ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମର୍ଦ୍ଧନା ପ୍ରଦାନ କରାଯାଇଛି । ଅନ୍ତଃ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ତଥା ରାଷ୍ଟ୍ରୀୟ ବଜରଙ୍ଗ ଦଳ ଗଞ୍ଜାମ ଶାଖା ପକ୍ଷରୁ ଆୟୋଜିତ ବାଇକ ଶୋଭାଯାତ୍ରାର ପ୍ରାରମ୍ଭରେ ଡ଼ଃ ତୋଗାଡିଆଙ୍କୁ ଦାମୋଦରପୁର ଗ୍ରାମ ନିକଟସ୍ଥ ଜାତୀୟ ରାଜପଥ ନିକଟରେ ଶତାଧିକ ଯୁବକ ସୱାଗତ କରିଥିଲେ । ପରେ ବିଶାଳ ଏକ ବାଇକ ଶୋଭାଯାତ୍ରାରେ ଜୟ ଶ୍ରୀରାମ ନାରା ଦେଇ ସହର ପରିକ୍ରମା କରିଥିଲେ । ପରେ ଗଞ୍ଜାମ ସହର ସ୍ଥିତ ଭାରତୀ ବିଦ୍ୟାପୀଠ ମିନି ଷ୍ଟାଡିୟମ ସଭାସ୍ଥଳକୁ ପାଛୋଟି ନିଆଯାଇଥିଲା । କାର୍ଯ୍ୟକର୍ତା ସମ୍ମିଳନୀରେ ଡ଼ଃ ତୋଗାଡିଆ ଉଦବୋଧନ ଦେଇ ରାମ ମନ୍ଦିର ନିର୍ମାଣ କରିଥିବା ସମସ୍ତ ନେତୃବୃନ୍ଦଙ୍କୁ ଧନ୍ୟବାଦ ଅର୍ପଣ କରିବା ସହ ଭାରତରେ ଲକ୍ଷ ଲକ୍ଷ ବାଂଲାଦେଶୀଙ୍କୁ ସୁରକ୍ଷା ପ୍ରଦାନ କରାଯାଉଥିବା ବେଳେ ବଙ୍ଗଳା ଦେଶରେ ହିନ୍ଦୁ ମାନଙ୍କୁ ହତ୍ୟା କରାଯାଉଥିବା ନେଇ କ୍ଷୋଭ ପ୍ରକାଶ କରିଥିଲେ ।

ଗୋ’ ହତ୍ୟା ବନ୍ଦ କରିବା, ଭାରତକୁ ହିନ୍ଦୁ ରାଷ୍ଟ୍ରରେ ପରିଣତ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ । ଏହି ସମାବେଶରେ ରାଷ୍ଟ୍ରୀୟ ବଜରଙ୍ଗ ଦଳ ଓଡିଶା ପ୍ରଦେଶ ଅଧ୍ୟକ୍ଷ ବିଶ୍ୱାନାଥ ପାତ୍ର (ଜିତୁ ଭାଇ), ଅନ୍ତରାଷ୍ଟ୍ରୀୟ ହିନ୍ଦୁ ପରିଷଦ କେନ୍ଦ୍ରୀୟ ସାଧାରଣ ସମ୍ପାଦକ ମନୋଜ କୁମାର ସାହୁ,ଅନ୍ତରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଭାପତି ଓଡିଶା ପୂର୍ବ ଦୀପକ କୁମାର ମହନ୍ତ, ଆନ୍ତରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଗଞ୍ଜାମ ଜିଲା ସଭାପତି ପୀତବାସ ସାହୁ ରାଷ୍ଟ୍ରୀୟ ବଜରଙ୍ଗ ଦଳ ଜିଲ୍ଲା ସଭାପତି ସନ୍ତୋଷ କୁମାର ଖଟେଇ, ବଦ୍ରୀନାଥ ପଟନାୟକ, ବିଶ୍ୱନାଥ ପାତ୍ର, ସନ୍ତୋଷ ଖଟେଇ, ଦିନେଶ ଦାସ, ମନୋଜ ସାହୁ ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ ।

ଯୁବ ବ୍ୟକ୍ତିତ୍ୱ ସୁଧିର କୁମାର ପାଢ଼ୀ,ଯୁବ ସ୍ବେଚ୍ଛାସେବୀ ରାକେଶ ରଞ୍ଜନ ଦାସ ଗୋ’ ରକ୍ଷକ ଗଙ୍ଗା ରାଉଳ, ସଂଯୋଜକ ପ୍ରଭାତ ସାହୁ, ସହ ସଂଯୋଜକ କେ. ଏଲେୟା ରେଡି, ନିଲୁ ତରେଇ କାଳିଆ ଗୌଡ଼, ମିଳିତ କେନ୍ଦ୍ର ପ୍ରମୁଖ ଜିତୁ ବାରିକି, ମନୋଜ ପ୍ରଧାନ, ସଭାପତି କୃଷ୍ଣ ପରିଡା, ସମ୍ପାଦକ ଶ୍ୱେତ ପ୍ରଧାନଅଙ୍ଗଦ, ସୀତାରାମ ପ୍ରମୁଖ ଉପସ୍ଥିତ ଥିଲେ । ଡ଼ଃ ତୋଗଡ଼ିଆଙ୍କ ଏହି ଗ୍ରସ୍ତ ପାଇଁ ଗଞ୍ଜାମ ଥାନା ଆଇଆଇସି ସୁମିତ୍ରା ପାତ୍ରଙ୍କ ନେତୃତ୍ୱରେ ବ୍ୟlପକ ପୋଲିସ ବନ୍ଦୋବସ୍ତ କରାଯାଇଥିବା ଦେଖିବାକୁ ମିଳିଥିଲା ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri