IAS ଚାକିରି ଛାଡ଼ି ସାହିତ୍ୟ ସାଧନା କରିଥିଲେ ଡ. ଜଗନ୍ନାଥ ପ୍ରସାଦ ଦାସ, ତାଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ୱର,୪ା୬: ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ୯୦ ବର୍ଷ ବୟସରେ ଦେହାନ୍ତ ହୋଇଛି। ଓଡ଼ିଶାରେ କଳା ଓ ସଂସ୍କୃତିର ବଡ଼ ଗବେଷକ ଭାବେ ସେ ବେଶ୍‌ ସୁପରଚିତ ଥିଲେ। ସବୁଠାରୁ ବଡ଼ କଥା ହେଉଛି ଭାରତୀୟ ପ୍ରଶାସନିକ ସେବା (IAS) ଚାକିରି ଛାଡ଼ି ସାହିତ୍ୟ ସାଧନା କରିଥିଲେ। ଐତିହାସିକ ଉପନ୍ୟାସ ‘ଦେଶ କାଳ ପାତ୍ର’ ଲେଖି ସେ ସୁଖ୍ୟାତି ଅର୍ଜନ କରିଥିଲେ। ତାଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକ ସମ୍ବାଦ ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ । ସେ କେବଳ ଜଣେ ଉଚ୍ଚକୋଟୀର ସାହିତ୍ୟିକ ନ ଥିଲେ, ବରଂ ଭାରତୀୟ ପ୍ରଶାସନିକ ସେବା (IAS)ର ଜଣେ ଦକ୍ଷ ଅଧିକାରୀ ଭାବେ ସେ ଓଡ଼ିଶା ସରକାର ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦବୀରେ ରହି ରାଜ୍ୟ ଓ ଦେଶର ସେବାରେ ନିଜକୁ ନିୟୋଜିତ କରିଥିଲେ। ସାହିତ୍ୟର ପ୍ରତ୍ୟେକ ବିଭାଗରେ ନିଜର ସୃଜନଶୀଳତାର ସ୍ୱତନ୍ତ୍ର ଛାପ ଛାଡିଯାଇଥିବା ଜେ.ପି. ଦାସଙ୍କ ବିୟୋଗ ଆମ ସାରସ୍ୱତ ଜଗତପାଇଁ ଏକ ଅପୂରଣୀୟ କ୍ଷତି। ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇବା ସହ ତାଙ୍କର ଅମର ଆତ୍ମାର ସଦ୍‌ଗତି କାମନା କରୁଛି ।

କିଶୋର କାଳରେ ଜଗନ୍ନାଥ ଲେଖାଲେଖି ଆରମ୍ଭ କରିଥିଲେ । ୧୯୫୧ରେ ସେ ‘ସ୍ତବକ’ ନାମରେ ଏକ କବିତା ସଙ୍କଳନ ପ୍ରକାଶ କରିଥିଲେ । ଓଡ଼ିଆ ପତ୍ରିକା ଡଗର, ଝଙ୍କାର, ଆସନ୍ତାକାଲି ଆଦିରେ ତାଙ୍କର ଲେଖା ନିୟମିତ ପ୍ରକାଶିତ ହେଉଥିଲା । ମନୋଜ ଦାସଙ୍କ ସହ ସେ ଛାତ୍ର ଫେଡେରେଶନ ଅଫ ଇଣ୍ଡିଆର ଏକ ଜର୍ଣ୍ଣାଲ ‘ଆଗାମୀ’ର ସମ୍ପାଦନା କରୁଥିଲେ। ୧୯୬୦ରେ ସେ ଦୁଇଟି ନାଟକ ଲେଖିଥିଲେ। ୧୯୭୦ରେ ସେ ନିଜର ଚିତ୍ରସମୂହ ଏକ ପ୍ରଦର୍ଶନୀ ମାଧ୍ୟମରେ ପ୍ରଦର୍ଶନ କରାଇଥିଲେ । ୧୯୭୯ରେ ମିଳିଥିବା ‘ହୋମି ଭାବା ବୃତ୍ତି’ଦ୍ୱାରା ସେ ପଟ୍ଟଚିତ୍ର ଉପରେ ରିସର୍ଚ୍ଚ କରିବାର ସୁଯୋଗ ପାଇଥିଲେ, ଯାହା ପରବର୍ତ୍ତୀ ସମୟରେ ‘ପୁରୀ ପେଣ୍ଟିଙ୍ଗସ’ ନାମରେ ପ୍ରକାଶ ପାଇଥିଲା ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

RBIର ବଡ଼ ଘୋଷଣା: UPI ଓ QR କୋଡ ବ୍ୟବହାରକାରୀ ସାବଧାନ! ୧୫ ସେପ୍ଟେମ୍ବରରୁ ବ୍ଲକ ହୋଇଯିବ ଆକାଉଣ୍ଟ

ନୂଆଦିଲ୍ଲୀ: ଯଦି ଆପଣ ଜଣେ ଛୋଟ ବ୍ୟବସାୟୀ ଏବଂ ଦୋକାନରେ QR କୋଡ କିମ୍ବା UPI ମାଧ୍ୟମରେ ପେମେଣ୍ଟ ଗ୍ରହଣ କରୁଛନ୍ତି, ତେବେ ଏହି ଖବର ଆପଣଙ୍କ…

ଦିଲ୍ଲୀ ଆସିବା ପୂର୍ବରୁ ଭାରତର ଖୁବ ପ୍ରଶଂସା କଲା ଇରାନ, କହିଲା…

ତେହରାନ,୮।୯: ବ୍ରିକ୍ସ ଶିଖର ସମ୍ମିଳନୀ ପାଇଁ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନଙ୍କ ନୂଆଦିଲ୍ଲୀ ଗସ୍ତ ପୂର୍ବରୁ, ତେହରାନ ଭାରତ ସହିତ ଏହାର ସମ୍ପର୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଜିଲାପାଳ: ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ

ଭଞ୍ଜନଗର,୮।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି ସୋମବାର ଭଞ୍ଜନଗର ଗସ୍ତରେ ଆସିଥିବା ସମୟରେ ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହି…

ନୋରାଙ୍କ ବିରୋଧରେ ୩ କୋଟି ଟଙ୍କାର ମାନହାନି ମାମଲା, ଭିଡିଓ ଶେୟାର କରିବା ପଡିଲା ମହଙ୍ଗା!

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତଥା ଡ୍ୟାନ୍ସର ନୋରା ଫତେହି ପୁଣିଥରେ ଆଇନଗତ ବିବାଦରେ ଫସିଛନ୍ତି। ଗୁଜରାଟର ଗାନ୍ଧୀନଗର ଅଦାଲତରେ ନୋରାଙ୍କ ବିରୋଧରେ ୩ କୋଟି ଟଙ୍କାର ସିଭିଲ…

ସରକାରୀ କର୍ମଚାରୀଙ୍କ ବଢ଼ିବ ଦରମା! ସାମ୍ନାକୁ ଆସିଲା ୮ମ ବେତନ ଆୟୋଗର ନୂଆ ଅପଡେଟ୍

ନୂଆଦିଲ୍ଲୀ,୮।୯: କେନ୍ଦ୍ରୀୟ କର୍ମଚାରୀ ଓ ପେନସନ୍‌ଭୋଗୀଙ୍କ ପାଇଁ ୮ମ ବେତନ ଆୟୋଗର ଆଲୋଚନା ଜୋରଦାର ହୋଇଛି। ଆୟୋଗ ୭ ଓ ୮ ସେପ୍ଟେମ୍ବରରେ ଚେନ୍ନାଇରେ କର୍ମଚାରୀ ସଂଗଠନ,…

ଗୁଣପୁର ବଂଶଧାରାରେ ଦ୍ୱିତୀୟ ସେତୁ ପାଇଁ ଦାବି ଜୋରଦାର: ମନ୍ତ୍ରୀଙ୍କୁ ସ୍ମାରକପତ୍ର…

ଗୁଣପୁର, ୮।୯ (ସୁଜାତା ପାଢ଼ୀ): ଗୁଣପୁର ବଂଶଧାରା ନଦୀ ଉପରେ ଦ୍ୱିତୀୟ ସେତୁ ନିର୍ମାଣ ଦାବିରେ ରାଜ୍ୟ ସରକାରଙ୍କ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ…

‘ବୈଭବ ସୂର୍ଯ୍ୟବଂଶୀଙ୍କଠାରୁ ମୋର କୌଣସି ଆଶା ନାହିଁ’: ଟିମ ଇଣ୍ଡିଆକୁ ନେଇ ଏମିତି କହିଲେ ସୁନୀଲ ଗାଭାସ୍କର, ଉଠିଲାଣି ପ୍ରଶ୍ନ

ନୂଆଦିଲ୍ଲୀ,୮।୯: ଆଫଗାନିସ୍ତାନ ବିପକ୍ଷରେ ଟି-୨୦ ସିରିଜ ପରେ, ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡାରେ ଅଂଶଗ୍ରହଣ କରିବ। ସେପ୍ଟେମ୍ବର ୧୯ରେ ଜାପାନର ଆଇଚି-ନାଗୋୟାରେ ଆରମ୍ଭ…

ରାହୁଲ ଗାନ୍ଧୀଙ୍କୁ ବଡ଼ ଝଟକା ଦେଲେ ହାଇକୋର୍ଟ, ପିଏମ୍‌ ମୋଦିଙ୍କୁ ନେଇ…

ନୂଆଦିଲ୍ଲୀ, ୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ମନ୍ତବ୍ୟକୁ ନେଇ ଚାଲିଥିବା ମାନହାନି ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ବଡ଼ ଝଟକା ଲାଗିଛି। ମଙ୍ଗଳବାର (ସେପ୍ଟେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri