ଭେଷଜ ବିଶେଷଜ୍ଞ ଡାକ୍ତର ପି.ସି ଦାସଙ୍କ ପରଲୋକ

କେନ୍ଦୁଝର,୧୮।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ପ୍ରତିଷ୍ଠିତ ଭେଷଜ ବିଶେଷଜ୍ଞ ଡାକ୍ତର ପି.ସି ଦାସଙ୍କ ଶନିବାର ପରଲୋକ ହୋଇଯାଇଛି। ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା। ତାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।

ଡାକ୍ତର ଦାସ ଦୀର୍ଘ ଦିନ ହେଲା ଅସୁସ୍ଥ ହୋଇ ଭୁବନେଶ୍ବର ସ୍ଥିତ ଏକ ଘରୋଇ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ତାଙ୍କ ସାନ ପୁଅ ବରଦା ପ୍ରସନ୍ନ ଦାସ ସୂଚନା ଦେଇଛନ୍ତି। ବରଦା କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ଅଛନ୍ତି।

ଡାକ୍ତର ଦାସ କେନ୍ଦୁଝରରେ ରହି ଶେଷ ପର୍ଯ୍ୟନ୍ତ ରୋଗୀ ସେବା ଯୋଗାଇ ଆସୁଥିଲେ । ସେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ତାଙ୍କର କର୍ମମୟ ଜୀବନ ଆରମ୍ଭ କରି ବାରିପଦା ଓ ପରେ ଜଗତସିଂହପୁର ଜିଲାରେ ସିଡିଏମ୍‌ଓ ଭାବେ କର୍ମମୟ ଜୀବନରୁ ଅବସର ପରେ ମଧ୍ୟ ଲୋକଙ୍କୁ ଚିକିତ୍ସା ସେବା ଦେଇ ଆସୁଥିଲେ । ଡାକ୍ତର ଦାସ ପେଶାରେ ଜଣେ ଡାକ୍ତର ଥିଲେ ହେଁ ସେ ରୋଟାରୀ କ୍ଲବ, ମା’ ତାରିଣୀ ୱାକର୍ସ କ୍ଲବ ଭଳି ବିଭିନ୍ନ ସାମାଜିକ ଅନୁଷ୍ଠାନ ସହ ସକ୍ରୀୟ ଭାବେ ଜଡିତ ରହି ମାଗଣାରେ ଚିକିତ୍ସା ସହାୟତା ସହ ଔଷଧ ବଣ୍ଟନ, ଚାରାରୋପଣ, ସାସ୍ଥ୍ୟ ସଚେତନତା ଭଳି ବିଭିନ୍ନ କାର୍ଯ୍ୟରେ ନିଜକୁ ନିୟୋଜିତ କରି ଆସୁଥିଲେ । ବିଶେଷକରି ସେ କେନ୍ଦୁଝର ଓ ମୟୂରଭଞ୍ଜ ଜିଲା ସମେତ ପଡ଼ୋଶୀ ଝାଡ଼ଖଣ୍ଡ ରାଜ୍ୟର ବହୁ ଦୁରାରୋଗ୍ୟ ପକ୍ଷାଘାତ ପୀଡିତଙ୍କୁ ସଫଳ ଚିକିତ୍ସା କରି ନିଜ ସ୍ବତନ୍ତ୍ର ଖ୍ୟାତି ଅର୍ଜନ କରିଥିଲେ। ମୃତ୍ୟୁ ଶଯ୍ୟା ନିକଟରେ ପୁଅ, ବୋହୂ, ଝିଅ, ଜ୍ବାଇଁ, ନାତି ନାତୁଣୀ ଓ ଆତ୍ମୀୟସ୍ବଜନ ଉପସ୍ଥିତ ଥିବାବେଳେ ରବିବାର ମରଶରୀର କେନ୍ଦୁଝର ଆସିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri