Posted inଜାତୀୟ

ସଂଘର୍ଷ ମଧ୍ୟରେ ୟୁକ୍ରେନରୁ ୨୨୫୦୦ରୁ ଊର୍ଦ୍ଧ୍ୱ ଛାତ୍ର ସ୍ବଦେଶ ଫେରିଛନ୍ତି

ନୂଆଦିଲ୍ଲୀ,୧୫।୩: ଲଗାତର ୨୦ ଦିନ ହେଲାଣି ୟୁକ୍ରେନ ଓ ରୁଷିଆ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଇତିମଧ୍ୟରେ ୟୁକ୍ରେନରୁ ଭାରତୀୟଙ୍କ ପ୍ରତ୍ୟାବର୍ତ୍ତନ ସମ୍ପର୍କରେ ବର୍ହିବ୍ୟାପାର ମନ୍ତ୍ରୀ ଏସ୍‌ ଜୟଶଙ୍କର ରାଜ୍ୟ ସଭାରେ ଏକ ବିବୃତ୍ତି ରଖିଛନ୍ତି। କଠିନ ପରିସ୍ଥିତିରେ ମଧ୍ୟ ୨୨୫୦୦ରୁ ଊର୍ଦ୍ଧ୍ୱ ଛାତ୍ରଙ୍କୁ ୟୁକ୍ରେନରୁ ଭାରତକୁ ଫେରାଇ ଅଣାଯାଇଛି ବୋଲି ଏସ୍‌ ଜୟଶଙ୍କର କହିଛନ୍ତି। ଲଗାତର ଭାବେ ଅନ୍ତର୍ଜାତୀୟ ସ୍ତରରେ ଆଲୋଚନା କରୁଥିଲୁ କିନ୍ତୁ ଆମ ସମ୍ମୁଖରେ ଏକ ଆହ୍ବାନ ଥିଲା ଯେ, ନାଗରିକମାନଙ୍କୁ କିପରି ସମ୍ପୂର୍ଣ୍ଣ ସୁରକ୍ଷିତ ସେଠାରୁ ବାହାର କରାଯିବ। ଏହାକୁ ଧ୍ୟାନରେ ରଖି ଭାରତ ସରକାର ‘ଅପରେଶନ ଗଙ୍ଗା’ ଅଭିଯାନ ଆରମ୍ଭ କରିଥିଲେ। କଠିନ ପରିସ୍ଥିତିରେ ବି ଲକ୍ଷ୍ୟସ୍ଥଳରେ ପହଞ୍ଚିବା ଏହା ଏକ ପ୍ରମୁଖ ଅପରେଶନ ରହିଥିଲା ବୋଲି ଜୟଶଙ୍କର କହିଛନ୍ତି। ଫେବୃଆରୀ ୧୫, ୨୦ ଓ ୨୨ରେ ଭାରତୀୟ ଛାତ୍ର ଏବଂ ନାଗରିକମାନଙ୍କୁ ୟୁକ୍ରେନ ଛାଡ଼ିବାକୁ ଭାରତୀୟ ଦୂତାବାସ ପକ୍ଷରୁ କୁହାଯାଇଥିଲା। ଲଗାତର ଆଡଭାଇଜରୀ ଜାରି ହେବା ସତ୍ତ୍ୱେ ପାଠପଢ଼ା ବନ୍ଦ ହୋଇଯିବା ଭୟରେ ବହୁ ସଂଖ୍ୟକ ଛାତ୍ର ସେଠାରୁ ଫସି ରହିଥିଲେ। ଯେତେବେଳେ ପରିସ୍ଥିତି ଅଧିକ ଖରାପ ହେଲା, ୧୮ହଜାରରୁ ଅଧିକ ଭାରତୀୟ ଛାତ୍ର ସେଠାରେ ଫସି ରହିଥିଲେ। ଏହାକୁ ଦୃଷ୍ଟିରେ ରଖି ଭାରତ ସମେତ ୟୁକ୍ରେନ ଦୂତାବାସରେ ଏକ କଲ୍‌ ସେଣ୍ଟର ପ୍ରତିଷ୍ଠା କରାଯାଇଥିଲା। ଅନ୍ୟପଟେ ଯୁଦ୍ଧ ସଙ୍କଟ ଯୋଗୁ ଏୟାର ସ୍ପେସ୍‌ ମଧ୍ୟ ବନ୍ଦ ହୋଇଯିବାରୁ ପଡୋଶୀ ଦେଶର ସହାୟତାରେ ସେମାନଙ୍କୁ ଉଦ୍ଧାର କରିବାକୁ ଚିନ୍ତା କରାଯାଇଥିଲା। ଏହି ଅପରେଶନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲଗାତର ଭାବେ ସମୀକ୍ଷା ବୈଠକ କରିବା ସହ ଏହାର ତଦାରଖ କରୁଥିଲେ ବୋଲି ଜୟଶଙ୍କର କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

କଂଗ୍ରେସ ଶାସନ ସମୟରେ କାହିଁକି ପାକିସ୍ତାନ ଆକ୍ରମଣର ଜବାବ ଦିଆଯାଇ ନ ଥିଲା, କାରଣ କହିଲେ ଶାହା

ନୂଆଦିଲ୍ଲୀ,୨୩।୪: ଲୋକ ସଭା ନିର୍ବାଚନ -୨୦୨୪ର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଅଭିଯାନ ଜୋରସୋରରେ ଚାଲିଛି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ମହାରାଷ୍ଟ୍ରର ଆକୋଲା ଠାରେ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ସରିଲା ନିର୍ବାଚନ ପ୍ରଚାର, ଶୁକ୍ରବାର ପଡିବ ଭୋଟ୍‌

ନୂଆଦିଲ୍ଲୀ,୨୩।୪: ଆରମ୍ଭ ହୋଇଯାଇଛି ଦେଶର ସବୁଡାରୁ ମଡ଼ ମହାପର୍ବ ନିର୍ବାଚନ ୨୦୨୪। ତେବେ ଆଜି ୨ୟ ପର୍ଯ୍ୟାୟ ମତଦାନ ପାଇଁ ସରିଛି ପ୍ରଚାର । ଶେଷ...

ଟିକେଟ ବିକୁଛନ୍ତି ତେଜସ୍ବୀ ଯାଦବ: କଂଗ୍ରେସ ନେତା

ବାଲ୍ମିକିନଗର,୨୩।୪: ବିହାରର ବାଲ୍ମିକିନଗରରେ ଥିବା ଗ୍ରାଣ୍ଡ ଆଲାଇନ୍ସରେ ବିଦ୍ରୋହର ସ୍ବର ବୃଦ୍ଧି ପାଇବାରେ ଲାଗିଛି। ତେଜସ୍ବୀ ଯାଦବଙ୍କୁ ପୁଞ୍ଜିପତିମାନଙ୍କୁ ଟିକେଟ ବିକ୍ରି କରୁଥିବା ଅଭିଯୋଗ କରି...

ସବୁଠାରୁ ଧନୀ ପ୍ରାର୍ଥୀ

ନୂଆଦିଲ୍ଲୀ,୨୩।୪: ତେଲୁଗୁ ଦେଶମ ପାର୍ଟିର ଡାକ୍ତର ଚନ୍ଦ୍ର ଶେଖର ପେମାସାନୀ ଗୁଣ୍ଟୁର ଲୋକ ସଭା ଆସନରୁ ଆଜି ପର୍ଯ୍ୟନ୍ତ ଦାଖଲ କରାଯାଇଥିବା ପ୍ରାର୍ଥୀଙ୍କ ମଧ୍ୟରେ ସବୁଠାରୁ...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ପରିବାରକୁ ଶେଷ କରିବାକୁ ସୁପାରି ଦେଇଥିଲେ ପୁଅ, ହେଲେ ଭୁଲରେ ଅତିଥିଙ୍କୁ ମାରିଲେ କିଲର, ଜାଣନ୍ତୁ ମର୍ଡର ମିଷ୍ଟ୍ରି

ବେଙ୍ଗାଲୁରୁ,୨୩।୪: କର୍ନାଟକର ଜଣେ କାଳିଯୁଗ ପୁଅର ହୃଦୟ ବିଦାରକ କାର୍ଯ୍ୟ ସାମ୍ନାକୁ ଆସିଛି। ତାଙ୍କ ମାତାପିତା ଏବଂ ସାବତ ଭାଇଙ୍କ ହତ୍ୟା ପାଇଁ ସେ ୬୫...

ମୁର୍ଖ ନ ଥିଲେ ନେହେରୁ-ଇନ୍ଦିରା, କାହିଁକି ଏମିତି କହିଲେ ଶାନ୍ତିଶ୍ରୀ ପଣ୍ଡିତ

ନୂଆଦିଲ୍ଲୀ,୨୩।୪: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) କୁଳପତି ପ୍ରଫେସର ଶାନ୍ତିଶ୍ରୀ ପଣ୍ଡିତ କହିଛନ୍ତି ଯେ ଧର୍ମ, ଭାଷା ଏବଂ ‘ଡ୍ରେସ କୋଡ’ରେ ସମାନତା ଦେଶରେ କାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri