ଯାଜପୁରରୁ ଭାଜପା ଲୋକ ସଭା ପ୍ରାର୍ଥୀ ରବୀନ୍ଦ୍ର ନାରାୟଣ ବେହେରା

ଭୁବନେଶ୍ୱର,୩୦ା୩: ଓଡ଼ିଶା ପାଇଁ ବାକି ଥିବା ୩ ଲୋକସଭା ପ୍ରାର୍ଥୀ ଘୋଷଣା କରିଛି ଭାରତୀୟ ଜନତା ପାର୍ଟି(ଭାଜପା)। ଯାଜପୁରରୁ ଡ. ରବୀନ୍ଦ୍ର ନାରାୟଣ ବେହେରାଙ୍କୁ ପ୍ରାର୍ଥୀ କରିଛି ଦଳ। ସେ ବର୍ତମାନ ରାଜ୍ୟ ଭାଜପାରେ କାର୍ଯ୍ୟକାରିଣୀର ସଦସ୍ୟ ଅଛନ୍ତି। ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଯାଜପୁର ଗସ୍ତ ସମୟରେ ବେହେରାଙ୍କୁ ମଞ୍ଚରେ ଦେଖିବାକୁ ମିଳିଥିଲା।

ଯାଜପୁର ପାଇଁ ବିଜୁ ଜନତା ଦଳ ପକ୍ଷରୁ ବର୍ତମାନର ଏମପି ଶର୍ମିଷ୍ଠା ସେଠୀଙ୍କୁ ପୁଣିଥରେ ପ୍ରାର୍ଥୀ କରାଯାଇଛି। ୨୦୧୯ରେ ଭାଜପା ଅମୀୟ କାନ୍ତ ମଲିକଙ୍କୁ ପ୍ରାର୍ଥୀ କରିଥିଲା। ବିଜେଡି ପ୍ରାଥୀନି ଶର୍ମିଷ୍ଠା ସେଠୀ ଭାଜପା ପ୍ରାର୍ଥୀ ଅମୀୟଙ୍କୁ ୧,୦୧,୬୯୩ ଭୋଟ ବ୍ୟବଧାନରେ ପରାସ୍ତ କରିଥିଲେ।

ଶନିବାର ଯାଜପୁର ବ୍ୟତୀତ ଭାଜପା କଟକ ପାଇଁ ଭର୍ତ୍ତୃହରି ମହତାବଙ୍କୁ ଦଳ ପ୍ରାର୍ଥୀ କରିଥିବା ବେଳେ କନ୍ଧମାଳରୁ ସୁକାନ୍ତ କୁମାର ପାଣିଗ୍ରାହୀଙ୍କୁ ଦଳ ପ୍ରାର୍ଥୀ କରିଛି। ଏହା ପୂର୍ବରୁ ଦଳ ପୂର୍ବରୁ ଘୋଷଣା ହୋଇଥିବା ତାଲିକାରେ ସମ୍ବଲପୁରରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ୱରରୁ ଅପରାଜିତା ଷଡ଼ଙ୍ଗୀ, ପୁରୀରୁ ସମ୍ବିତ ପାତ୍ର,କେନ୍ଦ୍ରାପଡ଼ାରୁ ବୈଜୟନ୍ତ ପଣ୍ଡା, ବାଲେଶ୍ୱରରୁ ପ୍ରତାପ ଷଡ଼ଙ୍ଗୀ, ବ୍ରହ୍ମପୁରରୁ ପ୍ରଦୀପ ପାଣିଗ୍ରାହୀ, ସୁନ୍ଦରଗଡ଼ରୁ ଜୁଏଲ ଓରାମ, ବରଗଡ଼ରୁ ପ୍ରଦୀପ ପୁରୋହିତ, କେନ୍ଦୁଝରରୁ ଅନନ୍ତ ନାୟକ, ଢେଙ୍କାନାଳରୁ ରୁଦ୍ର ନାରାୟଣ ପାଣି, ମୟୂରଭଞ୍ଜରୁ ନବ ଚରଣ ମାଝି, ଭଦ୍ରକରୁ ଅଭିମନ୍ୟୁ ସେଠୀ, ଜଗତସିଂହପୁରରୁ ବିଭୁପ୍ରସାଦ ତରାଇ, ଆସ୍କାରୁ ଅନୀତା ଶୁଭଦର୍ଶିନୀ, କଳାହାଣ୍ଡିରୁ ମାଳବିକା କେଶରୀ ଦେଓ, ବଲାଙ୍ଗୀରରୁ ସଙ୍ଗୀତା କୁମାରୀ ସିଂ ଦେଓ, ନବରଙ୍ଗପୁରରୁ ବଳଭଦ୍ର ମାଝି, କୋରାପୁଟରୁ କାଳିରାମ ମାଝୀ ପ୍ରାର୍ଥୀ କରିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ନବରାତ୍ରୀରେ ଚମକିବ ୩ ରାଶିଙ୍କ ଭାଗ୍ୟ, ମା’ଦୁର୍ଗାଙ୍କ କୃପାରୁ ଧନଲାଭ ଯୋଗ; ଚାକିରିରେ ବଡ଼ ପଦୋନ୍ନତି

ଚଳିତ ବର୍ଷ ଶାରଦୀୟ ନବରାତ୍ରୀ ଅକ୍ଟୋବର ୧୧, ୨୦୨୬ରୁ ଆରମ୍ଭ ହେବ। ଏଥର ମା’ ଦୁର୍ଗା ହାତୀ ଉପରେ ସବାର ହୋଇ ଆସୁଛନ୍ତି। ଜ୍ୟୋତିଷୀୟ ବିଶ୍ୱାସ ଅନୁଯାୟୀ,…

ମୁଖ୍ୟମନ୍ତ୍ରୀ ବିଜୟ ‘ମାମା’ଙ୍କ ସୁନା ମୁଦି କିପରି ନବଜାତ ଶିଶୁଙ୍କ ପାଇଁ କେମିତି ହୋଇପାରେ କ୍ଷତିକାରକ: ଅଭିଭାବକମାନେ ମାନନ୍ତୁ…

ଚେନ୍ନାଇ,୨୯।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ଆରମ୍ଭ କରିଛନ୍ତି। ସେପ୍ଟେମ୍ବର ୨୮ରେ, ସେ ରାଜ୍ୟର ନବଜାତ…

ଏସବୁ ରାଜ୍ୟରେ ବଢିଲା DA! ଅକ୍ଟୋବରରେ ବଢିକି ଆସିବ ଦରମା! ପେନସନଭୋଗୀଙ୍କୁ ବି ଦଶହରା ଭେଟି ଦେଲେ ସରକାର

ନୂଆଦିଲ୍ଲୀ,୨୯।୯: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ଘରେ କୌଣସି ବୟସ୍କ ପେନସନଭୋଗୀ ଅଛନ୍ତି, ତେବେ ଏହି ଖବର ଆପଣଙ୍କ ମୁହଁରେ ଏକ ବଡ଼ ହସ…

୩ ଦିନ ଧରି ଚାଲିଥିବା ଅଙ୍ଗନ କି ଉତ୍ସବ ଉଦଯାପିତ, ଶିଶୁ ତଥା ଅଭିଭାବକଙ୍କୁ ନେଇ ସରିଲା କାର୍ଯ୍ୟକ୍ରମ

ଦାରିଙ୍ଗବାଡି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସମନ୍ବିତ ଶିଶୁ ଓ ମହିଳା ବିକାଶ କାର୍ଯ୍ୟାଳୟର ସିଡିପିଓ ସାଂରାଣୀ ପଣ୍ଡାଙ୍କ ତତ୍ୱାବଧାନରେ, ଉଭୟ କେନ୍ଦ୍ର…

ରହସ୍ୟମୟ ମନ୍ଦିର: ଯେଉଁଠାରେ ନିଜ ପିଣ୍ଡଦାନ ନିଜେ କରଥାନ୍ତି ଲୋକ!

ଦେଶରେ ଏପରି ଏକ ମନ୍ଦିର ରହିଛି, ଯେଉଁଠାରେ ଜୀବିତ ଲୋକମାନେ ନିଜର ପିଣ୍ଡଦାନ ନିଜେ କରନ୍ତି। ଏହି ମନ୍ଦିରଟି ସମ୍ପୂର୍ଣ୍ଣ ନିଆରା ଏବଂ ଅନନ୍ୟ। ସାଧାରଣତଃ ମୃତ…

ଭାଙ୍ଗିଗଲା ସମସ୍ତ ରେକର୍ଡ; ରାଙ୍କିଙ୍ଗରେ ନୂଆ ଇତିହାସ ରଚିଲେ ଭାରତୀୟ ବୋଲର

ନୂଆଦିଲ୍ଲୀ,୨୯।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର୍‌ ସ୍ପିନର୍‌ ଶ୍ରୀ ଚରଣୀ ଇତିହାସ ସୃଷ୍ଟି କରିଛନ୍ତି। ମଙ୍ଗଳବାର (ସେପ୍ଟେମ୍ବର ୨୯) ପ୍ରକାଶିତ ସର୍ବଶେଷ ଟି-୨୦ ମାନ୍ୟତାରେ, ସେ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?