ମାନବିକତାର ଅନନ୍ୟ ଦୃଷ୍ଟାନ୍ତ ସୃଷ୍ଟି କଲେ ଡାକ୍ତର ଶଙ୍କର ରାମଚନ୍ଦାନି: ଦୁର୍ଗମ ଗାଁରେ…

ପଦ୍ମପୁର,୧୪ା୭(ପ୍ରଦୀପ୍ତ ଦାଶ ):ଆଜିର ବ୍ୟସ୍ତବହୁଳ ସମାଜରେ ଯେଉଁଠି ଚିକିତ୍ସା ସେବା ଧୀରେ ଧୀରେ ବ୍ୟବସାୟର ରୂପ ନେଉଛି, ସେଠାରେ ଭୀମସାରର ଆସିଷ୍ଟାଣ୍ଟ ପ୍ରଫେସର ତଥା ‘ଟଙ୍କିକିଆ ଡାକ୍ତର’ ଭାବେ ପରିଚିତ ଡା. ଶଙ୍କର ରାମଚନ୍ଦାନୀ ପୁଣିଥରେ ମାନବିକତାର ଏକ ଅନନ୍ୟ ଦୃଷ୍ଟାନ୍ତ ସ୍ଥାପନ କରିଛନ୍ତି। ବରଗଡ଼ ଜିଲାର ଗାଇସିଲେଟ ବ୍ଲକ ଅନ୍ତର୍ଗତ କଟାବାହାଲ ଗ୍ରାମପଞ୍ଚାୟତର ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ଜୁବାଖୋଲ ଗ୍ରାମରେ ହଠାତ୍‌ ପହଞ୍ଚିଥିଲେ ଡାକ୍ତର ରାମଚନ୍ଦାନୀ। ବଣପାହାଡ଼ ଘେରା ଏହି ଅଞ୍ଚଳରେ ତାଙ୍କୁ ଦେଖି ଗ୍ରାମବାସୀଙ୍କ ମୁହଁରେ ଖୁସିର ଝଲକ ଦେଖିବାକୁ ମିଳିଥିଲା। ବିଲରେ କାମ କରୁଥିବା ଶ୍ରମିକମାନଙ୍କୁ ଡାକି ନିଜ କାରରେ ଏକ ଅସ୍ଥାୟୀ କ୍ଲିନିକ ଖେଲି ସେଠାରେ ସ୍ବାସ୍ଥ୍ୟ ପରୀକ୍ଷା ଓ ଚିକିତ୍ସା କରିଥିଲେ। ଶ୍ୱାସଜନିତ ସମସ୍ୟାରେ ପୀଡ଼ିତ ରୋଗୀମାନଙ୍କର ମାଗଣାରେ ସ୍ପାଇରୋମେଟ୍ରି ପରୀକ୍ଷା କରିବା ସହ ଆବଶ୍ୟକ ଔଷଧ ଓ ପରାମର୍ଶ ମଧ୍ୟ ପ୍ରଦାନ କରିଥିଲେ। ପରେ ଗ୍ରାମ ମଧ୍ୟରେ ଏକ ଖଟିଆରେ ବସି ପ୍ରାୟ ୨୫ରୁ ୩୦ ଜଣ ରୋଗୀଙ୍କୁ ଚିକିତ୍ସା କରି ମାଗଣା ଔଷଧ ବଣ୍ଟନ କରିଥିଲେ। ଚିକିତ୍ସା ସମୟରେ ତାଙ୍କର ସରଳତା, ଆନ୍ତରିକତା ଓ ସେବାଭାବ ସମସ୍ତଙ୍କ ହୃଦୟ ଜିଣି ନେଇଥିଲା। ମାତ୍ର ଏକ ଟଙ୍କାରେ ଚିକିତ୍ସା ସେବା ଯୋଗାଇ ଲକ୍ଷ ଲକ୍ଷ ରୋଗୀଙ୍କ ଆଶୀର୍ବାଦ ଲାଭ କରିଥିବା ଡାକ୍ତର ରାମଚନ୍ଦାନିଙ୍କ ଏହି ନିରବ ସେବା ତାଙ୍କୁ କେବଳ ଓଡ଼ିଶା ନୁହେଁ, ସାରା ଦେଶରେ ଏକ ସ୍ବତନ୍ତ୍ର ପରିଚୟ ଦେଇଛି। ସେ ପ୍ରମାଣ କରିଛନ୍ତି ଯେ, ଜଣେ ପ୍ରକୃତ ଡାକ୍ତରଙ୍କ ପାଇଁ ସେବା ହିଁ ସର୍ବୋଚ୍ଚ ଧର୍ମ। ବିଦାୟ ବେଳେ ଡାକ୍ତର ରାମଚନ୍ଦାନି ପୁଣିଥରେ ଜୁବାଖୋଲ ଗ୍ରାମକୁ ଆସି ଲୋକଙ୍କୁ ନିଶୁଳ୍କ ସ୍ବାସ୍ଥ୍ୟସେବା ଯୋଗାଇବେ ବୋଲି ପ୍ରତିଶ୍ରୁତି ଦେଇଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?