ଯାଜପୁରରୁ ଭାଜପା ଲୋକ ସଭା ପ୍ରାର୍ଥୀ ରବୀନ୍ଦ୍ର ନାରାୟଣ ବେହେରା

ଭୁବନେଶ୍ୱର,୩୦ା୩: ଓଡ଼ିଶା ପାଇଁ ବାକି ଥିବା ୩ ଲୋକସଭା ପ୍ରାର୍ଥୀ ଘୋଷଣା କରିଛି ଭାରତୀୟ ଜନତା ପାର୍ଟି(ଭାଜପା)। ଯାଜପୁରରୁ ଡ. ରବୀନ୍ଦ୍ର ନାରାୟଣ ବେହେରାଙ୍କୁ ପ୍ରାର୍ଥୀ କରିଛି ଦଳ। ସେ ବର୍ତମାନ ରାଜ୍ୟ ଭାଜପାରେ କାର୍ଯ୍ୟକାରିଣୀର ସଦସ୍ୟ ଅଛନ୍ତି। ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଯାଜପୁର ଗସ୍ତ ସମୟରେ ବେହେରାଙ୍କୁ ମଞ୍ଚରେ ଦେଖିବାକୁ ମିଳିଥିଲା।

ଯାଜପୁର ପାଇଁ ବିଜୁ ଜନତା ଦଳ ପକ୍ଷରୁ ବର୍ତମାନର ଏମପି ଶର୍ମିଷ୍ଠା ସେଠୀଙ୍କୁ ପୁଣିଥରେ ପ୍ରାର୍ଥୀ କରାଯାଇଛି। ୨୦୧୯ରେ ଭାଜପା ଅମୀୟ କାନ୍ତ ମଲିକଙ୍କୁ ପ୍ରାର୍ଥୀ କରିଥିଲା। ବିଜେଡି ପ୍ରାଥୀନି ଶର୍ମିଷ୍ଠା ସେଠୀ ଭାଜପା ପ୍ରାର୍ଥୀ ଅମୀୟଙ୍କୁ ୧,୦୧,୬୯୩ ଭୋଟ ବ୍ୟବଧାନରେ ପରାସ୍ତ କରିଥିଲେ।

ଶନିବାର ଯାଜପୁର ବ୍ୟତୀତ ଭାଜପା କଟକ ପାଇଁ ଭର୍ତ୍ତୃହରି ମହତାବଙ୍କୁ ଦଳ ପ୍ରାର୍ଥୀ କରିଥିବା ବେଳେ କନ୍ଧମାଳରୁ ସୁକାନ୍ତ କୁମାର ପାଣିଗ୍ରାହୀଙ୍କୁ ଦଳ ପ୍ରାର୍ଥୀ କରିଛି। ଏହା ପୂର୍ବରୁ ଦଳ ପୂର୍ବରୁ ଘୋଷଣା ହୋଇଥିବା ତାଲିକାରେ ସମ୍ବଲପୁରରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ୱରରୁ ଅପରାଜିତା ଷଡ଼ଙ୍ଗୀ, ପୁରୀରୁ ସମ୍ବିତ ପାତ୍ର,କେନ୍ଦ୍ରାପଡ଼ାରୁ ବୈଜୟନ୍ତ ପଣ୍ଡା, ବାଲେଶ୍ୱରରୁ ପ୍ରତାପ ଷଡ଼ଙ୍ଗୀ, ବ୍ରହ୍ମପୁରରୁ ପ୍ରଦୀପ ପାଣିଗ୍ରାହୀ, ସୁନ୍ଦରଗଡ଼ରୁ ଜୁଏଲ ଓରାମ, ବରଗଡ଼ରୁ ପ୍ରଦୀପ ପୁରୋହିତ, କେନ୍ଦୁଝରରୁ ଅନନ୍ତ ନାୟକ, ଢେଙ୍କାନାଳରୁ ରୁଦ୍ର ନାରାୟଣ ପାଣି, ମୟୂରଭଞ୍ଜରୁ ନବ ଚରଣ ମାଝି, ଭଦ୍ରକରୁ ଅଭିମନ୍ୟୁ ସେଠୀ, ଜଗତସିଂହପୁରରୁ ବିଭୁପ୍ରସାଦ ତରାଇ, ଆସ୍କାରୁ ଅନୀତା ଶୁଭଦର୍ଶିନୀ, କଳାହାଣ୍ଡିରୁ ମାଳବିକା କେଶରୀ ଦେଓ, ବଲାଙ୍ଗୀରରୁ ସଙ୍ଗୀତା କୁମାରୀ ସିଂ ଦେଓ, ନବରଙ୍ଗପୁରରୁ ବଳଭଦ୍ର ମାଝି, କୋରାପୁଟରୁ କାଳିରାମ ମାଝୀ ପ୍ରାର୍ଥୀ କରିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri