ଡ. ଯଯାତି କେଶରୀ ନାୟକଙ୍କୁ ‘ଆଉଟ୍‌ଷ୍ଟାଣ୍ଡିଂ ରିଭିଓ୍ବର’ ସମ୍ମାନ

ଭୁବନେଶ୍ୱର, ୨।୪ (ବ୍ୟୁରୋ): କୋଲକାତାସ୍ଥିତ ଭାରିଏବ୍‌ଲ ଏନର୍ଜି ସାଇକ୍ଲୋଟ୍ରନ୍‌ ସେଣ୍ଟର (ଭିଇସିସି)ଠାରେ ବୈଜ୍ଞାନିକ ଭାବେ କାର୍ଯ୍ୟରତ ଡ. ଯଯାତି କେଶରୀ ନାୟକଙ୍କୁ ଚଳିତ ବର୍ଷ ‘ଆଉଟ୍‌ଷ୍ଟାଣ୍ଡିଂ ରିଭିଓ୍ବର’ ସମ୍ମାନ ମିଳିଛି। ୟୁକେ ବ୍ରିଷ୍ଟଲସ୍ଥିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଫିଜିକ୍ସ (ଆଇଓପି) ସାଇନ୍ସ ପକ୍ଷରୁ ଡ. ନାୟକଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ଆମେରିକା, ସ୍ପେନ୍‌, ଫ୍ରାନ୍ସ, ଜାପାନ୍‌, ଇଟାଲୀ, ଗ୍ରୀସ୍‌ ଏବଂ ଜର୍ମାନୀ ସମେତ ବିଶ୍ୱସ୍ତରରେ ୧୦ଜଣଙ୍କୁ ମନୋନୀତ କରାଯାଇଥିବାବେଳେ ଭାରତରୁ ଡ. ନାୟକ ଏହି ଅନ୍ତର୍ଜାତୀୟ ସମ୍ମାନ ପାଇବାର ଗୌରବଲାଭ କରିଛନ୍ତି। ନ୍ୟୁକ୍ଲିୟର ଆଣ୍ଡ୍‌ ପାର୍ଟିକିଲ୍‌ ଫିଜିକ୍ସ ଉପରେ ପ୍ରକାଶ ପାଉଥିବା ଗବେଷଣାତ୍ମକ ପତ୍ରିକା ‘ଜର୍ନାଲ ଅଫ୍‌ ଫିଜିକ୍ସ୍‌ ଜି’ରେ ସମୀକ୍ଷା କ୍ଷେତ୍ରରେ ଡ. ନାୟକଙ୍କ ଶ୍ରେଷ୍ଠ ଅବଦାନ ପାଇଁ ତାଙ୍କୁ ଏହି ସମ୍ମାନରେ ସମ୍ମାନିତ କରାଯାଇଛି।
କେନ୍ଦୁଝର ଜିଲା ଶାଳଣିଆ ପଞ୍ଚାୟତର ମନୋହରପୁର ନିବାସୀ ଗଣେଶ୍ୱର ନାୟକ ଓ ନିରୁପମା ନାୟକଙ୍କ ଜ୍ୟେଷ୍ଠପୁତ୍ର ହେଉଛନ୍ତି ଡ. ନାୟକ। ଡଅଁର ଉଚ୍ଚବିଦ୍ୟାଳୟରୁ ମାଟ୍ରିକ୍‌ ପାସ୍‌ କରିବା ପରେ ଭଦ୍ରକ ମହାବିଦ୍ୟାଳୟରେ ସ୍ନାତକ ଏବଂ ରେଭେନ୍‌ଶା ମହାବିଦ୍ୟାଳୟରୁ ସ୍ନାତକୋତ୍ତର ଉତ୍ତୀର୍ଣ୍ଣ ହୋଇଥିଲେ। ଏହାପରେ ଭାଭା ପାରମାଣବିକ ଗବେଷଣା କେନ୍ଦ୍ରରେ ବୈଜ୍ଞାନିକ ଭାବେ ଗବେଷଣା ଜୀବନ ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri