ଛତିଶଗଡ଼ର ୧୭୧ ସ୍କୁଲରେ ସ୍ଥାନ ପାଇବ ଡ.ଓସାମାଙ୍କ ପ୍ରକଳ୍ପ

ରଘୁନାଥପୁର,୧୯ା୧୧(ଡି.ଏନ୍‌.ଏ.): ଛତିଶଗଡ଼ ରାୟପୁରଠାରେ ଜବାହରଲାଲ ନେହେରୁ ଅନ୍ତର୍ଜାତୀୟ ଶିକ୍ଷା ସମ୍ମିଳନୀ (ଭିଜନ ୨୦୩୦) ନଭେମ୍ବର ୧୪ରେ ଅନୁଷ୍ଠିତ ହୋଇଯାଇଛି। ଓଡିଶାରୁ ଏକମାତ୍ର ଶିକ୍ଷକ ଭାବେ ଏହି ସମ୍ମିଳନୀରେ କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଉତ୍ତରକୂଳ ପଞ୍ଚାୟତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ମୁଗୁରିଆରୁ ଡ. ମହମ୍ମଦ ଓସାମା ଯୋଗଦେଇଥିଲେ।
ତାଙ୍କ ଦ୍ୱାରା ପ୍ରସ୍ତୁତ ଇଂଲିଶ୍‌ ଭାଷା ଶିକ୍ଷା ପ୍ରକଳ୍ପକୁ ସମ୍ମିଳନୀରେ ପ୍ରଶଂସା କରାଯିବା ସହ ୧୭୧ ସ୍ବାମୀ ଆତ୍ମାନନ୍ଦ ଇଂଲିଶ୍‌ ମିଡିୟମ ସ୍କୁଲ୍‌ରେ ସ୍ଥାନ ପାଇବ ବୋଲି ଛତିଶଗଡ଼ ସରକାର ଘୋଷଣା କରିଛନ୍ତି। ଏନେଇ ଡ. ଓସାମାଙ୍କଠାରୁ ଅନୁମତି ପତ୍ରରେ ସ୍ବାକ୍ଷର କରାଯାଇଛି। ସମ୍ମିଳନୀକୁ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ ଉଦ୍‌ଘାଟନ କରିଥିଲେ। ଶିକ୍ଷାମନ୍ତ୍ରୀ ପ୍ରେମସାଇ ଟିକାମ ପରିଚାଳନା କରିଥିଲେ। ଏହି ସମ୍ମିଳନୀରେ ଭାରତରୁ ୫୧ ଜଣ ମନୋନୀତ ପ୍ରତିନିଧି ଯୋଗଦେଇବାବେଳେ ବିଶ୍ୱର ବିଭିନ୍ନ ଦେଶର ଜୁରିମାନେ ଭର୍ଚୁଆଲରେ ଏଥିରେ ଅଂଶଗ୍ରହଣ କରିଥିଲେ। ଓସାମାଙ୍କ ଏହି ସଫଳତା ପାଇଁ ପ୍ରଧାନ ଶିକ୍ଷକ ଆଶୁତୋଷ ବାନାର୍ଜୀ, ବିଇଓ ଲକ୍ଷହୀରା ଲାବଣ୍ୟବତୀ ବେହେରା ଓ ଡିଇଓ କୃଷ୍ଣଚନ୍ଦ୍ର ନାୟକ ପ୍ରମୁଖ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାତୁଲୀ ୟୁଥ୍ କ୍ଲବ୍ କ୍ରିକେଟ ଟୁର୍ନାମେଣ୍ଟ: ସେମିଫାଇନାଲରେ ଅଙ୍ଗାରଗାଁର ଦମଦାର ବିଜୟ, ଫାଇନାଲରେ…

ଗଞ୍ଜାମ,୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସନ୍ତୋଷପୁର ପଞ୍ଚାୟତ ଅଧୀନସ୍ଥ ସାତୁଲୀ ୟୁଥ୍ କ୍ଲବ୍ ଆନୁକୂଲ୍ୟରେ ଚାଲିଥିବା କ୍ରିକେଟ ଟୁର୍ନାମେଣ୍ଟର ଶୁକ୍ରବାର ଦିନ ସେମିଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି।…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri