ଚଳିତବର୍ଷ ଜୁଲାଇ ୨୦ରେ ହୋଇଥିବା ପାର୍ଲାମେଣ୍ଟ ଘେରାଉ ଆନ୍ଦୋଳନ ବେଳେ ଛାତ୍ରୀଛାତ୍ର ଏବଂ ଯୁବବର୍ଗଙ୍କ ଉପରେ ପୋଲିସ ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା। ପରବର୍ତ୍ତୀ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri