ସରକାରୀ ଚାକିରି ଛାଡ଼ି ଗରିବଙ୍କ ସେବା ପାଇଁ ଆଗେଇଲେ ଡାକ୍ତର ଇଶିକା, କେସିଙ୍ଗାରେ ଖୋଲିଲେ କ୍ଲିନିକ

କେସିଙ୍ଗା,୧୧।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ଆଦର୍ଶ ଥାନା ପାର୍ଶ୍ଵରେ ଡା ଇଶିକା ଅଗ୍ରୱାଲଙ୍କ ତତ୍ୱାବଧାନରେ ଏକ ଅଗ୍ରୱାଲ ହେଲଥ କେୟାର କ୍ଲିନିକ ରବିବାର ଉଦଘାଟନ ହୋଇ ଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ବରିଷ୍ଠ ଡାକ୍ତର ବାବୁଲାଲ ଅଗ୍ରୱାଲ ଯୋଗଦେଇ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଶିଶୁ ବିଶେଷଜ୍ଞ ଡ଼.ଲଳିତ କୁମାର ଅଗ୍ରୱାଲ, ପୂର୍ବତନ ନଗରପାଳ ରାମ କୁମାର ଜୈନ, ଶଙ୍କର ଅଗ୍ରୱାଲଙ୍କ ସମେତ ଅନିଲ ଅଗ୍ରୱାଲ ପ୍ରମୁଖ ସହରର ବହୁ ମାନ୍ୟଗଣ୍ୟ ବକ୍ତି ଯୋଗଦେଇଥିଲେ।

ସରକାରୀ ମେଡିକାଲମାନଙ୍କରେ ବର୍ତ୍ତମାନ ଅବସ୍ଥା ଠିକ ରହୁ ନାହିଁ। ଦିନକୁ ଦିନ ରୋଗୀ ସଂଖ୍ୟା ବଢ଼ିବାରେ ଲାଗିଛି । ସେହି ହିସାବରେ ସାରା ରାଜ୍ୟରେ ଡାକ୍ତର ପର୍ଯ୍ୟାପ୍ତ ନ ଥିବାରୁ ଅଞ୍ଚଳରେ ରୋଗୀ ସେବା ବିପର୍ଯ୍ୟସ୍ତ ହୋଇ ଯାଇଛି କହିଲେ ଅତ୍ୟୁକ୍ତି ହେବନାହିଁ ।ଲୋକେ ଭଲ ଚିକିତ୍ସା ପାଇଁ ଟଙ୍କା ଖର୍ଚ୍ଚ କରିବାକୁ କୁଣ୍ଠାବୋଧ କରୁ ନାହାନ୍ତି । ଲୋକଙ୍କୁ ଦରକାର ଭଲ ଚିକିତ୍ସା। ଯାହାକି ବର୍ତ୍ତମାନ କଳାହାଣ୍ଡି ଜିଲା କେସିଙ୍ଗା ସହରରେ ସ୍ବପ୍ନ ହୋଇ ଯାଇଛି । ଲୋକେ ସମୟକ୍ରମେ ବେସରକାରୀ କ୍ଲିନିକ୍ ଆଡ଼କୁ ମୁହଁ ବୁଲାଇଲେଣି ।

କେସିଙ୍ଗା ସହରର ପୋଲିସ ଷ୍ଟେଶନ ପାଖରେ ଏକ ନୂତନ ଡାକ୍ତରୀ କ୍ଲିନିକ୍ ରବିବାର ଉଦଘାଟିତ ହୋଇଛି। ଯାହାକୁ କେସିଙ୍ଗାର ବରିଷ୍ଠ ଚିକିତ୍ସକ ତଥା ବେସରକାରୀ ଉମା କ୍ଲିନିକର ମାଲିକ ଡାକ୍ତର ବାବୁଲାଲ ଅଗ୍ରୱାଲ ଫିତା କାଟି ଉଦଘାଟନ କରିଥିଲେ। କ୍ଲିନିକ୍ ଟି ସପ୍ତାହର ୭ ଦିନ ଖୋଲା ରହିବା ସାଙ୍ଗରେ ସମସ୍ତ ରୋଗର ଚିକିତ୍ସା ସୁଲଭ ମୂଲ୍ୟରେ ଚିକିତ୍ସା କରାଯିବ ବୋଲି ଡାକ୍ତର ଇସିକା ଅଗ୍ରୱାଲ ପ୍ରକାଶ କରିଛନ୍ତି। ଏଠାରେ ପ୍ରକାଶ ଥାଉକି ଡାକ୍ତର ଇଶିକା କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚୁକ୍ତିଭିତ୍ତିକ ଡ଼ାକ୍ତର ଭାବେ ସେବା ଯୋଗାଉଥିଲେ । କିନ୍ତୁ କୌଣସି କାର୍ଯ୍ୟ ବଶତଃ ସରକାରୀ ଚାକିରି ଛାଡି ଦେଇ ଗରୀବଙ୍କୁ ସୁଲଭ ମୂଲ୍ୟରେ ଚିକିତ୍ସା କରିବା ପାଇଁ ଏହି କ୍ଲିନିକ ଖୋଲିଥିବା ଜଣା ପଡ଼ିଛି । ବର୍ତ୍ତମାନ ନିଜେ କ୍ଲିନିକ୍ ଖୋଲି ଲୋକଙ୍କୁ ୨୪ ଘଣ୍ଟା ସେବା ଦେବେ ବୋଲି ପ୍ରକାଶ କରିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨ କଲରାପତରିଆ ବାଘଛାଲ ସହ ଜୀବନ୍ତ ବାର୍‌ହା ଜବତ, ୭ ଜଣଙ୍କୁ ଗିରଫ କରି…

ଭବାନୀପାଟଣା,୩୦ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଦକ୍ଷିଣ ବନଖଣ୍ଡକୁ ମିଳିଛି ଏକ ବଡ଼ ସଫଳତା। ଜିଲାର ଥୁଆମୂଲ ରାମପୁର ବନାଞ୍ଚଳର ସାଇସୁରନି ରେଞ୍ଜରେ ଏକ ବନ୍ୟପ୍ରାଣୀ ଚୋରା ଚାଲାଣ…

ଜୁନାଗଡ଼ ହାତୀ ନଦୀ ପୋଲ ନିକଟରେ ଭୟଙ୍କର ଦୁର୍ଘଟଣା: ବ୍ୟାରିକେଡ଼ରେ ପିଟିହୋଇ ହୁତୁହୁତୁ ହୋଇ ଜଳିଗଲା କାର୍, ୨ ଯାତ୍ରୀ…

ଜୁନାଗଡ଼, ୨୯।୧୦ (ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ହାତୀ ନଦୀ ପୋଲ ନିକଟରେ ଗୁରୁବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ମୋଟର…

ବାତ୍ୟା ଅର୍ଣ୍ଣବ ପ୍ରଭାବ, ଉପୁଡ଼ି ପଡ଼ିଲା ଗଛ, ଛିଣ୍ଡିଲା ବିଦ୍ୟୁତ୍‌ ତାର

ଲାଞ୍ଜିଗଡ଼, ୨୯ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକର ବିଭିନ୍ନ ସ୍ଥାନରେ ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଗଛ ପଡି ରାସ୍ତା ଅବରୋଧ ହୋଇଥିବା ବେଳେ ବିଦ୍ୟୁତ…

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବ: ଫସଲ କ୍ଷତି ଆଶଙ୍କାରେ ଚାଷୀ

ରିଷିଡା,୨୯ା୧୦(ସୁଶାନ୍ତ ମଲ୍ଲିକ)- ବାତ୍ୟା ଅର୍ଣ୍ଣବ ପ୍ରଭାବରେ କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକର ରିଷିଡା ସମେତ ତେରେସିଂହା, ଗଜବାହାଲ, ପୌରକେଲା, ରେଗେଡ଼ା, ରାଜପୁର, ସରଗୁଲମାଲପଡା, ଯୋରାଡ୍ରବରା, ସାପଲହରା, ରିଞ୍ଜା…

ଅତି ପ୍ରବଳ ବର୍ଷା ଆଶଙ୍କା: କଳାହାଣ୍ଡି ଜିଲାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି କେନ୍ଦ୍ର ଛୁଟି ଘୋଷଣା

ଭବାନୀପାଟଣା, ୨୮।୧୦(ଉତ୍ତମ କୁମାର ଦାଶ): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗର ଏହି ପୂର୍ବାନୁମାନକୁ ଦୃଷ୍ଟିରେ…

ପବନରେ ଉଡ଼ି ରାସ୍ତାରେ ପଡ଼ିଲା ଗଜଲକ୍ଷ୍ମୀ ପୂଜା ଗେଟ୍‌

ଭବାନୀପାଟଣା,୨୮ା୧୦(ଉତ୍ତମ କୁମାର ଦାଶ): ବାତ୍ୟା ଅର୍ଣ୍ଣବ ପ୍ରଭାବରେ କଳାହାଣ୍ଡି ଜିଲାରେ ବୁଧବାର ମଧ୍ୟାହ୍ନରୁ ବର୍ଷା ଓ ପବନ ଲାଗି ରହିଛି। ଏହାରି ଭିତରେ ଜୁନାଗଡ଼ ସହର ବଡ଼ପଡା…

ଅଟୋରୁ ୧୦୦ କେଜି ଗଞ୍ଜେଇ ଜବତ: ୨ ଜଣଙ୍କୁ ବାନ୍ଧିଲା ଅବକାରୀ ବିଭାଗ

କେସିଙ୍ଗା, ୨୮।୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନା ପକ୍ଷରୁ ଚଢ଼ାଉ କରାଯାଇ ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଦୁଇ ଜଣଙ୍କୁ ଗିରଫ କରାଯାଇଛି।…

ଜୁଆ ଆଡ୍ଡା ଉପରେ ଚଢ଼ାଉ, ୭ ଗିରଫ: ପୋଲିସକୁ ଆକ୍ରମଣ ଓ ଗାଡ଼ି ଭଙ୍ଗାରୁଜା

ରିଷିଡ଼ା, ୨୮।୧୦ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ମ. ରାମପୁର ଥାନା ଅଞ୍ଚଳର ବଡ଼ ଡୁଙ୍ଗୁରିଗୁଡ଼ାରେ ଜୁଆଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?