ଡ.ସତ୍ୟବ୍ରତ ସିବିଏସ୍‌ଇ ଦିଲ୍ଲୀ ଗଭର୍ନିଂ ବଡିର ସଦସ୍ୟ ମନୋନୀତ

ଭୁବନେଶ୍ୱର, ୧୮।୮: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭୁବନେଶ୍ୱରର ପଟିଆ ନିକଟସ୍ଥ ‘ଓଡିଏମ୍‌’ ସମୂହର ଅଧ୍ୟକ୍ଷ ଡ. ସତ୍ୟବ୍ରତ ମୀନକେତନ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରି ଏଜୁକେଶନ ବା ସିବିଏସ୍‌ଇ)ର ଦିଲ୍ଲୀ ଗଭର୍ନିଂ ବଡି ସଦସ୍ୟଭାବେ ମନୋନୀତ ହୋଇଛନ୍ତି। ଉଲ୍ଲେଖଯୋଗ୍ୟ, ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଏ ନେଇ ବିସ୍ତୃତ ସୂଚନା ପ୍ରଦାନ ସହ ବିଜ୍ଞପ୍ତି ଜରିଆରେ ଡ.ସତ୍ୟବ୍ରତ ସିବିଏସ୍‌ଇ ଦିଲ୍ଲୀ ଗଭର୍ନିଂ ବଡିର ସଦସ୍ୟଭାବେ ମନୋନୀତ ହୋଇଛନ୍ତି ବୋଲି ସିବିଏସ୍‌ଇ ପକ୍ଷରୁ ଓଡିଏମ୍‌ ସମୂହକୁ ସୂଚନା ଦିଆଯାଇଛି।
ଭାରତବର୍ଷର ୪ଜଣ ବିଶିଷ୍ଟ ଶିକ୍ଷାବିତ୍‌ମାନଙ୍କ ମଧ୍ୟରେ ତାଙ୍କର ଏହି ସର୍ବୋଚ୍ଚ ସମିତିକୁ ମନୋନୟନ ହେବା ସମଗ୍ର ଓଡ଼ିଶା ପାଇଁ ଏକ ବୃହତ୍ତର ଗର୍ବ ଓ ଗୌରବର ବିଷୟ ବୋଲି ଓଡିଏମ୍‌ ସମୂହ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି।
ସିବିଏସ୍‌ଇର ବରିଷ୍ଠ ଅଧିକାରୀ ଚିଠି ଦ୍ୱାରା ଭାରତ ସରକାରଙ୍କର ଏହି ମନୋନୟନର ନିର୍ଣ୍ଣୟକୁ ଡ.ମୀନକେତନଙ୍କୁ ଜଣାଇବା ସହ ଅଭିନନ୍ଦନ ଓ ସମ୍ବର୍ଦ୍ଧନା ଜ୍ଞାପନ କରିଛନ୍ତି। ଏହି ଅବସରରେ ଓଡିଏମ୍‌ ସମୂହର ସମସ୍ତ ଅନୁବନ୍ଧିତ ବିଦ୍ୟାଳୟ ତଥା ଅନ୍ୟ ଶିକ୍ଷା ସଂସ୍ଥାନଗୁଡ଼ିକ ମଧ୍ୟ ଡ.ମୀନକେତନଙ୍କୁ ଶୁଭକାମନା ଓ ଅଭ୍ୟର୍ଥନା ଜଣାଇଛନ୍ତି।
ଡ. ମୀନକେତନ ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ତଥା ସିବିଏସ୍‌ଇ (କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ) ନିକଟରେ ନିଜର ଗଭୀର ଆନ୍ତରିକ କୃତଜ୍ଞତା ଜ୍ଞାପନ କରିବା ସହ କହିଛନ୍ତି, ବୃହତ୍ତର ଜନକଲ୍ୟାଣ ନିମିତ୍ତ ଦେଶରେ ଶିକ୍ଷାର ବିକାଶ ଓ ସମୃଦ୍ଧି ହେତୁ ଏହି ବଡ଼ ଦାୟିତ୍ୱକୁ ସେ ନିଶ୍ଚୟ ହାର୍ଦ୍ଦିକତା ଓ ପ୍ରତିବଦ୍ଧତାର ସହିତ ବହନକରି ସମ୍ପନ୍ନ କରିବେ।
ଅପରପକ୍ଷରେ ଡ. ମୀନକେତନଙ୍କ ଏଭଳି ସଫଳତା ପାଇଁ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ପ୍ରଫେସର ଡ. ପି.କେ.ଦାସ, ବିତ୍ତ ଓ ପ୍ରଶାସନିକ ନିର୍ଦ୍ଦେଶିକା ଇନ୍ଦୁମତୀ ରାୟ, ମୁଖ୍ୟ କାର୍ଯ୍ୟକାରିଣୀ ଅଧିକାରୀ ସ୍ବୟନ୍‌ ସତ୍ୟେନ୍ଦୁ, ଶିକ୍ଷା ନିର୍ଦ୍ଦେଶକ ଡ. ଆର୍ତ୍ତତ୍ରାଣ ମିଶ୍ରଙ୍କ ସମେତ ସ୍କୁଲର ସମସ୍ତ କର୍ମକର୍ତ୍ତା, ଶିକ୍ଷୟିତ୍ରୀଶିକ୍ଷକ ଓ ଅଭିଭାବକମାନେ ଶୁଭେଚ୍ଛା ଜ୍ଞାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri