ଭୁବନେଶ୍ୱର,୫ା୩: ରାଜ୍ୟ ସଭା ପାଇଁ ଗୁରୁବାର ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର। ବିଜେଡି ପ୍ରାର୍ଥୀ ଭାବେ ସଂତୃପ୍ତ ଆଜି ତାଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେ ୩ ସେଟ୍ର ନାମାଙ୍କନ ଦାଖଲ କରିଛନ୍ତି।

ନାମାଙ୍କନ ଭରିବା ସମୟରେ ବିଜେଡି ଏବଂ କଂଗ୍ରେସର ସଦସ୍ୟମାନେ ଉପସ୍ଥିତ ଥିବା ଦେଖିବାକୁ ମିଳିଛି। ଏମାନଙ୍କ ମଧ୍ୟରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏବଂ ପିସିସି ସଭାପତି ଭକ୍ତ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି। ଏଥିସହିତ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ଓ ଅନ୍ୟ ସଦସ୍ୟମାନେ ଉପସ୍ଥିତ ରହିଥିବା ଦେଖିବାକୁ ମିଳିଛି।


