ନିଜର ସେବା ଜରିଆରେ ନିଆରା ଉଦାହରଣ ସୃଷ୍ଟି କରିଥିଲେ ଡା. ନାରାୟଣୀ ପଣ୍ଡା: ମହିଳା ଦିବସରେ ବୁଜିଲେ ଆଖି

ସମ୍ବଲପୁର,୮।୩(ପ୍ରମୋଦ ବହିଦାର): ସମ୍ବଲପୁରର ବିଶିଷ୍ଟ ସ୍ତ୍ରୀ ରୋଗ ବିଶେଷଜ୍ଞ ତଥା ଜଣାଶୁଣା ସମାଜସେବୀ ଡା. ନାରାୟଣୀ ପଣ୍ଡାଙ୍କର ରବିବାର ପୂର୍ବାହ୍ନରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ବୟସ ହୋଇଥିଲା। ନିଜର ସମସ୍ତ ସଞ୍ଚିତ ପୁଞ୍ଜିକୁ ଶିକ୍ଷା ଓ ସମାଜସେବା ପାଇଁ ଦାନ କରି ସେ ସାରା ଓଡ଼ିଶାରେ ଚର୍ଚ୍ଚାରେ ଥିଲେ। ଡା. ପଣ୍ଡା ଡାକ୍ତରୀ ଡିଗ୍ରୀ ହାସଲ ପରେ ୧୯୬୩ ମସିହାରୁ ଜଣେ ସଫଳ ଚିକିତ୍ସିକ ଭାବେ ନିଜର କ୍ୟାରିୟର ଆରମ୍ଭ କରିଥିଲେ ଏବଂ ଅବସର ପରେ ମଧ୍ୟ କୋଭିଡ ମହାମାରୀ ସମୟରେ ନିଜର ସେବା ଜାରି ରଖି ଏକ ନିଆରା ଉଦାହରଣ ସୃଷ୍ଟି କରିଥିଲେ। ତାଙ୍କର ଏହି ନିଃସ୍ବାର୍ଥପର ସେବା ଓ ମହାନତା ପାଇଁ ସେ ଅଞ୍ଚଳବାସୀଙ୍କ ପାଇଁ ଜଣେ ଆଦର୍ଶ ବ୍ୟକ୍ତିତ୍ୱ ଭାବେ ପରିଚିତ ଥିଲେ।

ଶିକ୍ଷା କ୍ଷେତ୍ରରେ ତାଙ୍କର ଅବଦାନ ଅତୁଳନୀୟ। ସେ ନିଜେ ଶିକ୍ଷା ଗ୍ରହଣ କରିଥିବା ଅନୁଷ୍ଠାନ ତତ୍କାଳୀନ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟକୁ ‘ଗୁରୁଦକ୍ଷିଣା’ ସ୍ବରୂପ ୩୦ ଲକ୍ଷ ଟଙ୍କା ଦାନ କରିଥିଲେ, ଯାହା ସହାୟତାରେ ସେଠାରେ ‘ନାରାୟଣୀ ପଣ୍ଡା ଆଇଟି ସ୍କିଲ ସେଣ୍ଟର’ ପ୍ରତିଷ୍ଠା କରାଯାଇଛି। ଏହା ବ୍ୟତୀତ ସେ ଲେଡି ଲୁଇସ ଗାଲର୍‌ସ ହାଇସ୍କୁଲକୁ ୧୫ ଲକ୍ଷ ଟଙ୍କା ଏବଂ ନେତାଜୀ ସୁଭାଷ ଚନ୍ଦ୍ର ବୋଷ କଲେଜକୁ ମଧ୍ୟ ୧୫ ଲକ୍ଷ ଟଙ୍କା ପ୍ରଦାନ କରିଥିଲେ। ଜଣେ ସାଧାରଣ ପେନସନଭୋଗୀ ହୋଇ ମଧ୍ୟ ନିଜ ପରିବାର ପ୍ରତି ଦାୟିତ୍ୱ ସମ୍ପାଦନ ସହ ସମାଜ ପାଇଁ ସର୍ବସ୍ବ ଦାନ କରିବାର ତାଙ୍କର ଏହି ମହାନତା ସବୁଦିନ ପାଇଁ ସ୍ମରଣୀୟ ହୋଇ ରହିବ। ତାଙ୍କ ବିୟୋଗରେ ସମ୍ବଲପୁର ସମେତ ସମଗ୍ର ରାଜ୍ୟରେ ଶୋକର ଛାୟା ଖେଳିଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଅର ମୁଣ୍ଡନ ପୂଜା ପାଇଁ ଯାଉଥିଲେ ଘଟିଲା ଭୟଙ୍କର ଦୁର୍ଘଟଣା: ୫ ଜଣଙ୍କ ଅବସ୍ଥା ଗୁରୁତର

ଦିଗପହଣ୍ଡି,୮|୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ପିଲିକାଢ଼ିଅ ଗ୍ରାମ ନିକଟ କେରାଣ୍ଡି ମାଳ ପାହାଡ଼ ବାଙ୍କେଶ୍ୱରୀ ଘାଟି ରାସ୍ତାରେ ରବିବାର…

ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ବେପରୁଆ ନୀତି : ବିଭାଗକୁ ସିଧା ସଳଖ ଦାୟୀ

ଗଞ୍ଜାମ,୮।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଐତିହାସିକ ଦୋଳ ପୂର୍ଣ୍ଣମୀ ଯାତ୍ରା ସମାପନ ହେବା ପରେ ଆରମ୍ଭ ହୋଇଛି ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରା । ପ୍ରତି ବର୍ଷ ଭଳି…

“ମୁଁ ଚାହୁଁଛି ଫାଇନାଲରେ ଭାରତ ହାରିଯାଉ” ବିସ୍ଫୋରକ ବୟାନ ଦେଲେ…

ନୂଆଦିଲ୍ଲୀ,୮।୩: ଦକ୍ଷିଣ ଆଫ୍ରିକାର କିମ୍ୱଦନ୍ତୀ ଦ୍ରୁତ ବୋଲର ଡେଲ ଷ୍ଟେନ, ଯିଏ ୪୦୦ ରୁ ଅଧିକ ଟେଷ୍ଟ ୱିକେଟ ନେଇଛନ୍ତି, ୨୦୨୬ ଟି-୨୦ ବିଶ୍ୱକପ ଫାଇନାଲ ପୂର୍ୱରୁ…

ଖାତାକୁ ଗଲା ସୁଭଦ୍ରା ଟଙ୍କା, ତୁରନ୍ତ କରିନିଅନ୍ତୁ ଚେକ୍‌

ପୁରୀ,୮ା୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରବିବାର ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା। ପୁରୀ ତାଳବଣିଆ ସଭାସ୍ଥଳରୁ ଟଙ୍କା ପଠାଇଛନ୍ତି ମୁଖ୍ୟମନ୍ତ୍ରୀ…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…

ଫାଇନାଲ ପୂର୍ୱରୁ ICCର ନିଷ୍ପତ୍ତିକୁ ନେଇ ହଇଚଇ; ଭାରତ ଛାଡିବାକୁ ଜିଦ୍‌ ଧରିଲେଣି ଏହି ଖେଳାଳି

ନୂଆଦିଲ୍ଲୀ,୮।୩: ୨୦୨୬ ଟି୨୦ ବିଶ୍ୱକପ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ, ଭାରତରେ…

ବିଳମ୍ବିତ ରାତିରେ  ଘରେ ପଶିଗଲା ଆମ୍ବୁଲାନ୍ସ 

ନୟାଗଡ଼,୮।୩(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ଭାରସାମ୍ୟ ହରାଇ ଏକ ଘରେ ପଶିଗଲା  ଆମ୍ବୁଲାନ୍ସ । ଏଭଳି ଘଟଣା ଘଟିଛି ନୟାଗଡ଼ ଜିଲା ଦଶପଲ୍ଲା ବୁଗୁଡ଼ା ଛକରେ। ଦୁର୍ଘଟଣାରେ…

ଫାଇନାଲ ପୂର୍ବରୁ ଅଚାନକ ରିଟାୟର ଘୋଷଣା କଲେ ଏହି ଖେଳାଳି, କ୍ରିକେଟ ଜଗତରେ ହଇଚଇ!

ନୂଆଦିଲ୍‌ଲୀ,୮।୩: ନ୍ୟୁଜିଲାଣ୍ଡର ଷ୍ଟାର ଫାଷ୍ଟ ବୋଲର ଲିଆ ତାହୁହୁ ODI ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ସେ କିୱି ଦଳର ଜଣେ ସଫଳ ଫାଷ୍ଟ ବୋଲର। ୨୦୨୬ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri